କ୍ୟାଣ୍ଡେଲ, ମୋବାଇଲ ଆଲୁଅରେ ଚିକିତ୍ସା

ପୋଲସରା,୧୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ରବିବାର ସନ୍ଧ୍ୟାରେ ବିଦ୍ୟୁତ୍‌ କାଟ ହୋଇଥିବା ବେଳେ କ୍ୟାଣ୍ଡେଲ ଓ ମୋବାଇଲ ଫୋନ୍‌ ଆଲୁଅରେ ରୋଗୀ ଚିକିତ୍ସା କରାଯାଇଛି। ଏପରିକି ଜଣେ ମହିଳାଙ୍କ ପ୍ରସବ ମଧ୍ୟ କରାଯାଇଛି। ପୋଲସରା ସ୍ବାସ୍ଥ୍ୟକେନ୍ଦ୍ରରେ ଏହି ସମସ୍ୟା ନିତିଦିନିଆ ବୋଲି ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ଅଭିଯୋଗ କରିଛନ୍ତି।
ଗ୍ରାମର ତପସ୍ବିନୀ ସାହୁ କହିଛନ୍ତି, ଅପରାହ୍ନ ପ୍ରାୟ ୪ଟାରେ ଜଣେ ସମ୍ପର୍କୀୟ ମାଉସୀଙ୍କ ପ୍ରସବ ବେଦନା ହୋଇଥିଲା। ତେଣୁ ତାଙ୍କୁ ପୋଲସରା ଡାକ୍ତରଖାନାକୁ ଆଣିଥିଲେ। ସେଠାରେ କୌଣସି ସୁବିଧା ନ ଥିଲା। ସନ୍ଧ୍ୟା ୭ଟାରେ ମାଉସୀଙ୍କ ଏକ ଶିଶୁପୁତ୍ର ଜନ୍ମ ନେଇଥିଲା। ପିଲା ଜନ୍ମ ବେଳେ ଡାକ୍ତରଖାନାରେ ବିଦ୍ୟୁତ୍‌ ନ ଥିଲା। ବିକଳ୍ପ ଭାବେ ଜେନେରେଟରର ମଧ୍ୟ ସୁବିଧା ନ ଥିବାରୁ ନର୍ସମାନେ ମୋବାଇଲ ଫୋନ୍‌ ଲାଇଟ ପକାଇ ଇଞ୍ଜେକସନ ଦେଲେ ଏବଂ ପ୍ରସବ ମଧ୍ୟ କରାଇଥିଲେ। ସେହିପରି ଅନ୍ୟ ଓ୍ବାର୍ଡରେ ମଧ୍ୟ ମହମବତି ଓ ମୋବାଇଲ ଲାଇଟରେ ଚିକିତ୍ସା କରାଯାଇଥିବା ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ କହିଥିଲେ। ଅବହେଳା କରୁଥିବା ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ସମସ୍ୟା ସମାଧାନ ଦିଗରେ ଦୃଷ୍ଟି ଦେବାକୁ ତପସ୍ବିନୀ ଓ ଅନ୍ୟମାନେ ଦାବି କରିଛନ୍ତି। ଅନ୍ୟପକ୍ଷରେ ଏ ନେଇ ଡିୟୁଟିରେ ଥିବା ଡାକ୍ତର ପ୍ରଜ୍ଞା ପ୍ରଥମାଙ୍କୁ ପଚାରିବାରେ ସେ କହିଛନ୍ତି, ବିଦ୍ୟୁତ ଗଲାପରେ କୌଣସି ସୁବିଧା ନାହିଁ। ତେଣୁ ମହମବତି ହେଉ କି ମୋବାଇଲ ଲାଇଟ ଲଗାଇ ରୋଗୀଙ୍କ ସେବା କରିବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri