Posted inଗଜପତି

ନିରାମୟ ଯୋଜନାରେ ରୋଗୀଙ୍କୁ ମିଳୁନି ଔଷଧ

ପାରଳାଖେମୁଣ୍ଡି,୧୭।୪(ଡି.ଏନ୍‌.ଏ.):  ପାରଳାଖେମୁଣ୍ଡିଠାରେ ଥିବା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ନିରାମୟ ଔଷଧ ବିତରଣ କେନ୍ଦ୍ର ବିନାମୂଲ୍ୟରେ ରୋଗୀଙ୍କୁ ଔଷଧ ଯୋଗାଇବା ପାଇଁ ଥିବାବେଳେ ଏହି କେନ୍ଦ୍ରରୁ ଠିକ୍‌ ରୂପେ ଔଷଧ ମିଳୁନଥିବା ଅଭିଯୋଗ ହେଉଛି। ରୋଗୀଙ୍କୁ ବାହାରୁ ଅଧିକ ଅର୍ଥ ଖର୍ଚ୍ଚ କରି ଔଷଧ କିଣିବାକୁ ପଡୁଛି। ରୋଗୀ ଡାକ୍ତରଙ୍କ ପରାମର୍ଶ ପରେ ଔଷଧ ନେବାକୁ ନିରାମୟ ବିତରଣ କେନ୍ଦ୍ରକୁ ଗଲେ ଗୋଟିଏ ଦୁଇଟା ଔଷଧ ଦେଇ ଅନ୍ୟ ଔଷଧ ବାହାରୁ କିଣନ୍ତୁ କହି ଫେରାଇ ଦେଉଛନ୍ତି। ରୋଗୀଙ୍କୁ ବାଧ୍ୟ ହୋଇ ରୋଗ ନିରାକରଣ ପାଇଁ ଅର୍ଥ ଖର୍ଚ୍ଚ କରି କିଣିବାକୁ ପଡୁଛି । ଯଦି ସେହି ଔଷଧ ଆସିଲା କି ବୋଲି ପଚାରିଲେ ଔଷଧ ଆସିନାହିଁ କହି ବାରମ୍ବାର ଫେରାଉଛନ୍ତି । ଏପଟେ ରାଜ୍ୟ ସରକାର ନିରାମୟ ଯୋଜନାରେ ସମସ୍ତ ପ୍ରକାର ଔଷଧ ଯୋଗାଇ ଦେଉଥିବା କହୁଥିବା ବେଳେ ରୋଗୀଙ୍କୁ ଔଷଧ ମିଳି ପାରୁନାହିଁ। ଏଥିପ୍ରତି ରାଜ୍ୟ ସରକାର ଦୃଷ୍ଟି ଦେଲେ ଆଦିବାସୀ ଅଧ୍ୟୁଷିତ ଗଜପତି ଜିଲାରେ ସ୍ବାସ୍ଥ୍ୟସେବାରେ ରୋଗୀ ଉପଶମ ହୋଇପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri