ଏସ୍‌ପି କାର୍ଯ୍ୟାଳୟ ଆଗରେ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ ଅଫିସ୍‌, ୨୧।୪: କନଷ୍ଟେବଳ ସ୍ବାମୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ଜଣେ ମହିଳା ଦେହରେ ପେଟ୍ରୋଲ ଢାଳିହୋଇ ଆତ୍ମାହୁତି ଉଦ୍ୟମ କରିଛନ୍ତି। ଢେଙ୍କାନାଳ ଏସ୍‌ପିଙ୍କ କାର୍ଯ୍ୟାଳୟ ଆଗରେ ବୁଧବାର ମଧ୍ୟାହ୍ନରେ ଘଟିଛି ଏଭଳି ଅଭାବନୀୟ ଘଟଣା, ଯାହା ଖାକିକୁ କରିଛି ବଦନାମ।
ଆତ୍ମାହୁତି ଉଦ୍ୟମ କରିଥିବା ହିନ୍ଦୋଳ ବ୍ଲକ ବାଲିମୀ ଥାନା ଦୁଦୁରାକୋଟ ଗ୍ରାମର ଶୈଳବାଳା ସାମଲଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କ ସ୍ବାମୀ ପବିତ୍ର ନାୟକ ଢେଙ୍କାନାଳ ରିଜର୍ଭ ପୋଲିସ ଲାଇନ୍‌ରେ କନଷ୍ଟେବଳ ଭାବେ କାର୍ଯ୍ୟ କରନ୍ତି। ସ୍ବାମୀ ବେଆଇନ ଭାବେ ଦ୍ୱିତୀୟ ବିବାହ କରିଛନ୍ତି। ଅଧିକାଂଶ ସମୟରେ ଶାରୀରିକ ଏବଂ ମାନସିକ ନିର୍ଯାତନା ଦେଉଛନ୍ତି। ଗତ ଡିସେମ୍ବର ୨୧ରେ ଶୈଳବାଳାଙ୍କୁ ପବିତ୍ର ମରଣାନ୍ତକ ଆକ୍ରମଣ କରିଥିଲେ। ସୂଚନା ପାଇ ବାଲିମୀ ଥାନାଧିକାରୀ ପହଞ୍ଚତ୍ ଏକ ଖଣ୍ଡା ଜବତ କରିବା ସହ ସ୍ବାମୀଙ୍କୁ ଥାନାକୁ ନେଇଯାଇଥିଲେ। ହେଲେ ପରେ ତାଙ୍କୁ ଛାଡ଼ି ଦେଇଥିଲେ। ଏହାପରେ ତାଙ୍କ ଉପରେ ନିର୍ଯାତନା ଆହୁରି ବଢ଼ିଯାଇଛି। ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରୁ ନ ଥିବାରୁ ସେ ଆତ୍ମାହୁତି ଉଦ୍ୟମ କରିଥିବା କହିଛନ୍ତି।
ପେଟ୍ରୋଲ ଢାଳିହୋଇ ଶରୀରରେ ନିଅଁା ଲଗାଇବାକୁ ଉଦ୍ୟମ କରୁଥିବାବେଳେ ଏସ୍‌ପିଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ମହିଳା କନଷ୍ଟେବଳମାନେ ଦୌଡ଼ି ଆସି ଶୈଳବାଳାଙ୍କୁ ଏଥିରୁ ନିବୃତ୍ତ କରାଇଥିଲେ। କାର୍ଯ୍ୟାଳୟରେ ପୋଲିସ ଅଧିକାରୀମାନେ ତାଙ୍କ ଅଭିଯୋଗ ଶୁଣିବା ସହ ବୁଝାଶୁଝା କରିଥିଲେ। ଏ ସଂକ୍ରାନ୍ତରେ ଅତିରିକ୍ତ ଏସ୍‌ପି ଶିଶୁରଞ୍ଜନ ମହାପାତ୍ର କୁହନ୍ତି, ମହିଳାଙ୍କ ଅଭିଯୋଗ ମିଳିଛି ା ଘଟଣାର ତଦନ୍ତ କରି ଆଇନ ଅନୁଯାୟୀ ପଦକ୍ଷେପ ଗ୍ରହଣ କରାଯିବ।

ଭରଣପୋଷଣ ପାଇଁ ୬୦୦୦ ଟଙ୍କା ଦେବେ
ନିର୍ଯାତନାର ଶିକାର ହୋଇଥିବା ଶୈଳବାଳାଙ୍କୁ ଭରଣପୋଷଣ ବାବଦକୁ ମାସିକ ୬୦୦୦ ଟଙ୍କା ପ୍ରଦାନ କରିବାକୁ ସ୍ବାମୀ ପବିତ୍ର ସହମତି ଜଣାଇଛନ୍ତି। ପ୍ରତି ମାସ ୩ ତାରିଖ ସୁଦ୍ଧା ସେ ଏହି ଟଙ୍କା ଦେବେ। ଏସ୍‌ପିଙ୍କ କାର୍ଯ୍ୟାଳୟରେ ମହିଳାଙ୍କୁ ବୁଝାଶୁଝା ପରେ ଟାଉନ ଥାନାକୁ ନିଆଯାଇଥିଲା। ସେଠାକୁ ସ୍ବାମୀ ପବିତ୍ରଙ୍କୁ ଡକାଯାଇ ଆପୋସ ଆଲୋଚନା କରାଯାଇଥିଲା। ମହିଳାଙ୍କ ପକ୍ଷରୁ କୋର୍ଟରେ ଭରଣପୋଷଣ ମାମଲା ଚାଲିଛି। ରାୟ ପ୍ରକାଶ ପାଇବା ଯାଏ ତାଙ୍କୁ ମାସିକ ୬୦୦୦ ଟଙ୍କା ପ୍ରଦାନ କରିବାକୁ ପୋଲିସ କହିଥିଲା, ଯାହାକୁ ପବିତ୍ର ମାନିନେଇଛନ୍ତି। ଅଦାଲତ ରାୟକୁ ଉଭୟେ ସମ୍ମାନ ଜଣାଇବେ ବୋଲି ପ୍ରତିଶ୍ରୁତି ଦେଇଥିବା ଟାଉନ ଥାନାଧିକାରୀ ରାଜେନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

ରାସ୍ତା ତଳକୁ ଓଲଟିପଡିଲା ବାଲି ବୋଝେଇ ହାଇୱା, ଭିତରେ ଥିଲେ ଡ୍ରାଇଭର, ତା’ପରେ…

ପରଜଙ୍ଗ, ୪।୧୨(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା – ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ରେଳ ଷ୍ଟେଶନ ନିକଟରେ ଗୁରୁବାର...

ସରକାରୀ ଜାଗାରୁ ଜବରଦଖଲ ଉଚ୍ଛେଦ: ଆଗକୁ ଆହୁରି…

ପରଜଙ୍ଗ,୨।୧୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ତରଫରୁ ସୋମବାର ବାରିହାପୁର ହାଇସ୍କୁଲ ସମ୍ମୁଖରେ ସରକାରୀ ଜାଗାରେ ଥିବା ଏକ ଢାବା ସହ କେତୋଟି ଦୋକାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri