ପାନ୍ଥିକା-ଏନ୍‌ଏଡି ରାସ୍ତା ଶୋଚନୀୟ

ସୁନାବେଡ଼ା,୧୭।୪(ସ୍ବ. ପ୍ର.): ଜନସାଧାରଣଙ୍କ ଗମନାଗମନର ସୁବିଧା ଲାଗି ରାଜ୍ୟ ସରକାର ପକ୍କା ରାସ୍ତା ନିର୍ମାଣ କରି ଏ ବାବଦରେ ବହୁ ଅର୍ଥ ବ୍ୟୟ କରୁଛନ୍ତି। ମାତ୍ର ରାସ୍ତା ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଅବହେଳାରୁ ଅନେକ ସ୍ଥାନରେ ଅଳ୍ପଦିନରେ ନିର୍ମିତ ରାସ୍ତା ଖରାପ ହୋଇପଡୁଛି। ଏପରି ଦେଖିବାକୁ ମିଳିଛି ପାନ୍ଥିକା-ଏନ୍‌ଏଡି ରାସ୍ତା କ୍ଷେତ୍ରରେ। ସୁନାବେଡ଼ା ପୌର ପରିଷଦ ଅନ୍ତର୍ଗତ ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱ ପନ୍ଥିକା ନିକଟ ଚିକାପାର ଗ୍ରାମଠାରୁ ୨ କି.ମି.ରୁ ଊର୍ଦ୍ଧ୍ୱ ରାସ୍ତା ଏନ୍‌ଏଡିକୁ ସଂଯୋଗ ହୋଇଛି। ଏହି ରାସ୍ତାରେ କେନ୍ଦ୍ରୀୟ ବିଦ୍ୟାଳୟ ଏବଂ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଭଳି ପ୍ରମୁଖ ଅନୁଷ୍ଠାନ ରହିଛି। ରାସ୍ତା ଖରାପ ହେତୁ ଯାତାୟାତରେ ଲୋକେ ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ଅନେକ ସମୟରେ ଏହି ରାସ୍ତାରେ ଛୋଟବଡ଼ ଦୁର୍ଘଟଣାମାନ ଘଟିବାର ନଜିର ମଧ୍ୟ ରହିଛି। ଜିଲା ଏବଂ ସ୍ଥାନୀୟ ପ୍ରଶାସନ ତୁରନ୍ତ ରାସ୍ତା ମରାମତି କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

କୋର୍ଟରେ ମାମଲା ଡାଏରୀ ଦାଖଲ ପାଇଁ ଲାଞ୍ଚ ନେଉଥିଲେ ଆଇଆଇସି, ଗିରଫ କଲା ଭିଜିଲାନ୍ସ

ଜୟପୁର,୧୮ା୧୨(ପବନ ପାଣିଗ୍ରାହୀ ): କୋରାପୁଟ ଦଶମନ୍ତପୁର ଆଇଆଇସି ସୁକମା ହାଁସଦାଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରିଛି। ଯେତେବେଳେ ସେ ଅଭିଯୁକ୍ତଙ୍କ ସମ୍ପର୍କୀୟଙ୍କଠାରୁ ୨୦ ହଜାର ଟଙ୍କା...

ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…

କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri