Posted inଜାତୀୟ

ଅହିଂସାର ପ୍ରବର୍ତ୍ତକ ଗାନ୍ଧିଜୀ ଅସାଧାରଣ

ଅହମଦାବାଦ,୨୨ା୪:ଦୁଇଦିନିଆ ଭାରତ ଗସ୍ତରେ ଆସିଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ଗୁରୁବାର ସକାଳେ ଅହମଦାବାଦରେ ଅବତରଣ କରିବା ପରେ ସାବରମତିସ୍ଥିତ ମହାତ୍ମା ଗାନ୍ଧୀଙ୍କ ଆଶ୍ରମକୁ ଯାଇଥିଲେ। ସେଠାରେ ସେ ଅରଟରେ ସୂତା କାଟିଥିଲେ। ବିଶ୍ୱରେ ପରିବର୍ତ୍ତନ ପାଇଁ ସତ୍ୟ ଓ ଅହିଂସା ନୀତିର ପ୍ରସାର କରାଇଥିବା ଗାନ୍ଧିଜୀ ଜଣେ ଅସାଧାରଣ ବ୍ୟକ୍ତିତ୍ୱ ବୋଲି ବୋରିସ୍‌ କହିଛନ୍ତି। ସାବରମତି ଆଶ୍ରମରୁ ଗାନ୍ଧିଜୀ ବ୍ରିଟିଶ ଶାସନ ବିରୋଧରେ ଭାରତୀୟ ସ୍ବାଧୀନତା ସଂଗ୍ରାମର ନେତୃତ୍ୱ ନେଉଥିଲେ। ଏହି ଆଶ୍ରମକୁ ଆସିବାରେ ବୋରିସ୍‌ ପ୍ରଥମ ବ୍ରିଟିଶ ପ୍ରଧାନମନ୍ତ୍ରୀ। ସେହିପରି ୧୯୪୭ ପରେ ଗୁଜରାଟ ଗସ୍ତରେ ଆସିବାରେ ମଧ୍ୟ ବୋରିସ୍‌ ପ୍ରଥମ ବ୍ରିଟିଶ ପ୍ରଧାନମନ୍ତ୍ରୀ। ମହାତ୍ମାଙ୍କ ପ୍ରଶଂସାରେ ବୋରିସ୍‌ ଭାବପ୍ରବଣ ହୋଇପଡ଼ିଥିଲେ। ସ୍ବାଧୀନତା ସଂଗ୍ରାମ ବେଳେ ବ୍ରିଟିଶ ଶାସକ ଗୋଷ୍ଠୀ ଗାନ୍ଧିଜୀଙ୍କୁ ପ୍ରଶଂସା କରିବା ବିରଳ ଘଟଣା ଥିଲା। ଶୁକ୍ରବାର ବୋରିସ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗ ଏବଂ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ଉପରେ ଆଲୋଚନା କରିବେ। ଏହା ବ୍ୟତୀତ ବ୍ରିଟିଶ ପ୍ରଧାନମନ୍ତ୍ରୀ ବିଭିନ୍ନ ବାଣିଜି୍ୟକ ରାଜିନାମା ସମ୍ପର୍କରେ ଘୋଷଣା କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri