୭ ଦିନରେ ପ୍ରସ୍ତୁତ ହେବ କଟକଚଣ୍ଡୀ ମନ୍ଦିରର ଉନ୍ନତୀକରଣ ନକ୍ସା

କଟକ ଅଫିସ,୨୨ା୪: କଟକଚଣ୍ଡୀ ମନ୍ଦିରର ଉନ୍ନତୀକରଣ ପାଇଁ ଆସନ୍ତା ୭ ଦିନ ମଧ୍ୟରେ ଏକ ନକ୍ସା ପ୍ରସ୍ତୁତ ହେବ। ପରେ ଏହାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପାଇଁ ପଠାଯିବ। ଉକ୍ତ ମନ୍ଦିରର ରୂପରେଖ ବଦଳିବା ସହ ସୌନ୍ଦର୍ଯ୍ୟକରଣ କରାଯିବ। ପ୍ରଥମ ପର୍ଯ୍ୟାୟରେ ମନ୍ଦିର ପରିସର ସମ୍ପ୍ରସାରଣ କରାଯିବ। ମନ୍ଦିର ପରିସରରେ ଥିବା ପୂଜାସାମଗ୍ରୀ, ଭୋଗ ଦୋକାନ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଯୋଜନା ରହିଛି। ପରବର୍ତ୍ତୀ ସମୟରେ ଦୋକାନୀମାନଙ୍କ ପାଇଁ ସ୍ବତନ୍ତ୍ର ଷ୍ଟଲ ନିର୍ମାଣ ହେବ। ସେହିଭଳି ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ଭକ୍ତମାନେ ବସିବା ପାଇଁ ଚେୟାର ଓ ପାନୀୟ ଜଳ ବ୍ୟବସ୍ଥା, ମନ୍ଦିରକୁ ପ୍ରବେଶ ଏବଂ ପ୍ରସ୍ଥାନ ନିମନ୍ତେ ସ୍ବତନ୍ତ୍ର ଦ୍ୱାର, ସୂଚନା କେନ୍ଦ୍ର, ରସିଦ୍‌ କାଉଣ୍ଟର ନିର୍ମାଣ ହେବାର ଯୋଜନା ରହିଛି।
ଏହି ପରିପ୍ରେକ୍ଷୀରେ ଗୁରୁବାର କଟକଚଣ୍ଡୀ ମନ୍ଦିର ପରିଦର୍ଶନ କରିଥିଲେ ୫-ଟି ସଚିବ ଭି.କେ. ପାଣ୍ଡିଆନ। ସକାଳୁ ମନ୍ଦିରରେ ପହଞ୍ଚି ମା’ଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ଏହାପରେ ମନ୍ଦିର ବେଢା ପରିକ୍ରମା କରି ଉପସ୍ଥିତ ଅଧିକାରୀମାନଙ୍କ ସହ ମନ୍ଦିର ପ୍ରକଳ୍ପ ଉନ୍ନତୀକରଣ କାର୍ଯ୍ୟର ସମୀକ୍ଷା କରିଥିଲେ। ଏଥିସହ ମନ୍ଦିରର ନକ୍ସା ଦେଖିଥିଲେ। ମନ୍ଦିରର ମରାମତି, ବେଢା ମଧ୍ୟରୁ ଜଳ ନିଷ୍କାସନ, ଯାନବାହନ ରହଣିସ୍ଥଳ, ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା, ପାରିପାର୍ଶ୍ୱିକ ବିକାଶ ଓ ସୌନ୍ଦର୍ଯ୍ୟକରଣ ଉପରେ ମନ୍ଦିର ପରିଚାଳନା କମିଟି ସଭ୍ୟ, ସେବାୟତ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ପାଣ୍ଡିଆନଙ୍କୁ ଅବଗତ କରାଇଥିଲେ। ୭ ଦିନ ମଧ୍ୟରେ ଉପରୋକ୍ତ ପ୍ରସ୍ତାବଗୁଡିକ ସମ୍ପର୍କରେ ସେମାନେ ଜିଲାପାଳଙ୍କୁ ଲିଖିତ ଆକାରରେ ଜଣାଇବାକୁ ପାଣ୍ଡିଆନ କହିଥିଲେ। ଲିଖିତ ପ୍ରସ୍ତାବ ପାଇବା ପରେ ଏ ସମ୍ବନ୍ଧରେ ଏକ ବୈଠକ ଡକାଯାଇ ସବିଶେଷ ଆଲୋଚନା ପୂର୍ବକ ଏକ ନକ୍ସା ପ୍ରସ୍ତୁତ କରାଯିବ। ପରେ ତାହାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ପଠାଯିବ। ପାଣ୍ଡିଆନଙ୍କ ଏହି ଗସ୍ତ ସମୟରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ସୁରେଶ ଚନ୍ଦ୍ର ଦଳାଇ, ଜିଲାପାଳ ଭବାନୀ ଶଙ୍କର ଚୟନୀ, ସିଡିଏ ଅଧ୍ୟକ୍ଷ ଅନିଲ କୁମାର ସାମଲ, ସିଏମ୍‌ସି ଅନନ୍ୟା ଦାସ, କଟକ ଡିସିପି ପ୍ରତୀକ ସିଂ, ମନ୍ଦିର ମୁଖ୍ୟ ପୂଜକ ମନୋଜ ପଣ୍ଡା, ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ କୁମାର ମାଝିଙ୍କ ସମେତ ଅନ୍ୟ ବିଭାଗର ଯନ୍ତ୍ରୀ ଓ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri