ଏମ୍‌ସ ସାଟେଲାଇଟ୍‌ ସେଣ୍ଟରରେ ଓପିଡି ସେବା

ବାଲେଶ୍ୱର ଅଫିସ, ୧୭।୪: ବାଲେଶ୍ୱର ଜିଲା ଜାତୀୟ ରାଜପଥ ପାର୍ଶ୍ୱସ୍ଥିତ ରେମୁଣାଠାରେ ନବନିର୍ମିତ ଏମ୍‌ସ ସାଟେଲାଇଟ୍‌ ସେଣ୍ଟରର ନିଜସ୍ବ କୋଠାରେ ଶନିବାରଠାରୁ ଓପିଡି ସେବା ଆରମ୍ଭ ହୋଇଛି। ପୂର୍ବାହ୍ନ ୮ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଏଣ୍ଡୋକ୍ରାଇନୋଲୋଜି, ଜେନେରାଲ ସର୍ଜରି ଓ ଚର୍ମ ରୋଗ ବିଭାଗର ବିଶେଷଜ୍ଞ ଡାକ୍ତରମାନେ ସେବା ପ୍ରଦାନ କରିଥିଲେ।
ପ୍ରଥମ ଦିନରେ ଆଇଟିଆର୍‌ ନିର୍ଦ୍ଦେଶକ ଏଚ୍‌.କେ. ରଥ ଭୁବନେଶ୍ୱର ଏମ୍‌ସରୁ ଆସିଥିବା ୩ଜଣ ଡାକ୍ତର ଡା. କିଶୋର କୁମାର ବେହେରା, ଡା. ଶାନ୍ତନୁ କୁମାର ସାହୁ ଓ ଡା. ମନୋଜ କୁମାର ନାୟକଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ପ୍ରଥମ ଦିନରେ ୩ଟି ବିଭାଗର ବିଶେଷଜ୍ଞ ଡାକ୍ତରମାନେ ୧୨୪ରୋଗୀଙ୍କୁ ଚିକିତ୍ସା କରିଛନ୍ତି। କରୋନା ସମୟରେ ବନ୍ଦ ରହିଥିବା ଏମ୍‌ସର ଆଉଟ୍‌ଡୋର ସେବା ପୁନଃ କାର୍ଯ୍ୟକ୍ଷମ ହୋଇଛି। ସେହିପରି ରେଗୁଲାର ଓପିଡିର ଉଦ୍‌ଘାଟନ ହେବା ପର୍ଯ୍ୟନ୍ତ ସାମୟିକ ଭାବେ ଏହି ସ୍ବାସ୍ଥ୍ୟସେବା ପ୍ରତ୍ୟେକ ଶନିବାର ଓ ରବିବାର ପ୍ରଦାନ କରାଯିବ। ତେବେ ଶନିବାର ପ୍ରଥମ ଦିନରେ ରୋଗୀମାନେ ଆସି ସ୍ବାସ୍ଥ୍ୟ ପରୀକ୍ଷା କରୁଥିବା ଦେଖିବାକୁ ମିଳିଥିଲା। ଏହି ଅବସରରେ ମେଡ଼ିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀମାନେ ଉପସ୍ଥିତ ରହି ଓପିଡି ସେବା ଆରମ୍ଭ କରିଥିଲେ। ଏମ୍‌ସ ସାଟେଲାଇଟ୍‌ ସେଣ୍ଟର ନୋଡ଼ାଲ ଅଫିସର ଡା. ମୁକୁନ୍ଦ କୁମାର ସାହୁ, ଏମ୍‌ସ ବାଲେଶ୍ୱର ଇନଚାର୍ଜ ପ୍ରଫେସର ଡା. ସରୋଜ ଦାସ ମଜୁମଦାର ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri