ଗାଁକୁ ପକ୍କା ରାସ୍ତା ନାହିଁ, ଚୁଆପାଣି ଭରସା

ଦାରିଙ୍ଗବାଡ଼ି,୧୫।୭(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗ୍ରାମ କହମପଡ଼ିକୁ ରବିବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଗସ୍ତ କରିଛନ୍ତି। ଗାଁକୁ ସବୁଦିନିଆ ରାସ୍ତା ନାହିଁ କି ପିଇବା ପାଣି ବ୍ୟବସ୍ଥା ନାହିଁ। ଗ୍ରାମର ୬୦ ପରିବାରର ପ୍ରାୟ ୫ଶହରୁ ଉର୍ଦ୍ଧ୍ୱ ଲୋକ ଗୋଟିଏ ଚୁଆ ଉପରେ ନିର୍ଭର କରୁଛନ୍ତି। ଚୁଆକୁ ବି ସବୁଦିନିଆ ରାସ୍ତା ନାହିଁ। ପକ୍କା ରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀ ବିଧାୟକଙ୍କୁ ନିବେଦନ କରିଥିଲେ। ପିଇବା ସହ ଶୌଚ, ଗାଧୋଇବା ପାଇଁ ମଧ୍ୟ ସେହି ଚୁଆ ଉପରେ ନିର୍ଭର କରୁଛନ୍ତି। ଏନେଇ ବିଧାୟକଙ୍କ ନିକଟରେ ଅଭିଯୋଗ ପହଞ୍ଚତ୍ବାପରେ ପର୍ତ୍ତମାହା ଠାରୁ ପାହାଡ଼ ରାସ୍ତାରେ ଯାଇ ସେଠାରେ ପହଞ୍ଚତ୍ଥିଲେ। ଅଞ୍ଚଳବାସୀ ବିଧାୟକଙ୍କୁ ସମ୍ବର୍ଦ୍ଧନା ଜଣାଇବା ସହ ଶୋଭାଯାତ୍ରାରେ ଗଁା ପରିକ୍ରମା କରାଇଥିଲେ। କୌଣସି ବିଧାୟକ ଆଜି ପର୍ଯ୍ୟନ୍ତ ଉକ୍ତ ଗ୍ରାମକୁ ଯାଇ ନାହାନ୍ତି। ପ୍ରଥମ ଥର ପାଇଁ ବିଧାୟକ ଯାଇଥିବାରୁ ଜନଜାତି ଅଧ୍ୟୁଷିତ ଗ୍ରାମରେ ଲୋକଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳିଥିଲା। ପର୍ତ୍ତମାହାଠାରୁ କହମପଡ଼ି ହୋଇ କାଡ଼ିପାଙ୍ଗା ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ପକ୍କାରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀ ଦାବି କରିଥିଲେ। ଦୁଇଟି ନଳକୂପ ଖୋଳିବା ସହ ଗଁାକୁ ପକ୍କାରାସ୍ତା ନିର୍ମାଣ ପାଇଁ ପଦକ୍ଷେପ ନେବାକୁ ବିଧାୟକ ପ୍ରଧାନ ପ୍ରତିଶ୍ରୁତି ଦେଇଥିଲେ। ଗ୍ରାମର ପ୍ରାର୍ଥନାଗୃହରେ ଅନୁଷ୍ଠିତ ବୈଠକରେ ପ୍ରଶାନ୍ତ ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ କହମପଡ଼ି ମଣ୍ଡଳ ପକ୍ଷରୁ ପୁଷ୍ପଗୁଚ୍ଛ ଦେଇ ବିଧାୟ୍‌sଙ୍କୁ ସ୍ବାଗତ କରାଯାଇଥିଲା। ବିଧାୟକଙ୍କ ସହ ଜନଜାତି ସ୍ବତନ୍ତ୍ର ଉନ୍ନୟନ ପରିଷଦ ସଦସ୍ୟ ତଥା ବହୁମୁଖି ସମବାୟ ସମିତିର ସଭାପତି ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ ସରପଞ୍ଚ ଜ୍ୟୋତିରାଜ ପ୍ରଧାନ, ଦିପକ କୁମାର ସାହୁ, ମିଲୁ ସାହୁ, ପଠାଣୀ ସାହୁ, ଦିବ୍ୟ ନାୟକ, ଅନ୍ତରଙ୍ଗ ଯୁବ ମହାସଂଘର ସଭାପତି ଦିଲିପ କୁମାର ସାହୁ, ବେଲାଳସେନ ନାୟକ, ପଞ୍ଚାନନ ସାହୁ, ୱାର୍ଡ଼ସଭ୍ୟ ପାଣୁ ସାହୁ, ସାଞ୍ଜିରା ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଗ୍ରାମର ସୁଶାନ୍ତ କୁମାର ପ୍ରଧାନଙ୍କ ସମେତ ଅନ୍ୟମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri