ପାଣି ପାଇଁ ଲୋକେ ଡହଳବିକଳ

ଧର୍ମଶାଳା,୧୭।୪(ଡି.ଏନ.ଏ.): ଗ୍ରାମାଞ୍ଚଳ ଲୋକଙ୍କୁ ବସୁଧା ଯୋଜନାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। ଏନେଇ ବାର୍ଷିକ କୋଟିକୋଟି ଟଙ୍କା ଖର୍ଚ୍ଚ ମଧ୍ୟ ହେଉଛି। ହେଲେ ଠିକାଦାର ଏବଂ ବିଭାଗୀୟ ଅଧିକାରୀଙ୍କ ମୁନାଫାଖୋର ନୀତି ଯୋଗୁ ଲକ୍ଷଲକ୍ଷ ଟଙ୍କାରେ ନିର୍ମିତ ଅନେକ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରୁନାହିଁ। ଫଳରେ ଲୋକେ ପାଣି ମୁନ୍ଦାଏ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ହେଲେ ପ୍ରକଳ୍ପରେ ମାସିକ ବିଦ୍ୟୁତ୍‌ ବିଲ୍‌ ଆସୁଥିବା ଘଟଣା ସମସ୍ତଙ୍କୁ ଚକିତ କରିଛି। ଏଭଳି ଅଭିଯୋଗ ଆସିଛି ଧର୍ମଶାଳା ବ୍ଲକ କମାଗଡ଼ ପଞ୍ଚାୟତରୁ। ଉକ୍ତ ପଞ୍ଚାୟତ ଭରତପୁର ଗ୍ରାମରେ ଓଭରହେଡ୍‌ ଟାଙ୍କି ମାଧ୍ୟମରେ ବର୍ଷେ ହେଲା ପାଣି ଯୋଗାଇ ଦିଆଯାଉଥିବା କାଗଜକଲମରେ ଦର୍ଶାଯାଇଛି। ହେଲେ ପ୍ରକୃତପେକ୍ଷେ ଏହା କାର୍ଯ୍ୟକାରୀ ହୋଇ ନ ଥିବା ଦେଖିବାକୁ ମିଳିଛି। ଏହି ଅନିୟମିତତା ନେଇ ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରା ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ କରିଛନ୍ତି।
ସୂଚନା ମୁତାବକ, ଭରତପୁର ଗ୍ରାମରେ ବସୁଧା ଯୋଜନାରେ ଉଚ୍ଚ କ୍ଷମତା ସମ୍ପନ୍ନ ପାଣି ଟାଙ୍କ ନିର୍ମାଣ କରାଯାଇଛି। ୧ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ଏହି ପାଣି ଟାଙ୍କିରୁ ପ୍ରତ୍ୟେକ ଘରକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଇଦେବାର ଯୋଜନା ହୋଇଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ୪୭ଲକ୍ଷ ୬୮ ହଜାର ୫ଶହ ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ ନିର୍ମାଣ କରାଯାଇଛି। ୨୦୧୮ରୁ ଏହି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨୦୨୧ ମାର୍ଚ୍ଚରେ କାର୍ଯ୍ୟକ୍ଷମ ହେଲା ବୋଲି ବିଭାଗ ପକ୍ଷରୁ ଦର୍ଶାଯାଇଛି। ସୂଚନା ଅଧିକାର କର୍ମୀ ପ୍ରକଳ୍ପ ସମ୍ପର୍କରେ ବିଭାଗୀୟ କାର୍ଯ୍ୟାଳୟରୁ ତଥ୍ୟ ମାଗିବା ପରେ ପ୍ରକୃତ ଘଟଣା ସାମନାକୁ ଆସଛି। କାଗଜ କଲମରେ ଏହି ପ୍ରକଳ୍ପଟି ୨୦୨୧ ମାର୍ଚ୍ଚରୁ ଚାଲୁ ରହିଥିବା ବେଳେ ଗ୍ରାମର ୭୭ ଜଣ ପରିବାରଙ୍କ ଘରେ ପାଇପ୍‌ ଯୋଗେ ପାଣି ଯୋଇ ଦିଆଯାଉଛି ବୋଲି ତଥ୍ୟରୁ ଜଣାପଡ଼ିଛି। ତେବେ ପ୍ରକଳ୍ପଟି ଆରମ୍ଭରୁ କେବେ ହେଲେ କାର୍ଯ୍ୟକ୍ଷମ ହୋଇନାହିଁ ବୋଲି ଗ୍ରାମର ସୁଶାନ୍ତ କବି, ସସ୍ମିତା କବି ଓ ଜୟନ୍ତୀ କବି କହିଛନ୍ତି। ଅନ୍ୟପଟେ ଗ୍ରାମରେ ଗୋଟିଏ ମାତ୍ର ନଳକୂପ ଥିବାରୁ ପାଣି ପାଇଁ ମହିଳାମାନେ ପ୍ରତ୍ୟେକ ଦିନ ଏଠାରେ ଭିଡ ଲଗାଇଥାନ୍ତି। ପାଣି ମୁନ୍ଦେ ପାଇଁ ଗ୍ରାମବାସୀ ବିଡିଓ ଏବଂ ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଜଣାଇ ବିଫଳ ହୋଇଛନ୍ତି। ଅନ୍ୟପଟେ ଆରମ୍ଭରୁ ପ୍ରକଳ୍ପଟି କାର୍ଯ୍ୟକ୍ଷମ ହୋଇ ନଥିବା ବେଳେ ଏହା ଦୀର୍ଘ ଏକ ବର୍ଷ ହେଲା କାର୍ଯ୍ୟକ୍ଷମ ହେବା ସହ ଏବାବଦରେ ମାସକୁ ବିଦ୍ୟୁତ୍‌ ବିଲ ଆସିବା ସମସ୍ତଙ୍କୁ ଆଶ୍ୱର୍ଯ୍ୟ କରିଛି। ତେଣୁ ଏହି ଘଟଣାରେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରା ଲୋକାୟୁକ୍ତଙ୍କ ନିକଟରେ ଅପିଲ କରିଛନ୍ତି। ଘଟଣା ସମ୍ପର୍କରେ ଜିଲା ଜଳ ଯୋଗାଣ ଓ ପରିମଳ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁଶାନ୍ତ କୁମାର ଘଡ଼େଇଙ୍କୁ ପଚାରିବାରୁ ସମସ୍ତ ଅଭିଯୋଗକୁ ସେ ଖଣ୍ଡନ କରିଛନ୍ତି। ତେବେ ୧୫ ଦିନ ଭିତରେ ଉକ୍ତ ପ୍ରକଳ୍ପରୁ ପାଣି ଯୋଗାଇ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri