Posted inଜାତୀୟ

ପ୍ରଥମଥର ସୂର୍ଯ୍ୟାସ୍ତ ପରେ ଲାଲକିଲାରେ ହେବ ମୋଦିଙ୍କ ସମ୍ବୋଧନ

ନୂଆଦିଲ୍ଲୀ,୨୧ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାତି ପ୍ରାୟ ୯ଟା ୧୫ରେ ନୂଆଦିଲ୍ଲୀର ଲାଲ କିଲାରେ ଗୁରୁ ତେଗ ବାହାଦୂରଙ୍କ ୪୦୦ତମ ପ୍ରକାଶ ପର୍ବ ସମାରୋହରେ ସାମିଲ ହେବେ । ଏହି ଅବସରରେ ମୋଦି ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରିବେ ଓ ଏକ ସ୍ମାରକ କଏନ ଓ ଡାକ ଟିକେଟ ଜାରି କରିବେ ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ(ପିଏମଓ) ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟୀ, କାର୍ଯ୍ୟକ୍ରମର ଆୟୋଜନ ଭାରତ ସରକାରଙ୍କ ଦ୍ୱାରା ଦିଲ୍ଲୀ ଶିଖ ଗୁରୁଦ୍ୱାର ପ୍ରବନ୍ଧକ କମିଟିର ସହଯୋଗରେ କରାଯାଇଛି । ଏହି ଦୁଇ ଦିନିଆ(୨୦-୨୧ ଏପ୍ରିଲ) କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ଭାଗରୁ ରାଗି ଓ ଶିଶୁ ‘ଶବ୍ଦ କିର୍ତ୍ତନ’ରେ ଅଂଶ ଗ୍ରହଣ କରିବେ । ଏହାସହ ସେଠାରେ ଗୁରୁ ତେଗ ବାହାଦୂରଙ୍କ ଜୀବନୀ ଉପରେ ଏକ ଭବ୍ୟ ଲାଇଟ ଆଣ୍ଡ ସାଉଣ୍ଡ ଶୋ’ ହେବ । ଏହାସହ ଶିଖଙ୍କ ପାରମ୍ପରିକ ମାର୍ଶଲ ଆର୍ଟ ’ଗତକା’ର ବି ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମ ନବମ ଶିଖ ଗୁରୁ ତେଗ ବାହାଦୂରଙ୍କ ଉଦ୍ଦେଶ୍ୟକୁ ରେଖାଙ୍କିତ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri