୨୨ରେ ମାଲ୍ୟଗିରି ମହୋତ୍ସବ: ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ଖମାର,୨୦।୪(ଡି.ଏନ.ଏ.)- ପାଲଲହଡ଼ା ଉପଖଣ୍ଡରେ ୨୨ ତାରିଖରେ ହେବାକୁ ଥିବା ମାଲ୍ୟଗିରି ମହୋତ୍ସବ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମଙ୍ଗଳବାର ପାଲଲହଡ଼ା ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ମହୋତ୍ସବର ଅଧ୍ୟକ୍ଷ ତଥା ବିଧାୟକ ମୁକେଶ ପାଳ ଖବରଦାତାମାନଙ୍କୁ ଏ ନେଇ ସୂଚନା ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ମହୋତ୍ସବ ଆବାହକ ଉପଜିଲାପାଳ ଅଜିତ କୁମାର ପ୍ରଧାନ, ତହସିଲଦାର ଲମ୍ବୋଦର ମାରାଣ୍ଡି, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିଲୀପ କୁମାର ବାଡା, ପଞ୍ଚାୟତ ସମିତି ଅଧ୍ୟକ୍ଷା ରୀନାରାଣି ନାଏକ, ନବକିଶୋର ନାଏକ ଏବଂ କୋଷାଧକ୍ଷ ଜଳଧର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନା ଅନୁଯାୟୀ, ଆସନ୍ତା ୨୦ ତାରିଖ ସକାଳ ସାଢେ ୬ଟାରେ ଉପଖଣ୍ଡର ୬ଗୋଟି ସ୍ଥାନରୁ ମଶାଲ ଶୋଭାଯାତ୍ରା ବାହାରିବ। ଖୁଲୁଡ଼ି ଗିରିଶ୍ୱର ମନ୍ଦିର, ରଜଡ଼ଙ୍ଗ ଶିବମନ୍ଦିର, ମଗରମୁହାଣ, ପବିତ୍ରପୁର, ମାଲ୍ୟଗିରି ପାହାଡର ଶିଖର ମଠରୁ ମଶାଲ ଅଣାଯାଇ ଜଗନ୍ନାଥ ମନ୍ଦିରରେ ୨୨ ତାରିଖ ପର୍ଯ୍ୟନ୍ତ ରଖାଯିବ। ୨୨ ତାରିଖ ଅପରାହ୍ନ ୪ଟାରେ ଜଗନ୍ନାଥ ମନ୍ଦିରରୁ ମଶାଲକୁ ଶୋଭାଯାତ୍ରାରେ ମା’ କୁଣ୍ଢେଇବିରାଙ୍କ ନିକଟକୁ ନିଆଯାଇ ପୂଜାର୍ଚ୍ଚନା କରାଯିବ। ପରେ ଷ୍ଟାଡିୟମକୁ ନିଆଯାଇ ମହୋତ୍ସବକୁ ଉଦ୍‌ଘାଟନ କରାଯିବ। ସା ୭ଟାରେ ମହୋତ୍ସବ କମିଟି ଅଧ୍ୟକ୍ଷ ମୁକେଶ କୁମାର ପାଳଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ ଏହାକୁ ଉଦ୍‌ଘାଟନ କରିବେ। ସମ୍ମାନିତ ଅତିଥି ଭାବେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଓ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଯୋଗଦେବାର କାର୍ଯ୍ୟକ୍ରମ ରହିଛି I ମନୋରଞ୍ଜନ କାର୍ଯ୍ୟକ୍ରମରେ ରାଜ୍ୟସ୍ତରୀୟ ଓଡ଼ିଶୀ ନୃତ୍ୟ, ଗୋଟିପୁଅ ନୃତ୍ୟ, ୨୩ ତାରିଖରେ ଯୋଡିଶଙ୍ଖ ଓ ଘୁମୁରା ନୃତ୍ୟ, ୨୪ ତାରିଖରେ ସମ୍ବଲପୁରୀ, ପାଇକ ଆଖଡ଼ା ପରିବେଷଣ କରାଯିବ। ପ୍ରତ୍ୟେକ ଦିନ ଜିଲାସ୍ତରୀୟ ୩ଗୋଟି ଲୋକକଳା ଏବଂ ଉପଖଣ୍ଡ ଭିତରୁ ୭ଗୋଟି ଦଳ କଳା ପ୍ରଦର୍ଶନ କରିବେ। ସେହିପରି ଓଲିଉଡ୍‌ ଗାୟକ ଅଭିଜିତ ମଜୁମଦାର ମଧ୍ୟ ଯୋଗଦେଇ ସଙ୍ଗୀତ ପରିବେଷଣ କାର୍ଯ୍ୟକ୍ରମ ରହିଛି। ୨୩ ତାରିଖରେ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକ, ୨୪ ତାରିଖରେ ମୁଖ୍ୟ ଅତିଥି ଭାବେ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଓ ସମ୍ମାନିତ ଅତିଥି ଭାବେ ଏମ୍‌ପି ମହେଶ ସାହୁ, ତାଳଚେର ଓ ଛେଣ୍ଡିପଦା ବିଧାୟକ ଯୋଗଦେବେ ବୋଲି ସ୍ଥିର ହୋଇଛି। ପଲ୍ଲିଶ୍ରୀ ମେଳା ସହ ମୀନାବଜାର ଖୋଲାଯିବା ବୋଲି ମହୋତ୍ସବ କମିଟି ଅଧ୍ୟକ୍ଷ ପାଳ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ: ରାଜ ଦରବାରରେ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ପିକ୍‌ନିକ୍‌ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍‌ ବଣ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...

ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ: ଛତିଶଗଡ଼ କରିବ ବ୍ୟାରେଜ

ଭବାନୀପାଟଣା,୨୯।୧୨ (ଉତ୍ତମ କୁମାର ଦାଶ): ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ। ଛତିଶଗଡ଼ ନିର୍ମାଣ କରିବ ବ୍ୟାରେଜ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦୁର୍ଭାଗ୍ୟର ବିଷୟ ଏନେଇ...

ବାଇକ୍‌ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା

ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ...

ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…

ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri