ବ୍ୟବସାୟୀଙ୍କୁ ପିଟି ପିଟି ମାରିଦେଲେ

ଛତ୍ରପୁର,୨୩।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ହଂସପୁରରେ ଶୁକ୍ରବାର ରାତିରେ ଜଣେ ସିମେଣ୍ଟ ବ୍ୟବସାୟୀଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ସେ ହେଲେ ହଂସପୁର ଗ୍ରାମର ଯୁବ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡ଼ା।
ସୂଚନାଯୋଗ୍ୟ, ଶୁକ୍ରବାର ରାତି ପ୍ରାୟ ୧୧ଟାରେ କୃଷ୍ଣଚନ୍ଦ୍ର ସବୁଦିନ ପରି ଦୋକାନ ବନ୍ଦ କରି ମନ୍ଦିର ଯାଇ ଠାକୁର ଦର୍ଶନ କରି ସାରିବା ପରେ ଘରକୁ ଫେରୁଥିଲେ। ହେଲେ ପୂର୍ବରୁ ଜଗି ରହିଥିବା କିଛି ଦୁର୍ବୃତ୍ତ କୃଷ୍ଣଚନ୍ଦ୍ରଙ୍କୁ ଅଟକାଇ ଠେଙ୍ଗା, ପଥରରେ ଆକ୍ରମଣ କରିଥିଲେ। କୃଷ୍ଣଚନ୍ଦ୍ରଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ରୁଣ୍ଡ ହୋଇ ଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମେଡିକାଲ ପଠାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଛତ୍ରପୁର ଥାନା ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୫: ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ଯୋଗୁଁ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ଏବଂ ଦିନ...

ନେଟ୍‌ଓ୍ବର୍କ ନାହିଁ ତ ଭୋଟ୍‌ ନାହିଁ ଲେଖି ଗାଁରେ ପୋଷ୍ଟର ମାରିଲେ ଗ୍ରାମବାସୀ

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କନକା ଗ୍ରାମରେ ନାହିଁ ମୋବାଇଲ ନେଟ୍‌ଓ୍ବର୍କ। ଆଜିର ସମୟରେ ସାଧାରଣ ଜୀବନରେ ମୋବାଇଲ ଅପରିହାର୍ଯ୍ୟ...

ସୂଚନାଦାତା ସନ୍ଦେହରେ ଯୁବକଙ୍କୁ ମାଓବାଦୀଙ୍କ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁରରେ ମାଓବାଦୀମାନେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି। ଗୁରୁତର ଅବସ୍ଥାରେ ଆହତ ବ୍ୟକ୍ତିଙ୍କୁ ସୁରକ୍ଷା କର୍ମୀମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି।...

ବିଳମ୍ବରେ ଆସିଲେ କଟିବ ଦରମା, କଠୋର ହେଲା BMC

ଭୁବନେଶ୍ୱର,୮ା୫: ଏଣିକି ବିଳମ୍ବରେ ଆସିଲେ କର୍ମଚାରୀ ମାନଙ୍କର ଦରମା କାଟିବ ଭୁବନେଶ୍ୱର ମହାନଗର ନିଗମ(ବିଏମସି)। ବିଳମ୍ବରେ ଅଫିସ୍ ଆସୁଥିବା କର୍ମଚାରୀଙ୍କ ପ୍ରତି କଠୋର ହୋଇଛି ବିଏମସି।...

ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର):  ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ...

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଖଇରପୁଟରେ ବୁଧବାର ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଭାଜପା କର୍ମୀମାନେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ମୁଦୁଲିପଡ଼ା...

୧୫ ମିନିଟ୍‌ ଅନ୍ଧାରରେ ରହିଲା ଶ୍ରୀମନ୍ଦିର

ପୁରୀ,୮ା୫: ଶ୍ରୀମନ୍ଦିର ବୁଧବାର ରାତିରେ ୧୫ ମିନିଟ୍‌ ପର୍ଯ୍ୟନ୍ତ ଅନ୍ଧକାରରେ ରହିଥିଲା। ପାଓ୍ବାର କଟ୍‌ ହେବାରୁ ୧୫ରୁ ୨୦ ମିନିଟ୍‌ ଧରି ଶ୍ରୀମନ୍ଦିର ଅନ୍ଧାର ହୋଇଯାଇଥିଲା।...

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri