ଭୁବନେଶ୍ୱରରେ ୪୦ ଡିଗ୍ରୀ ପାର କଲା ତାପମାତ୍ରା

ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଦିନତମାମ ପ୍ରଚଣ୍ଡ ଖରା ସାଙ୍ଗକୁ ତତଲା ହାଓ୍ବା ରାଜଧାନୀକୁ ଉତ୍ତପ୍ତ କରିଦେଇଛି। ସତେଯେମିତି ଆକାଶରୁ ଅଗ୍ନିବର୍ଷା ହେଉଛି। ସକାଳ ୯ଟାରୁ ଗରମ ପବନ ସମଗ୍ର ରାଜଧାନୀକୁ କବଳିତ କରିଥିଲା। ଅପରାହ୍ନ ୫ଟା ଯାଏ ତ୍ରାହି ମିଳି ନ ଥିଲା। ଚଳିତ ବର୍ଷର ସବୁଠୁ ଉତ୍ତପ୍ତ ଦିବସ ସହରକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, ଶୁକ୍ରବାର ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୪୦.୮ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ବେଳେ ପାରଳାଖେମୁଣ୍ଡି ଓ ବୌଦ୍ଧରେ ୪୦ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି।
ଅନ୍ୟପକ୍ଷରେ ଝଡ଼ବର୍ଷା ଯୋଗୁ ଗତ କିଛିଦିନ ଧରି ପ୍ରଚଣ୍ଡ ଗ୍ରୀଷ୍ମରେ ଆଉଟୁପାଉଟୁ ହେଉଥିବା ଆଭ୍ୟନ୍ତରୀଣ ଓଡ଼ିଶା ଏବେ ଆଶ୍ୱସ୍ତ ହୋଇଛି। ଝଡ଼ବର୍ଷା ଯୋଗୁ ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସିଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର...

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଲିଙ୍ଗରାଜରୁ ଖୋର୍ଦ୍ଧା ଯାଏ ଦୌଡିଲେ ମନ୍ମଥ

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନରୁ ବିଜୁ ଜନତା ଦଳ(ବିଜେଡି)ର ପ୍ରାର୍ଥୀ ମନ୍ମଥ ରାଉତରାୟ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା...

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri