Posted inଗଜପତି

୩ ପଞ୍ଚାୟତକୁ ସଂଯୋଗୀକରଣ ରାସ୍ତା ମରଣଯନ୍ତା

ପାରଳାଖେମୁଣ୍ଡି,୧୮।୪(ଡି.ଏନ୍‌.ଏ.):  ଗଜପତି ଜିଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଘୋରଣି, ବଡ଼ କୋତୋରୁ, ତାଟିପାଟି ଏହି ୩ ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତାଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ଏହି ରାସ୍ତାର ଅବସ୍ଥା ଏପରି ହେଲାଣି ଯେ, ଲୋକେ ଯାତାୟାତ କରିବା ପାଇଁ ବିପଦ ମଣୁଛନ୍ତି। କର୍ଦ୍ଦମାକ୍ତ ହୋଇପଡ଼ିଥିବାରୁ ଯାନବାହନରେ ଯିବା ତ ଦୂରର କଥା ଚାଲି ଚାଲି ଯିବା ମଧ୍ୟ ସମ୍ଭବ ନୁହଁ। ଉପରୋକ୍ତ ୩ ପଞ୍ଚାୟତ ଅଧୀନ ୧୨ ଖଣ୍ଡ ଗ୍ରାମର ଲୋକେ ନିର୍ଭର କରିଥାନ୍ତି ଏହି ରାସ୍ତା ଉପରେ। ୩ ପଞ୍ଚାୟତ ମଧ୍ୟରେ ସ୍ବଳ୍ପ ଦୂରତା ବହନ କରୁଥିବାରୁ ଏହି ରାସ୍ତା ଦେଇ ଯାତାୟାତ କରନ୍ତି। ଏହି ରାସ୍ତା ସମ୍ପୂର୍ଣ୍ଣ ଖରାପ ହୋଇଯିବା ପରେ ଲୋକମାନେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ଉକ୍ତ ରାସ୍ତାଟି ତାଟିପାଟି ପଞ୍ଚାୟତର ଗୋଲା ଗ୍ରାମରୁ ବାହାରି ଘୋରଣି ଓ ବଡ଼କୋତୋରୁ ପଞ୍ଚାୟତ ସହ ସଂଯୋଗ ହୋଇଛି। ଏ ନେଇ ୩ ପଞ୍ଚାୟତବାସୀ ପ୍ରଶାସନକୁ ବାରମ୍ବାର ଲିଖିତ ଓ ମୌଖିକ ଭାବେ ଜଣାଇଥିଲେ ମଧ୍ୟ କେହି ଶୁଣୁ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ଏହି ରାସ୍ତାଟି ଆଜକୁ ପ୍ରାୟ ୧୦ ବର୍ଷ ହେଲା ଖରାପ ହୋଇ ପଡ଼ିଛି। ତେବେ ଏହି ରାସ୍ତାର ପୁନଃ ନିର୍ମାଣ କରା ନ ଗଲେ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରି ପ୍ରଶାସନକୁ ଘେରାଉ କରିବୁ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଗଜପତି,୯।୧୨(ଗିରିଧାରୀ ପରିଛା): କାମଧନ୍ଦା ନ ପାଇ ଗୋଆକୁ ଦାଦନ ଖଟିବାକୁ ଯାଇ ଜଣେ ଓଡ଼ିଆ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ମୋହନା...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri