ଚମକିଲେ ଇ-ଟେକ୍‌ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ,୧୭।୪: ଢେଙ୍କାନାଳ ଇ-ଟେକ୍‌ ଯୁକ୍ତ ୩ ମହାବିଦ୍ୟାଳୟରେ ମେଧାବୀ ଛାତ୍ରୀଛାତ୍ରମାନେ ଶିକ୍ଷାନୁଷ୍ଠାନର ଗୌରବ ବଢ଼ାଇଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ପରୀକ୍ଷା ଦେଇଥିବା ପ୍ରଥମ ବ୍ୟାଚର ଉଦ୍ଭିଦ ବିଜ୍ଞାନ (ସମ୍ମାନ) ଛାତ୍ରୀ ରୋଜାଲିନ ୍‌ ବେହେରା ବିଶ୍ୱବିଦ୍ୟାଳୟସ୍ତରରେ ୭ମ ସ୍ଥାନ ଏବଂ ରସାୟନ ବିଜ୍ଞାନ (ସମ୍ମାନ) ଛାତ୍ରୀ ମଳୟ ମଞ୍ଜରୀ ବେହେରା ୯ମ ସ୍ଥାନ ହାସଲ କରିଛନ୍ତି। ସେହିପରି ପଦାର୍ଥ ବିଜ୍ଞାନ ସ୍ନାତକ ଶିକ୍ଷା ସମାପନ କରିଥିବା ସୁଶୀଲ ପଣ୍ଡା, ଦିବ୍ୟରଞ୍ଜନ ପୃଷ୍ଟି ଯଥାକ୍ରମେ ଭାରତୀୟ ନୌସେନା ଓ ବାୟୁସେନାରେ ସାମିଲ ହୋଇଛନ୍ତି। ଗଣିତ ବିଭାଗ ସମ୍ମାନ ଡିଗ୍ରୀରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିବା ଆର. କୌଶିକ ୟଶସ୍ବୀ ଓ୍ବିପ୍ରୋ ଏବଂ ସନ୍ଦୀପ ଶତପଥୀ ଆସେଟ୍ୟୁର ବାଙ୍ଗାଲୋର ଦ୍ୱାରା ମନୋନୀତ ହୋଇଛନ୍ତି। ସେହିପରି ରସାୟନ ବିଭାଗ ସମ୍ମାନ ବିଭାଗର ବିଭୁ ପ୍ରସାଦ ବେହେରା, ସୁଶ୍ରୀ ଶୁଭଲକ୍ଷ୍ମୀ ସାହୁ ଆଇଆଇଟି ପ୍ରବେଶିକା ପରୀକ୍ଷା ଜେଏଏମ୍‌ରେ ଉତ୍ତୀନ୍ନ ହୋଇ ଉଚ୍ଚତର ଶିକ୍ଷା ପାଇଁ ଚୟନ ହୋଇଥିବା ଶିକ୍ଷାନୁଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

ରାସ୍ତା ତଳକୁ ଓଲଟିପଡିଲା ବାଲି ବୋଝେଇ ହାଇୱା, ଭିତରେ ଥିଲେ ଡ୍ରାଇଭର, ତା’ପରେ…

ପରଜଙ୍ଗ, ୪।୧୨(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା – ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ରେଳ ଷ୍ଟେଶନ ନିକଟରେ ଗୁରୁବାର...

ସରକାରୀ ଜାଗାରୁ ଜବରଦଖଲ ଉଚ୍ଛେଦ: ଆଗକୁ ଆହୁରି…

ପରଜଙ୍ଗ,୨।୧୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ତରଫରୁ ସୋମବାର ବାରିହାପୁର ହାଇସ୍କୁଲ ସମ୍ମୁଖରେ ସରକାରୀ ଜାଗାରେ ଥିବା ଏକ ଢାବା ସହ କେତୋଟି ଦୋକାନ...

୫୫ ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଅଜଣା ଗାଡି, ୩ ଯୁବକ ମୃତ

ଢେଙ୍କାନାଳ,୨୮ା୧୧: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ...

ଧାନ କାଟୁଥିବାବେଳେ ଚାଷୀଙ୍କୁ କାମୁଡ଼ିଲା ସାପ, ଆଉ ତା’ ପରେ…

ପରଜଙ୍ଗ,୨୭ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ପଥରଖମ୍ବ ଗ୍ରାମର ଜଣେ ଚାଷୀ ଗୁରୁବାର ବିଲରେ ଧାନ କାଟୁଥିବା ବେଳେ ସାପ କାମୁଡ଼ାରେ...

ପରଜଙ୍ଗ ଅଞ୍ଚଳରେ ମାତିଛନ୍ତି ଡିଜେଲ ଚୋର, ବୋଲେରୋରେ ଆସି ଗାଡ଼ିରୁ କରୁଛନ୍ତି ଚୋରି

ପରଜଙ୍ଗ୨୬।୧୧(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବଜାରରୁ ବାଇପାସ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଚେନ ମେଶିନରୁ ବୁଧବାର...

୨ ବର୍ଷ ହେଲା ଫେରାର କିରାଣିଙ୍କୁ ଗିରଫ କଲା ଭିଜିଲାନ୍ସ

ହିନ୍ଦୋଳ, ୨୨।୧୧: ଠକେଇ ମାମଲାରେ ୨ ବର୍ଷ ହେଲା ଫେରାର କିରାଣିଙ୍କୁ ଗିରଫ କଲା ଭିଜିଲାନ୍ସ। ୬୮.୮୫ ଲକ୍ଷ ଟଙ୍କାର ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri