ବାପ-ପୁଅଙ୍କୁ ହତ୍ୟା

ବରଗଡ଼ ଅଫିସ୍‌,୨୧।୪: ବରଗଡ଼ ଟାଉନ ଥାନା ଅଧୀନ ରୁହୁଣିଆ ଗ୍ରାମରେ ଗୁରୁବାର ଏକ ହତ୍ୟାକାଣ୍ଡ ଘଟିଛି । ହତ୍ୟାକାଣ୍ଡରେ ବାପପୁଅଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ବାପା ଦେବ ସିନ୍ଧ୍ରିଆ(୬୦) ଏବଂ ପୁଅ ରତନ ସିନ୍ଧ୍ରିଆ(୨୭) । ସେହିପରି ରତନଙ୍କ ସ୍ତ୍ରୀ ଗୁରୁତର ଆହତ ହୋଇ ଭୀମସାର୍‌, ବୁର୍ଲାରେ ଚିକିତ୍ସିତ ହେଉଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରିଛି । ପୋଲିସ ଜଣେ ଅଭିଯୁକ୍ତଙ୍କୁ ଥାନାରେ ଅଟକ ଅଧିକ ପଚରାଉଚରା ଚଳାଇଛି।

ପ୍ରକାଶ ଯେ, ଦେବ ଏବଂ ଅଭିଯୁକ୍ତ କମଳ ସମ୍ପର୍କରେ କକା, ପୁତୁରା । ଉଭୟ ପରିବାର ଗୋଡ଼ଭଗାକୁ ଏକ ବିବାହ ଉତ୍ସବରେ ଯୋଗଦେବା ପାଇଁ ଯାଇଥିଲେ। ସେଠାରେ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା। ତେବେ ଘରକୁ ଫେରିବା ପରେ ଅପରାହ୍ନରେ ଉଭୟ ପରିବାର ମଧ୍ୟରେ ବଚସା ଉଗ୍ରରୂପ ନେଇଥିଲା । କମଳ ଏକ କଟୁରୀରେ ଦେବଙ୍କ ପରିବାର ଲୋକଙ୍କୁ ଆକ୍ରମଣ କରିଥିଲେ । ଆକ୍ରମଣରେ ଘଟଣାସ୍ଥଳରେ ଦେବଙ୍କ ମୃତ୍ୟୁ ହୋଇ ଥିବାବେଳେ ଦେବଙ୍କ ପୁଅ ରତନ ଏବଂ ତାଙ୍କ ପୁତ୍ରବଧୂ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଚିକିତ୍ସା ପାଇଁ ବୁର୍ଲା ନିଆଯିବା ବାଟରେ ରତନଙ୍କ ମୃତ୍ୟୁ ହୋଇଥିଲା । ଘଟଣାଟି ଅଞ୍ଚଳରେ ଚାଞ୍ଚଲ୍ୟ ଖେଲାଇ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri