୨୦ ସୁଦ୍ଧା ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଯାଜପୁର ଅଫିସ,୧୭।୪: ନକଲି ପ୍ରମାଣପତ୍ର ବଳରେ ଚାକିରି କରୁଥିବା ପ୍ରାଥମିକ ଶିକ୍ଷକମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକାଧିକ ନିର୍ଦ୍ଦେଶ ହେଉଛି। ଏପରି କି ତଦନ୍ତରେ ଶିଥିଳତା, କାର୍ଯ୍ୟରେ ଅବହେଳା, ଉପଯୁକ୍ତ ତଦନ୍ତ କରୁ ନ ଥିବା ଅଧିକାରୀଙ୍କୁ ମଧ୍ୟ କାର୍ଯ୍ୟାନୁଷ୍ଠାନ ପରିସରଭୁକ୍ତ କରାଯିବ ବୋଲି ଚେତାବନୀ ଦିଆଯାଉଛି। ଏହିସବୁ ପ୍ରକ୍ରିୟା ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମ୍ପନ୍ନ କରିବାକୁ ପରାମର୍ଶ ଦିଆଯାଉଥିଲେ ହେଁ ଅଧିକାଂଶ ଜିଲା ଶିକ୍ଷାଧିକାରୀ(ଡିଇଓ) ଏବଂ ଜିଲା ପ୍ରକଳ୍ପ ସଂଯୋଜକ (ଡିପିସି) ସୂଚନା ଦେବାରେ ଅବହେଳା କରୁଛନ୍ତି। କେତେଜଣ ଡିଇଓ ବ୍ଲକ ଶିକ୍ଷାଧିକାରୀ(ବିଇଓ)ମାନଙ୍କୁ ନକଲି ଶିକ୍ଷକମାନଙ୍କ ବିଷୟରେ ସୂଚନା ଦେବାକୁ ନିର୍ଦ୍ଦେଶ ଦେଇ ଦ୍ୱନ୍ଦ୍ୱ ସୃଷ୍ଟି କରୁଛନ୍ତି। ତେଣୁ ଆସନ୍ତା ୨୦ ତାରିଖ ସୁଦ୍ଧା ସମସ୍ତ ପର୍ଯ୍ୟାୟଭୁକ୍ତ ଶିକ୍ଷକମାନଙ୍କ ସମ୍ପର୍କରେ ସୂଚନା ଦେବା ପାଇଁ ଉଚ୍ଚ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟର ଆଞ୍ଚଳିକ ନିର୍ଦ୍ଦେଶକ ନିର୍ଦ୍ଦେଶ ଜାରି କରିଛନ୍ତି।
ନକଲି ଶିକ୍ଷାଗତ ଏବଂ ଜାତିଗତ ପ୍ରମାଣପତ୍ର ଦାଖଲ କରି ଅନେକେ ଶିକ୍ଷା ବିଭାଗରେ ଚାକିରି କରୁଛନ୍ତି। ଶିକ୍ଷା ବିଭାଗ ପକ୍ଷରୁ ୩୮୦ଜଣଙ୍କ ତାଲିକା ପ୍ରସ୍ତୁତ ହୋଇଛି। ହେଲେ ବାସ୍ତବରେ ଏହି ସଂଖ୍ୟାର ୧୦ ଗୁଣରୁ ଅଧିକ ନକଲି ପ୍ରମାଣପତ୍ର ବଳରେ ନିଯୁକ୍ତି ପାଇଥିବା ଚର୍ଚ୍ଚା ହେଉଛି। ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ତଦନ୍ତରୁ ଏହାର ବାସ୍ତବତା ବହୁ ଦୂରରେ ରହିଥିବା ମତପ୍ରକାଶ ପାଇଛି। ଅନ୍ୟପକ୍ଷରେ ଗତ ୬ ବର୍ଷ ହେଲା କେବଳ ତଦନ୍ତ ନିର୍ଦ୍ଦେଶରେ କାର୍ଯ୍ୟାନୁଷ୍ଠାନ ସୀମିତ ରହିଛି। ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକୁ ନ ମାନି ଏହି ନକଲି ଡିଗ୍ରୀଧାରୀ ଶିକ୍ଷକଙ୍କୁ ପୋଲିସ ମାମଲାରୁ ଦୂରେଇ ରଖାଯାଉଥିବା ସନ୍ଦେହ କରାଯାଉଛି।
ସୂଚନାଥାଉ କି ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟସ୍ତରରେ କେତେକ ବରିଷ୍ଠ ଅଧିକାରୀଙ୍କୁ ନେଇ ୨୦୧୯ ଜୁଲାଇରେ ଏକ ସ୍ବତନ୍ତ୍ର ଦଳ ଗଠନ ହୋଇଥିଲା। ଶିକ୍ଷକମାନଙ୍କ ଶିକ୍ଷାଗତ ଓ ତାଲିମ ପ୍ରମାଣପତ୍ର ଯାଞ୍ଚ କରି କ’ଣ କାର୍ଯ୍ୟାନୁଷ୍ଠାନ ହୋଇଛି ସେ ନେଇ ଚୂଡାନ୍ତ ରିପୋର୍ଟ ଦାଖଲ କରିବାକୁ ସେତେବେଳେ ବିଭାଗୀୟ ନିର୍ଦ୍ଦେଶ ହୋଇଥିଲା। ହେଲେ ଏହି ସ୍ବତନ୍ତ୍ର ଦଳ କୁଆଡେ ଗଲେ ଓ କ’ଣ କରୁଛନ୍ତି ତାହା ଏଯାଏ ସ୍ପଷ୍ଟ ହୋଇ ପାରିନାହିଁ। ଏହିକ୍ରମରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ ଜିଲାର ନକଲି ପ୍ରମାଣପତ୍ରଧାରୀ ନକଲି ଶିକ୍ଷକଙ୍କ ସଂକ୍ରାନ୍ତରେ ତଦନ୍ତ କରିବାକୁ ଭୁବନେଶ୍ୱର ଆଞ୍ଚଳିକ ଉଚ୍ଚ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ଏଥିରେ ବିଭିନ୍ନ ପର୍ଯ୍ୟାୟଭୁକ୍ତ ନିଯୁକ୍ତ ଶିକ୍ଷକଙ୍କ ସଂଖ୍ୟା, ରାଜ୍ୟ ବାହାରର ବୋର୍ଡ/ବିଶ୍ୱବିଦ୍ୟାଳୟରୁ ହାସଲ କରିଥିବା ପ୍ରମାଣପତ୍ର ସଂଖ୍ୟା, ଠିକ ଥିବା ପ୍ରମାଣପତ୍ର ସଂଖ୍ୟା, ନକଲି ପ୍ରମାଣପତ୍ର ଚିହ୍ନଟ, କାର୍ଯ୍ୟାନୁଷ୍ଠାନ ଆଦି ବିଷୟ ରହିଛି। ମିଳିଥିବା ସୂଚନା ଅନୁଯାୟୀ କେତେଜଣ ଶିକ୍ଷକ କିଛି ଜମି କିଣି ସେଥିରେ ଆଦିବାସୀ ଓ ହରିଜନ ବର୍ଗ ଜାତି ଦର୍ଶାଇ ନକଲି ଜାତିଗତ ପ୍ରମାଣପତ୍ର ହାସଲ କରି ନିଯୁକ୍ତି ପାଉଛନ୍ତି। ଏହିସବୁ ନକଲି ପ୍ରମାଣପତ୍ର ଯାଞ୍ଚ ନିର୍ଦ୍ଦେଶ ୨୦୧୫ରୁ ହୋଇଆସୁଛି। ହେଲେ ଏପର୍ଯ୍ୟନ୍ତ ସମସ୍ତ ନକଲି ପ୍ରମାଣପତ୍ରଧାରୀ ଚିହ୍ନଟ ହୋଇ ପାରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର ମୁଖ୍ୟମନ୍ତ୍ରୀ...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ...

ପାଣି ସମସ୍ୟା ସମାଧାନ ନ କଲେ ଭୋଟ ବର୍ଜନ ଚେତାବନୀ

ଚିତ୍ରକୋଣ୍ଡା,୬।୫(କ୍ଷିରୋଦ ବେହେରା):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ହେଡ୍‌କ୍ୱାର୍ଟର୍‌ ତଥା କଲୋନୀ ପାଖରେ ପାଣି ସମସ୍ୟାକୁ ନେଇ ଲୋକଙ୍କ ବିରୋଧ ପ୍ରଦର୍ଶନ ଚାଲିଛି। ଚିତ୍ରକୋଣ୍ଡାରେ ଥିବା ବାଲିମେଳା...

ଘରେ ଭୋଟ ଦେଲେ ୧୦୩ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା

କୋରାପୁଟ,୬।୫(ଅମିତାଭ ବେହେରା): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ହୋମ ଭୋଟିଂ (ଘରେ ମତଦାନ)। ବରିଷ୍ଠ ନାଗରିକ, ଭିନ୍ନକ୍ଷମମାନେ ମତଦାନ କେନ୍ଦ୍ରକୁ ନ...

ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ

କୋରେଇ,୬।୫( ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ବାଲି ଖାଦାନରୁ ଦୀର୍ଘ ଦିନ ହେବ ବ୍ୟବସାୟୀମାନେ ବିପୁଳ ମାତ୍ରାରେ...

ଜହର ପାଲଟିଛି ଜିଲାର ୭ ନଦୀ, ନାଳର ଜଳ

କେନ୍ଦ୍ରାପଡ଼ା, ୬।୫ (ଜଗନ୍ନାଥ ଧଳ); ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍‌ସିଂହପୁର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri