Posted inଜାତୀୟ

ରାଜ୍ୟ ସରକାରଙ୍କ ଅଧିକାର ସୁରକ୍ଷା କରନ୍ତୁ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୪ (ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟ ବିଭିନ୍ନ ରାୟରେ ଭାରତୀୟ ୟୁନିୟନର ବିଶେଷତ୍ୱ ସମ୍ପର୍କରେ ମନ୍ତବ୍ୟ ଦେବା ସହ ସଂଘୀୟ ବ୍ୟବସ୍ଥାର ପ୍ରତିଷ୍ଠା ଓ ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଆସିଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନେଇ ଭାରତୀୟ ୟୁନିୟନ ଗଠିତ। ତେବେ ସବୁ କ୍ଷେତ୍ରରେ ସେମାନଙ୍କ କ୍ଷମତା ସମାନ ନୁହେଁ। ଏହାକୁ ନେଇ ସଂଘୀୟ ବ୍ୟବସ୍ଥା ଚଳାଇବାରେ ଜଟିଳତା ଦେଖାଦେଇଥାଏ। ତେଣୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କୁ ମିଳିଥିବା ଶାସନ କ୍ଷମତାର ସୂକ୍ଷ୍ମ ସନ୍ତୁଳନକୁ ସୁପ୍ରିମକୋର୍ଟ ସଂରକ୍ଷିତ ରଖିବା ଆବଶ୍ୟକ। ଗୋଟିଏ ସଂସ୍ଥାର କ୍ଷମତା ପରିସର ମଧ୍ୟରେ ଅନ୍ୟ ସଂସ୍ଥା ପ୍ରବେଶକୁ ରୋକିବା ଦିଗରେ ସର୍ବୋଚ୍ଚ ଅଦାଲତ ପଦକ୍ଷେପ ନେବା ଜରୁରୀ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଉଦାହରଣ ସ୍ବରୂପ ଜାତୀୟ ରାଜଧାନୀର ପ୍ରଶାସନିକ ସେବା ନିୟନ୍ତ୍ରଣ କରିବାକୁ ନେଇ ଦିଲ୍ଲୀ ସରକାର ଏବଂ କେନ୍ଦ୍ର ମଧ୍ୟରେ ବିବାଦ ସୁପ୍ରିମକୋର୍ଟଙ୍କ ବିଚାରାଧୀନ ରହିଛି। ବଦଳି ନିଯୁକ୍ତି କ୍ଷମତା ଛଡ଼ାଇ ନେଇ କେନ୍ଦ୍ର ସରକାର ସଂଘୀୟ ବ୍ୟବସ୍ଥାର ବିରୁଦ୍ଧାଚରଣ କରୁଥିବା ଦିଲ୍ଲୀ ସରକାର ଅଭିଯୋଗ କରିଆସୁଛନ୍ତି। ଏଭଳି ବିବାଦରେ କେନ୍ଦ୍ର ଏବଂ ରାଜ୍ୟ ଯେପରି ପରସ୍ପରର କ୍ଷମତା ପରିସରରେ ପ୍ରବେଶ ନ କରିବେ ସେ ଦିଗରେ ସର୍ବୋଚ୍ଚ ଅଦାଲତ ନିଷ୍ପତ୍ତି ନେବା ଉଚିତ ବୋଲି ବରିଷ୍ଠ ଆଇନଜୀବୀ ଦୁଷ୍ୟନ୍ତ ଡାଭେ କହିଛନ୍ତି। ଅତୀତରେ ସୁପ୍ରିମକୋର୍ଟ ସଂଘବାଦ ନୀତିକୁ ସମର୍ଥନ କରିଆସିଛନ୍ତି। ରାଜ୍ୟ ସରକାରଙ୍କ କ୍ଷମତାର ସୁରକ୍ଷା ଜରୁରୀ ବୋଲି ବରିଷ୍ଠ ଆଇନଜୀବୀ ରାକେଶ ଦ୍ୱିବେଦୀ ମତ ଦେଇଛନ୍ତି। କାରଣ କେନ୍ଦ୍ର ସରକାର ଅଧିକ କ୍ଷମତା ଉପଭୋଗ କରୁଥିବାବେଳେ ଅନେକ କ୍ଷେତ୍ରରେ ରାଜ୍ୟ ସରକାରଙ୍କ କ୍ଷମତାରେ ମଧ୍ୟ ହସ୍ତକ୍ଷେପ କରିଥାନ୍ତି। ଜିଏସ୍‌ଟି କାର୍ଯ୍ୟକାରୀ କରାଯିବା ଦ୍ୱାରା ରାଜ୍ୟ ସରକାରଙ୍କ ଟିକସ କ୍ଷମତା ହ୍ରାସ ପାଇଥିବା ସେ କହିଛନ୍ତି। ସିବିଆଇ ଭଳି କେନ୍ଦ୍ରୀୟ ସଂସ୍ଥାକୁ ତଦନ୍ତ ହସ୍ତାନ୍ତର ଦାବି ହେଉଥିବାବେଳେ ଅଦାଲତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ ଉପରେ ଗୁରୁତ୍ୱ ଦେବା ଆବଶ୍ୟକ ବୋଲି ବିଶେଷଜ୍ଞ ମତ ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri