Posted inଖେଳ

ରାଜ୍ୟ ୯ ବର୍ଷରୁ କମ୍‌ ଚେସ୍‌: ଓପନରେ ପ୍ରତ୍ୟୁଷ, ବାଳିକାରେ ଶ୍ରଦ୍ଧା ଚାମ୍ପିୟନ

କଟକ ଅଫିସ,୧୫ା୭- ପୂର୍ବତଟ ରେଳପଥ ପ୍ରତିଷ୍ଠାନ ପରିସରରେ ଚାଲିଥିବା ରାଜ୍ୟ ୯ ବର୍ଷରୁ କମ୍‌ ଚେସ ଚାମ୍ପିୟନଶିପ୍‌ ରବିବାର ଉଦ୍‌ଯାପିତ ହୋଇଯାଇଛି । ୭ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାର ଓପନ ବର୍ଗରେ ୬.୫ ପଏଣ୍ଟ ହାସଲ କରି ପ୍ରତ୍ୟୁଷ ନାୟକ ଚାମ୍ପିୟନ ହୋଇଛନ୍ତି । ବାଳିକା ବର୍ଗରେ ଶ୍ରଦ୍ଧା ସ୍ମରଣିକା ନନ୍ଦ ଓ ଜୟଶ୍ରୀ ବାରିକ ୬ ପଏଣ୍ଟ ଲେଖାଏ ହାସଲ କରିଥିବା ବେଳେ ଟାଇବ୍ରେକର ପଦ୍ଧତିରେ ଶ୍ରଦ୍ଧା ସ୍ମରଣିକା ଚାମ୍ପିୟନ ଟାଇଟଲ ହାସଲ କରିଛନ୍ତି । ଓପନ ବର୍ଗରେ ପ୍ରତିଯୋଗିତାର ଟପସିଡ଼ ଖେଳାଳି ଆୟୁଷ୍ମାନ ମହାନ୍ତି ୬ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଶ୍ରୀୟାଂଶ ଦେ, ଜୀବନ ଜ୍ୟୋତି, ବିଶ୍ୱପ୍ରୀତ ରାୟ, ଶ୍ରେୟାଂଶ ହୋତା, ସ୍ବସ୍ତିକ ଶୁଭମ ପଟ୍ଟନାୟକ, ଆୟୁଷ ଆର୍ୟନ ମହାପାତ୍ର, ସିଦ୍ଧାର୍ଥ ମିଶ୍ର, ପ୍ରୀତପାଲ ଷଡ଼ଙ୍ଗୀ ଓପନ ବର୍ଗରେ ୧୦ମ ସ୍ଥାନ ମଧ୍ୟରେ ଅଛନ୍ତି । ବାଳିକା ବର୍ଗରେ ଜୟଶ୍ରୀ ବାରିକ, ସାଇ ସମ୍ପ୍ରଦା ମହାନ୍ତି, ସନ୍ଦୀପା ପ୍ରିୟଦର୍ଶିନୀ ସାହୁ, ଅଂଶିତା ପଟ୍ଟନାୟକ, ଜ୍ୟୋତିକା ସାହୁ, ଶ୍ରଦ୍ଧା ମିଶ୍ର, ପ୍ରତ୍ୟୁଷା ଜେନା, ଶ୍ରୁତି ସ୍ନେହୀ, ସାଇଶା ସ୍ବାଇଁ ଯଥାକ୍ରମେ ୨ୟରୁ ୧୦ମ ସ୍ଥାନରେ ଅଛନ୍ତି। କଟକ ଜିଲା ଚେସ୍‌ ସଂଘ ଓ ନିଖିଳ ଓଡ଼ିଶା ଚେସ୍‌ ସଂଘର ମିଳିତ ଆନୁକୂଲ୍ୟରେ ହେଉଥିବା ଏହି ଟୁର୍ନାମେଣ୍ଟର ଉଦ୍‌ଯାପନୀ ଉତ୍ସବରେ ଅଭିନେତ୍ରୀ ମେଘନା ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ନିଖିଳ ଓଡ଼ିଶା ଚେସ୍‌ ସଂଘ ସମ୍ପାଦକ ଦେବବ୍ରତ ଭଟ, ପୂର୍ବତଟ ରେଳବାଇ ପ୍ରତିଷ୍ଠାନର କାର୍ଯ୍ୟକାରୀ ସଭାପତି ଡା. ସେକ୍‌ ରହେମତୁଲ୍ଲା, ଓ.ପି ମୀନା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। କଟକ ଜିଲା ଚେସ ସଂଘ ସଭାପତି ବିବେକ ତିବେରୱାଲ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ସମ୍ପାଦକ ରଞ୍ଜନ ମହାନ୍ତି ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଉପସଭାପତି ସନ୍ତୋଷ କୁମାର ପୃଷ୍ଟି ଧନ୍ୟବାଦ ଅର୍ପଣ କରିଛନ୍ତି। ରାଜେନ୍ଦ୍ର କୁମାର ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଅନ୍ତର୍ଜାତୀୟ ଆର୍ବିଟର ତାପସ ମହାନ୍ତି, ନିହାର ରଞ୍ଜନ ସାସମଲ ଖେଳ ପରିଚାଳନା କରିଥିଲେ। ସେକ ମନସୁର ଅଲ୍ଲୀ, ସାହେବ ଅଖତାର ସହାୟତା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୪୨ ବର୍ଷ ବୟସରେ ଏମିତି କାରନାମା କଲେ ଧୋନୀ

ଧର୍ମଶାଳା,୫।୫: ଯଦିଓ ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଖେଳାଳି ମହେନ୍ଦ୍ର ସିଂ ଧୋନୀ ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଶୂନ୍ୟରେ ଆଉଟ୍‌ ହୋଇଥିଲେ ମଧ୍ୟ ଏହି ୪୨...

ପାଖାପାଖି ୧୧୦୦ ଦିନ ପରେ ପଞ୍ଜାବକୁ ଧୂଳି ଚଟେଇଲା ଚେନ୍ନାଇ

ଚେନ୍ନାଇ,୫।୫: ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଜାବ କିଙ୍ଗସକୁ ୨୮ ରନରେ ପରାସ୍ତ କରିଛି। ଚେନ୍ନାଇର ବିଜୟରେ ରବିନ୍ଦ୍ର ଜାଡେଜାଙ୍କ ତୀକ୍ଷ୍ଣ ବୋଲିଂରେ ଅନେକ ଅବଦାନ ରହିଛି।...

ବିରାଟ କୋହଲିଙ୍କୁ ଅରେଞ୍ଜ କ୍ୟାପ ପିନ୍ଧାଇଲେ ଦିନେଶ କାର୍ତ୍ତିକ, ଭିଡିଓ ସୃଷ୍ଟି କରୁଛି ହଇଚଇ

ନୂଆଦିଲ୍ଲୀ,୫।୫: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ବିରାଟ କୋହଲି ଏବଂ ଦୀନେଶ କାର୍ତ୍ତିକ ପ୍ରଶଂସକଙ୍କୁ ଖୁସିର ମୁହୂର୍ତ୍ତ ଦେଇଛନ୍ତି। କୋହଲି...

ସାଥ୍‌ ଦେଉନି ଋତୁରାଜଙ୍କ ଭାଗ୍ୟ: ଏଥର୍‌ ବି ଫେଲ୍‌

ନୂଆଦିଲ୍ଲୀ,୫।୫: ନୂଆ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାଇକୱାଡଙ୍କ ଭାଗ୍ୟ ଆଇପିଏଲ ୨୦୨୪ ରେ ବହୁତ ଖରାପ ହୋଇଛି। ସେ ବର୍ତ୍ତମାନ ପଞ୍ଜାବ କିଙ୍ଗ୍ସ...

ଯିଏ ଆଉଟ୍‌ କରିଥିଲେ, ତାଙ୍କୁ ବଡ଼ ଗିଫ୍ଟ ଦେଲେ କୋହଲି

ନୂଆଦିଲ୍ଲୀ,୫।୫: ଜଣେ ମହାନ ବ୍ୟାଟ୍ସମ୍ୟାନ ହେବା ବ୍ୟତୀତ ବିରାଟ କୋହଲି ମଧ୍ୟ ଜଣେ ବଡ଼ ହୃଦୟର ବ୍ୟକ୍ତି ଅଟନ୍ତି। କୋହଲି ତାଙ୍କ ଜର୍ସି ନୁର ଅହମ୍ମଦଙ୍କୁ...

ଟି -୨୦ ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଜାରି: ଏହି ଦିନ ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୫।୫: ଆଇସିସି ମହିଳା ଟି -୨୦ ବିଶ୍ୱକପ ୨୦୨୪ର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଏହି ଟୁର୍ନାମେଣ୍ଟ ବାଂଲାଦେଶରେ ଆୟୋଜିତ ହେବ। ଭାରତୀୟ ମହିଳା ଦଳକୁ ଗ୍ରୁପ...

ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା; ନିଲମ୍ବନ କଲା NADA

ନୂଆଦିଲ୍ଲୀ,୫।୫: ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ନ୍ୟାଶନାଲ ଆଣ୍ଟିଂ ଡୋପିଂ ଏଜେନ୍ସି(ଏନ୍‌ଏଡିଏ) ଅସ୍ଥାୟୀ ଭାବେ ତାଙ୍କୁ ନିଲମ୍ବିତ କରିଛି। ସେ ମାର୍ଚ୍ଚରେ...

‘ଦଳ ଚୟନରେ ଏଆଇ ବ୍ୟବହାର କରୁଛି ଇଂଲଣ୍ଡ’

ଲଣ୍ଡନ,୫୫: ମହିଳା କ୍ରିକେଟ ଦଳ ଚୟନରେ ଇଂଲଣ୍ଡ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାର କରୁଛି ବୋଲି କହିଛନ୍ତି କୋଚ୍‌ ଜନ୍‌ ଲୁଇସ୍‌। ଚୂଡାନ୍ତ ଏକାଦଶ ଚୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri