ନକଲି ପ୍ରଶ୍ନପତ୍ର, ଗୁଜବକାରୀଙ୍କ ଉପରେ କଡ଼ା ନଜର

ଭୁବନେଶ୍ୱର, ୨୩ା୪(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ୍‌ ଏବଂ ଯୁକ୍ତ୨ ପରୀକ୍ଷା ନିମନ୍ତେ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଶୁକ୍ରବାର ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶ୍ନପତ୍ର ନୋଡାଲ୍‌ ସେଣ୍ଟରରେ ସୁରକ୍ଷିତ ରଖିବାଠାରୁ ଆରମ୍ଭ କରି ପ୍ରଶ୍ନପତ୍ର ଓ ପରୀକ୍ଷା ଖାତା ପରୀକ୍ଷା କେନ୍ଦ୍ରରେ ପହଞ୍ଚାଇବା, କେନ୍ଦ୍ରରେ ପରୀକ୍ଷା ସଞ୍ଚାଳନ, ଉତ୍ତର ଖାତାଗୁଡ଼ିକୁ ମୂଲ୍ୟାୟନ କେନ୍ଦ୍ରକୁ ପରିବହନ ଏବଂ ମୂଲ୍ୟାୟନ ଆଦି ସମସ୍ତ ପର୍ଯ୍ୟାୟକୁ ଶୃଙ୍ଖଳିତ କରିବା ନିମନ୍ତେ ପୂର୍ଣ୍ଣ ସହଯୋଗ ଓ ସାହାଯ୍ୟ ଯୋଗାଇବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ଜିଲାପାଳ ଏବଂ ଏସ୍‌ପିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ନିଜ ଜିଲାର ସମସ୍ତ ମାଧ୍ୟମିକ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ କେତେକ କ୍ଲଷ୍ଟରରେ ସଙ୍ଗଠିତ କରି ଜଣେ ଜଣେ ଦାୟିତ୍ୱ ସମ୍ପନ୍ନ ଅଧିକାରୀଙ୍କୁ ପ୍ରତି ସେକ୍ଟରରେ ସମ୍ପୂର୍ଣ୍ଣ ପରୀକ୍ଷା ପରିଚାଳନାରେ ଭାଗ ନେବା ପାଇଁ ମୁଖ୍ୟ ଶାସନ ସଚିବ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ପରୀକ୍ଷାଗତ ଆଇନ୍‌ ଶୃଙ୍ଖଳା ନିମନ୍ତେ ପ୍ରତି ସେକ୍ଟରୱାରି ଆବଶ୍ୟକୀୟ ପୋଲିସ ଏବଂ ଗାଡ଼ି ଆଦି ମୁତୟନ କରାଯିବ। ପ୍ରତି ନୋଡାଲ୍‌ ସେଣ୍ଟରରେ ସିସିଟିଭି ନିରୀକ୍ଷଣ ସହ କଡ଼ା ନିରାପତ୍ତା ବ୍ୟବସ୍ଥା କରିବା ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି। ସେପଟେ ନକଲି ପ୍ରଶ୍ନପତ୍ର ପ୍ରତି ଅଧିକ ଗୁରୁତ୍ୱ ଦିଆଯାଇଛି। ବିଶେଷତଃ ସୋସିଆଲ୍‌ ମିଡିଆ ମାଧ୍ୟମରେ ରାତାରାତି ଧନୀ ହେବା ପାଇଁ ନକଲି ପ୍ରଶ୍ନପତ୍ର ସଞ୍ଚାର କରୁଥିବା ବ୍ୟକ୍ତି ଏବଂ ପ୍ରଶ୍ନପତ୍ର ବା ଉତ୍ତର ଖାତା ଆଦି ବିଷୟରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ମୁଖ୍ୟ ଶାସନ ସଚିବ ଏସ୍‌ପିମାନଙ୍କୁ ପରାମର୍ଶ ଦେଇଛନ୍ତି। ଏପରି ନ୍ୟସ୍ତ ସ୍ବାର୍ଥ ବ୍ୟକ୍ତିଙ୍କୁ ଠାବକରି ସେମାନଙ୍କ ବରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ପରୀକ୍ଷା ପରିଚାଳନା ଓ ମୂଲ୍ୟାୟନ ପ୍ରକ୍ରିୟା ସମ୍ବନ୍ଧିତ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ। ଚଳିତ ବର୍ଷ ୫,୮୫,୭୩୦ ଜଣ ପରୀକ୍ଷାର୍ଥୀ ମାଟ୍ରିକ୍‌ ଏବଂ ୩,୨୧,୫୦୮ ଜଣ ଯୁକ୍ତ୨ ପରୀକ୍ଷା ଦେବେ। ଛାତ୍ରୀଛାତ୍ରମାନେ ନିଜ ନିଜ ବିଦ୍ୟାଳୟ ବା ନିକଟତମ ବିଦ୍ୟାଳୟରେ ପରୀକ୍ଷା ଦେବାର ବ୍ୟବସ୍ଥା କରାଯାଇଛି ବୋଲି ସେଠୀ କହିଥିଲେ। ଇତି ମଧ୍ୟରେ ନୋଡାଲ୍‌ ସେଣ୍ଟରଗୁଡ଼ିକୁ ପ୍ରଶ୍ନ ଓ ଉତ୍ତରଖାତା ପଠାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ପରୀକ୍ଷା କେନ୍ଦ୍ରରେ ଯେପରି ଛାତ୍ରୀଛାତ୍ରମାନେ ସୁବିଧାରେ ପରୀକ୍ଷା ଦେଇପାରିବେ ସେଥିପାଇଁ ଆବଶ୍ୟକ ଆୟୋଜନ କରାଯାଉଛି ବୋଲି ସେ କହିଛନ୍ତି। ସବୁ ଜିଲାର ଜିଲାପାଳ ଏବଂ ଏସ୍‌ପିମାନେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏଥିରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri