ବିଧାୟକଙ୍କୁ ଦାବିପତ୍ର ଦେଲେ ବଇଣ୍ଡାବାସୀ

ବଇଣ୍ଡା,୨୪।୪(ଡି.ଏନ.ଏ.): କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଏଗୁଡିକ ସମାଧାନ କରାଯାଉ ନ ଥିବା ଯୋଗୁ ଅସନ୍ତୋଷ ବୃଦ୍ଧି ପାଉଛି। ଏ ନେଇ ବଇଣ୍ଡା ଗ୍ରାମବାସୀ ଶନିବାର ଏକ ଦାବିପତ୍ର ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କୁ ପ୍ରଦାନ କରିଛନ୍ତି।
ଗ୍ରାମବାସୀ ଦାବିପତ୍ରରେ ଦର୍ଶାଇଛନ୍ତି, ବଇଣ୍ଡା ଛକରେ କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ ହୋଇପାରୁନାହଁି। କିଛିବ୍ୟକ୍ତି ସେମାନଙ୍କ ସ୍ବାର୍ଥ ହାସଲ କରିବା ପାଇଁ ବିଦ୍ୟାଳୟକୁ ଅନ୍ୟତ୍ର ସ୍ଥାନାନ୍ତର କରିବା ନିମନ୍ତେ ଯୋଜନା କରିଥିବାବେଳେ ଏହାକୁ ଅଞ୍ଚଳବାସୀ ଓ ଅଭିଭାବକମାନେ ବିରୋଧ କରି ଆନ୍ଦୋଳନ କରିଛନ୍ତି। ଉକ୍ତ ଶିକ୍ଷାନୁଷ୍ଠାନ ବିଦ୍ୟାଳୟ ପଛ ପଟେ ଥିବା ୩୯ ଡିସିମିଲ ଜମିରେ ନିର୍ମାଣ କରିବା ପାଇଁ ଅଞ୍ଚଳବାସୀ ବହୁବାର ଜିଲା ପ୍ରଶାସନକୁ ଅଭିଯୋଗ କଲେ ମଧ୍ୟ କୌଣସି ସମାଧାନ ହୋଇପାରୁନାହଁି। ସେହିପରି ବଇଣ୍ଡା ହାଇସ୍କୁଲରେ ଗଣିତ ଓ ଇଂଲିଶର ୨ ଶିକ୍ଷକ ପଦୀବ ଦୀର୍ଘଦିନ ହେବ ଖାଲି ପଡିଥିବାବେଳେ ନିଯୁକ୍ତି ଦିଆଯାଉ ନାହିଁ। ଫଳରେ ପାଠପଢାରେ ଅସୁବିଧା ସୃଷ୍ଟି ହେଉଛି। ସେହିପରି ଜାତୀୟ ରାଜପଥ ସମ୍ପ୍ରସାରଣ କରାଯାଉଥିବାବେଳେ ୪ ବର୍ଷ ତଳୁ ବଇଣ୍ଡା ଗ୍ରାମରେ ଉଚ୍ଛେଦ ପ୍ରକ୍ରିୟା ହୋଇଛି। ହେଲେ ରାସ୍ତାକାର୍ଯ୍ୟ ୧୦ ପ୍ରତିଶତ ହୋଇନାହିଁ। ବିଭିନ୍ନ ସରକାରୀ କାର୍ଯ୍ୟାଳୟ ନିର୍ମାଣ ହୋଇ ନ ଥିବାରୁ ବଇଣ୍ଡା ଅଞ୍ଚଳର ବିକାଶ ହୋଇପାରୁନାହିଁ। ତୁରନ୍ତ ଏଗୁଡିକ ସମାଧାନ କରିବା ପାଇଁ ଗ୍ରାମବାସୀ ବିଧାୟକଙ୍କୁ ଅଭିଯୋଗପତ୍ର ମାଧ୍ୟମରେ ଅବଗତ କରିଛନ୍ତି। ଏ ନେଇ ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ବିଧାୟକ ଅଞ୍ଚଳବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...

ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ

ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...

ଜିଏମ୍‌ଡିସି: ଗୁଜରାଟରୁ ଆସି ଖାଇଗଲେ

ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri