ହିଙ୍ଗୁଳା ଲୋକ ମହୋତ୍ସବ: ମନମୋହିଲା ଶିବ ତାଣ୍ଡବ, ଗଣେଶ ବନ୍ଦନା

ତାଳଚେର,୨୦।୪(ନି.ପ୍ର.)- ଅନୁଗୋଳ ଜିଲା ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଅବସରରେ ଚାଲିଥିବା ୧୮ତମ ଲୋକ ମହୋତ୍ସବରେ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବାକୁ ପ୍ରବଳ ଜନସମାଗମ ହେଉଛି। ରାଜ୍ୟ ଓ ରାଜ୍ୟ ବାହାରୁ ଆସିଥିବା କଳାକାରମାନଙ୍କ ପାରମ୍ପରିକ ନୃତ୍ୟ ଦର୍ଶକମାନଙ୍କୁ ଘଣ୍ଟା ଘଣ୍ଟା ଧରି ବାନ୍ଧି ରଖୁଛି। ଚତୁର୍ଥ ସାରେ ମୁଖ୍ୟ ଅତିଥି ଭାବରେ ଉତ୍ତର କେନ୍ଦ୍ରାଞ୍ଚଳ ପୋଲିସ ଡିଆଜି ଡ.ସାର୍ଥକ ଷଡଙ୍ଗୀ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ତାଳଚେର ଉପଜିଲାପାଳ ତଥା ମା’ ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟ ବୋର୍ଡର ମ୍ୟାନେଜିଂ ଟ୍ରଷ୍ଟି ବିଶ୍ୱରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସାଂସ୍କୃତିକ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ତାଳଚେର ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ସ୍ବାତୀ ଏସ୍‌. କୁମାର ଯୋଗ ଦେଇଥିଲେ। ଦୀର୍ଘ ୨ ବର୍ଷ ପରେ ମା’ ଙ୍କ ପ୍ରସିଦ୍ଧ ଯାତ୍ରା ସହ ଲୋକ ମହୋତ୍ସବ ଆୟୋଜନ ନେଇ ମୁଖ୍ୟ ଅତିଥି ଟ୍ରଷ୍ଟ ବୋର୍ଡକୁ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ କଳିଙ୍ଗ କଲୋନୀସ୍ଥିତ ଉତ୍କଳିକା ଡ୍ୟାନ୍ସ ଗ୍ରୁପ୍‌ର କୁନିକୁନି କଳାକାରମାନେ ଗଣେଶ ବନ୍ଦନା, ଶିବ ତାଣ୍ଡବ ପରିବେଷଣ କରି ଦର୍ଶକମାନଙ୍କୁ ଚମତ୍କୃତ କରିଦେଇଥିଲେ। ସେହିପରି କେନ୍ଦ୍ରାପଡ଼ାର ଗଡମେକର ନାଟ୍ୟ ଅନୁଷ୍ଠାନର କଳାକାରମାନଙ୍କ ଦ୍ୱାରା ଦଶାବତାର, କୃଷ୍ଣ ଲୀଳା ଆଦି ଚିତ୍ତାକର୍ଷକ ନୃତ୍ୟ ପରିବେଷଣ କରାଯାଇଥିଲା। ତାଳଚେର ଗୋଡିବନ୍ଧର ଡ୍ୟାନ୍ସ ଏକାଡେମୀ କଳାକାରମାନେ ଆକର୍ଷଣୀୟ ନୃତ୍ୟ ପରିବେଷଣ କରିଥିଲେ। ଏହାସହିତ ବଲାଙ୍ଗୀରର କୋଶଳ ଲୋକନୃତ୍ୟ ଦଳ ଧୁଡୁକି ନୃତ୍ୟ, ଗଞ୍ଜାମର ଯୋଡିଶଙ୍ଖ ଦଳ ଡାଲଖାଇ, ଯୋଡିଶଙ୍ଖ, ରଣପା ଆଦି ପାରମ୍ପରିକ ଲୋକନୃତ୍ୟ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମକୁ ସଞ୍ଜୀବ ପଟ୍ଟନାୟକ ଓ ଲକ୍ଷ୍ମୀପ୍ରିୟା ସେନାପତି ପରିଚାଳନା କରିଥିଲେ। ଟ୍ରଷ୍ଟ ବୋର୍ଡ ସଦସ୍ୟ ମୁରଲୀଧର ସାହୁ, ରାଜେନ୍ଦ୍ର ସିଂହ, ସଞ୍ଜୟ କୁମାର ସାହୁ, ସନ୍ତୋଷ କୁମାର ପ୍ରଧାନ, ଗଗନ ବିହାରୀ ସାହୁଙ୍କ ସମେତ ଧୁଳେଶ୍ୱର ବେହେରା ପ୍ରମୁଖ ସହଯୋଗ କରିଥିଲେ। ସମସ୍ତ କଳାକାରଙ୍କୁ ଟ୍ରଷ୍ଟବୋର୍ଡ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri