ଲିଙ୍ଗିପୁର ଏଟିଏମ୍‌ରୁ ଲୁଟ ଘଟଣା: ୨ ବାଲାଂଦେଶୀ ଗିରଫ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଭୁବନେଶ୍ବର ଲିଙ୍ଗିପୁର ଏଟିଏମ୍‌ ଲୁଟ ଘଟଣାରେ ବାଲାଂଦେଶୀ ଲିଙ୍କ୍‌ ସାମ୍ନାକୁ ଆସିଛି। କମିଶନରେଟ ପୋଲିସର ସ୍ପୋଶଲ ସ୍କ୍ବାଡ୍‌ ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବାଲାଂଦେଶର ଖୋକନ ମୂଲା ଏବଂ ମିରାଜୁନ ମେହବାନ ମୂଲା। ଓଡ଼ିଶା ସମେତ ରାଜସ୍ଥାନ, ଦିଲ୍ଲୀ କୋଲକାତା ତେଲେଙ୍ଗାନା ଭଳି ରାଜ୍ୟରେ ଲୁଟରେ୍‌ ଏମାନେ ସମ୍ପୃକ୍ତ । ପୂର୍ବରୁ ଏଟିଏମ ଲୁଟ ଘଟଣାରେ ଖୋକନଙ୍କୁ ଗିରଫ କରାଯାଇଥିଲା।
ସୂଚନାଯୋଗ୍ୟ, ଗତ ୫ ତାରିଖରେ ଶିଶୁପାଳଗଡ଼ ଲିଙ୍ଗିପୁର ହାଉସିଂବୋର୍ଡ ଛକରେ ଥିବା ଏସ୍‌ବିଆଇ ଏଟିଏମ୍‌ ଦୁର୍ବୃର୍ତ୍ତ ତାଡି ନେଇଥିଲେ। ଏଟିଏମକୁ ଲୁଟିନେବା ପରେ ଏଟିଏମ ଭିତରେ ଓ ବାହାରେ କିଛି ଟେଣ୍ଟ ହାଉସ କପଡ଼ା ଛାଡି ଚାଲିଯାଇଥିଲେ। ପରେ ଦୟା ଦଦୀ କୂଳରୁ ଏହି ଭଙ୍ଗା ଏଟିଏମ ଉଦ୍ଧାର ହୋଇଥିଲା । ଦୁର୍ବୃତ୍ତମାନେ ଏଟିଏମ ଖାଲି କରିବା ପରେ ଏହାକୁ ନଦୀକୂଳରେ ଫିଙ୍ଗି ଦେଇ ଚାଲିଯାଇଥିଲେ। ଏହି ଘଟଣା ପରେ କମିଶନରେଟ ପୋଲିସ ତଦନ୍ତ ଜାରି ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀ ପତାକା ହଲାଇ ଶୁଭାରମ୍ଭକଲେ…

ଭୁବନେଶ୍ୱର,୨୩।୧୨: ରାଜ୍ୟବାସୀଙ୍କ ପାଇଁ ଖୁସିଖବର। ୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ବୁଲାନ୍ସ। ରାଜ୍ୟବାସୀଙ୍କ ସେବାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ସର୍ଗ କରିଛନ୍ତି।...

ପାଟିତୁଣ୍ଡରୁ ତୁମୁଳକାଣ୍ଡ..କମ୍ପାନୀ କ୍ୟାମ୍ପସରେ ହତ୍ୟା, ପାଣିଟାଙ୍କିରେ ଫିଙ୍ଗିଦେଲେ ମୃତଦେହ

ନୂଆଦିଲ୍ଲୀ,୨୩।୧୨: ମହାରାଷ୍ଟ୍ରର ପାଲଘର ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ବ୍ୟକ୍ତିଗତ ବିବାଦ ପରେ ଜଣେ ଯୁବକ ତାଙ୍କ ଅଫିସ ସହକର୍ମୀଙ୍କୁ ହତ୍ୟା...

ଏମିତି ଗାଁ, ଯେଉଁଠି ୧୨ ବର୍ଷ ପରେ ଝିଅ ହୋଇଯାନ୍ତି ପୁଅ, ବୈଜ୍ଞାନିକ ବି ଖୋଜି ପାଉନାହାନ୍ତି କାରଣ

ଝିଅ କିମ୍ବା ପୁଅ ଭାବରେ ଜନ୍ମ ହେବା ପ୍ରକୃତିର ଏକ ଉପହାର। ଜନ୍ମ ପୂର୍ବରୁ ମା’ ପେଟରେ ଲିଙ୍ଗ ନିର୍ଣ୍ଣୟ ହୋଇସାରିଥାଏ। ତଥାପି ମଣିଷ ଏତେ...

କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ...

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର...

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି ।...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍‌ ସହ ରହିଛି…

ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri