ଦାବି ପୂରଣ ନ ହେଲେ କାର୍ଯ୍ୟ ବନ୍ଦ ଚେତାବନୀ

ହିଞ୍ଜିଳିକାଟୁ,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଲ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ପକ୍ଷରୁ ସ୍ଥାନୀୟ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ହିଞ୍ଜିଳିକାଟୁ ବ୍ଲକର ସମସ୍ତ ଅଲ୍‌ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ବିଭିନ୍ନ ଦାବି ସରକାରଙ୍କ ପାଖରେ ଉପସ୍ଥାପନା କରି ଆସୁଛନ୍ତି। କିନ୍ତୁ ସରକାର ସେମାନଙ୍କ ଦାବି ପ୍ରତି ଗୁରୁତ୍ୱ ଦେଉନାହାନ୍ତି। ତେଣୁ ବୁଧବାର ପୁନର୍ବାର ଦାବିପତ୍ର ପ୍ରଦାନ କରିବା ଖୁବ୍‌ଶୀଘ୍ର ଦାବି ପୂରଣ ପ୍ରତି ଗୁରୁତ୍ୱ ଦେଇ ଆସନ୍ତା ୩୦ ସୁଦ୍ଧା ପଦକ୍ଷେପ ନ ନେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଓହ୍ଲାଇବା ସହ ସମସ୍ତ କାର୍ଯ୍ୟ ବନ୍ଦ ରହିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ଦାବିପତ୍ରରେ ସମସ୍ତ ଅଙ୍ଗନଓ୍ବାଡି କର୍ମୀଙ୍କୁ ପୋଷଣ ଟ୍ରାକର ପାଇଁ ମାସିକ ୫ଶହ ଟଙ୍କାର ନେଟ୍‌ ପ୍ୟାକ, ଅଣ୍ଡା ଓ ଚାଉଳ ଠିକ୍‌ ଭାବରେ ଯୋଗାଉ ନ ଥିବା, ଏଚ୍‌ଆର ଟଙ୍କା ମିଳି ନ ଥିବା ନେଇ ଅଭିଯୋଗ କରିଛନ୍ତି। ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ୧୫ ହଜାର, ଅବସରକାଳୀନ ଭତ୍ତା ବୃଦ୍ଧି, ନୂଆ ଶିକ୍ଷାନୀତିର ସ୍ପଷ୍ଟୀକରଣ ଦିଆଯିବାକୁ ମଧ୍ୟ ଦାବି ହୋଇଛି। ହିଞ୍ଜିଳିକାଟୁ ବ୍ଲକ ସଭାନେତ୍ରୀ ବବିତା ଗନ୍ତାୟତ ଓ ସମ୍ପାଦିକା ସୁଜାତା ସାହୁଙ୍କ ତତ୍ତ୍ୱାବଧାନରେ ହିଞ୍ଜିଳିକାଟୁ ବ୍ଲକର ସମସ୍ତ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ଯୋଗ ଦେଇ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri