Posted inଜାତୀୟ

ରାଜଧାନୀରେ ବଢିଚାଲିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୪।୪: ପୁଣିଥରେ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଦିଲ୍ଲୀରେ ଦୈନିକ ୧ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୧୦୮୩ଟି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣେ ରୋଗୀଙ୍କ ମଧ୍ୟ କରୋନା କାରଣରୁ ମୃତ୍ୟୁ ଘଟିଛି। ଦିଲ୍ଲୀର ମୋଟ ସକ୍ରିୟ ମାମଲା ୩୯୭୫ରେ ପହଞ୍ଚିଛି। ଏଥିସହ ମୋଟ ୮୦ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟ ସମସ୍ତଙ୍କୁ ଘରେ ଅଲଗା ରଖିବାକୁ ପରାମର୍ଶ ଦିଆଯାଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଦେଶରେ ଆଜି ୨,୫୯୩ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୦,୫୭,୫୪୫କୁ ବୃଦ୍ଧି ପାଇଥିବାବେଳେ ସକ୍ରିୟ ମାମଲା ସଂଖ୍ୟା ୧୫,୮୭୩କୁ ବୃଦ୍ଧି ପାଇଛି। କରୋନାରେ ୪୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୫,୨୨,୧୯୩ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri