ୟୁକ୍ରେନ୍ ଯିବେ ନାହିଁ ବାଇଡେନ

ୱାଶିଂଟନ,୧୯ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୫୫ ଦିନ ହୋଇଯାଇଛି । କିଛି ଦେଶର ମଧ୍ୟସ୍ଥତା ପରେ ବି ଏହାର କୌଣସି ସମାଧାନ ବାହାରି ପାରି ନାହିଁ । ରୁଷିଆ ସେନା ବେଳକୁ ବେଳ ଆକ୍ରମଣ ଯୋରଦାର କରୁଥିବା ବେଳେ ଏହାର କଡା ମୁକାବିଲା କରୁଛି ୟୁକ୍ରେନ୍ ସେନା । ଏହାରି ଭିତରେ ରୁଷିଆ ଦାବି କରିଛି ଯେ ସେ ୟୁକ୍ରେନର ମାରିଉପୋଲ ସହରକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦେଇଛି । ହେଲେ ୟୁକ୍ରେନ୍ ଏହାକୁ ଖଣ୍ଡନ କରିଛି । ୟୁକ୍ରେନ ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି ମାରିଉପୋଲରେ ସ୍ଥିତି କଠିନ ରହିଛି ହେଲେ ଏବେବି ସେଠାରେ ୟୁକ୍ରେନ୍ ସେନା ରୁଷିଆ ସେନାଙ୍କୁ ମୁକାବିଲା କରୁଛନ୍ତି ।
ଇତିମଧ୍ୟରେ ହ୍ୱାଇଟହାଉସ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି କି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ୟୁକ୍ରେନ୍ ଗସ୍ତ କରୁ ନାହାନ୍ତି । ସୂଚନାଯୋଗ୍ୟ, ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନ୍‌ସ୍କି ବାଇଡେନଙ୍କୁ କ୍ୱିଭ ଆସିବାକୁ ନିମନ୍ତ୍ରଣ ଦେଇଥିଲେ । କ୍ୱିଭ ଆସି ରୁଷିଆ ଆକ୍ରମଣ ବିରୋଧରେ ସମର୍ଥନ ଦେବାକୁ କହିଥିଲେ ଓ ସେଠାକାର ତାଜା ସ୍ଥିତି ସମ୍ପର୍କରେ ଜାଣିବାକୁ କହିଥିଲେ । ହେଲେ ଏବେ ବାଇଡେନ ୟୁକ୍ରେନ୍ ଯିବେ ନାହିଁ େ ବାଲି ହ୍ୱାଇଟ ହାଉସ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

କଟକ ଟି-୨୦ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଲା ଜୋରଦାର ଝଟ୍‌କା: ଅଭିଯୋଗ ପରେ…

ଦୁବାଇ,୯ା୧୨ (ପି.ଟି.):ରାୟପୁରଠାରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସ୍ଲୋ ଓଭର-ରେଟ୍‌ ପାଇଁ ଭାରତକୁ ସୋମବାର ସେମାନଙ୍କ ମ୍ୟାଚ୍‌ ଫି’ର...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri