ଏନ୍‌ଏଚ୍‌-୧୬ରେ ବେଆଇନ ପାର୍କିଂ

ଗୋପାଳପୁର,୧୭।୪ (ଡି.ଏନ.ଏ.) ଜନସାଧାରଣଙ୍କ ଗମନାଗମନ ସୁବିଧା ଓ ଦୁର୍ଘଟଣା ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସଡ଼କ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେଉଁଠି ଠିକା ସଂସ୍ଥାର ମନମାନୀ ତ କେଉଁଠି ପରିବହନ ବିଭାଗର ଅବହେଳାରୁ ଦୁର୍ଘଟଣା ଘଟି ବହୁ ଧନ ଜୀବନ ନଷ୍ଟ ହେଉଥିବା ଦେଖିବାକୁ ମିଳୁଛି। ଏଭଳି ଏକ ଚିତ୍ର ଦେଖିବାକୁ ମିଳିଛି ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାକୁ ସଂଯୋଗ କରୁଥିବା ୧୬ ନଂ ଜାତୀୟ ରାଜପଥରେ। କନିଷି ଢାବା ସାମ୍ନା ଓ ପାର୍ଶ୍ୱ ପାଲଟିଛି ଏକ ପ୍ରକାର ପାର୍କିଂ ଜୋନ। ଜାତୀୟ ରାଜପଥରେ ମାଳମାଳ ଟ୍ରକ୍‌ ବେଆଇନ ପାର୍କିଂ କରିବା ସହ କନିଷି ହାଟରୁ ହଳଦିଆପଦର ଓଭର ବ୍ରିଜ୍‌କୁ ସଂଯୋଗ କରୁଥିବା ସର୍ଭିସ ରୋଡ୍‌କୁ ଏକ ନିର୍ଦ୍ଧିଷ୍ଟ ଟ୍ରକ୍‌ ସଂଘ ଅବରୋଧ କରି ୧୬ ଚକିଆ ଟ୍ରକ୍‌ ପାର୍କିଂ କରିବା ଫଳରେ ପ୍ରତିଦିନ ଦୁର୍ଘଟଣା ଘଟୁଛି। ବେଆଇନ ପାର୍କିଂ ଯୋଗୁ ଧୂଳିଧୂସର ଉଡି ପରିବେଶ ପ୍ରଦୂଷଣ ହେବା ସହ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ପଥଚାରୀ। ବାରମ୍ବାର ଅଭିଯୋଗ ପରେ ମଧ୍ୟ ପ୍ରଶାସନ ଦୃଷ୍ଟି ଦେଉନଥିବା ଅଭିଯୋଗ ହେଉଛି। ରାଜପଥ ଦେଇ ରାଜନେତାଠାରୁ ଆରମ୍ଭ କରି ଆରଡିସି, ଜିଲାପାଳ, ପୋଲିସ, ପରିବହନ ବିଭାଗର ଅଧିକାରୀ ଯାତାୟାତ କରୁଥିବା ବେଳେ ଏଥିପ୍ରତି କାହାର ଦୃଷ୍ଟି ନ ପଡିବା ଏକ ପ୍ରକାର ସନ୍ଦେହ ସୃଷ୍ଟି କରିଛି। ପ୍ରତିଦିନ ଶହଶହ ଭାରୀଯାନ ଯିବା ଆସିବା କରୁଥିବା ବେଳେ ବେଆଇନ ପାର୍କିଂ ଯୋଗୁ ଦୁର୍ଘଟଣା ଘଟୁଥିବା ଅଞ୍ଚଳବାସୀ କହିଛନ୍ତି। ପରିବହନ ବିଭାଗର ଅଧିକାରୀମାନେ ପ୍ରତିଦିନ ରାଜପଥ ଉପରେ ବିଭିନ୍ନ ସମ୍ବେଦନଶୀଳ ବା ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଭାରିଯାନ ଗୁଡିକୁ ରୋଡ୍‌ରେ ଦୀର୍ଘ ସମୟ ଧରି ଅଟକାଇବା ସହ ଓଭର ଲୋଡିଂ ଓ କାଗଜପତ୍ର ଯାଞ୍ଚ କରୁଥିବା ବେଳେ ବେଆଇନ ପାର୍କିଂ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ନ ଗ୍ରହଣ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି। ଅନ୍ୟପଟେ ଦୀର୍ଘ ୩ ବର୍ଷରୁ ଊର୍ଦ୍ଧ ସମୟ ଧରି ହଳଦିଆପଦର ଓଭରବ୍ରିଜ ନିର୍ମାଣ କାର୍ଯ୍ୟ ଜାରୀ ରହିଥିବା ଯୋଗୁ ରାସ୍ତାର ଦୁଇପାର୍ଶ୍ୱ ସଙ୍କୁଚିତ କରାଯାଇଛି। ଫଳରେ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଥିବା ବେଳେ ପୁଣି ରାଜପଥରେ ବେଆଇନ ପାର୍କିଂ ଯାହାକି ପଥଚାରୀଙ୍କ ପାଇଁ ଏକ ପ୍ରକାର କାଳ ହୋଇଛି। ଏ ନେଇ ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ ବିକାଶ ଚୌଧୁରୀଙ୍କ ସହ ଯୋଗାଯୋଗ ବେଳେ ସେ କହିଛନ୍ତି, ବିଭାଗୀୟ ଅଧିକାରୀ ଶୀଘ୍ର ଘଟଣାସ୍ଥଳକୁ ଯାଇ ଦେଖିବେ ଯଦି ରାଜପଥରେ ବେଆଇନ ଭାବେ ପାର୍କିଂ କରିଥିବେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବ୍ରହ୍ମପୁର ସଦର ଏସ୍‌ଡିପିଓ ଶିବଶଙ୍କର ମହାପାତ୍ର ତାଙ୍କୁ ପଚାରିବାରୁ ରାଜପଥ ଅବରୋଧ କରି ପାର୍କିଂ ଉପରେ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ତୁରନ୍ତ ରାଜପଥରୁ ବେଆଇନ ପାର୍କିଂ ହଟେଇବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri