ତେଲେଙ୍ଗାନାରେ ଓଡ଼ିଆ ଯବାନ ସହିଦ, ଗାଁରେ ପହଞ୍ଚିଲା ମରଶରୀର

ପାରଳାଖେମୁଣ୍ଡି,୨୫ା୪(ଡି.ଏନ୍‌.ଏ.): ତେଲେଙ୍ଗାନାରେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି। ବିଏସ୍‌ଏଫ୍‌ରେ କାର୍ଯ୍ୟରତ ଯବାନ ଏମ୍‌ ରାମରାଜୁଙ୍କ ସିକନ୍ଦରାବାଦର ଏକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଆଜି ତାଙ୍କ ମରଶରୀର ନିଜ ଗ୍ରାମ ଖରଶଣ୍ଡାରେ ପହଞ୍ଚିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ଗୁରାଣ୍ଡି ଥାନା ଖରଶଣ୍ଡା ଗ୍ରାମର ଏମ୍‌ ରାମରାଜୁ ରାୟଗଡା ବିଏସ୍‌ଏଫ୍‌ କ୍ୟାମ୍ପରେ କାର୍ଯ୍ୟରତ ଥାଇ ଗତ ୨୦୧୭ ମସିହାରୁ ସିକନ୍ଦରାବାଦର ଏକ ଗବେଷଣା କେନ୍ଦ୍ରରେ ଡେପୁଟେଶନରେ ନିୟୋଜିତ ହୋଇଥିଲେ। ଗତ ୨୩ ତାରିଖରେ କାର୍ଯ୍ୟରୁ ଫେରିବା ସମୟରେ ଏକ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ବେଳେ ଦୁର୍ଘଟଣା ଘଟାଇଥିବା ଗାଡ଼ି ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିପାରିନାହିଁ।

ତେଲେଙ୍ଗାନା ପୋଲିସ ଏନେଇ ତଦନ୍ତ ଜାରି ରଖିଛି । ତାଙ୍କ ମର ଶରୀର ଗାଁ ନିକଟରେ ପହଞ୍ଚିବା ପରେ ଏକ ବିରାଟ ଶୋଭାଯାତ୍ରାରେ ପରିକ୍ରମା କରି ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ସେହି ଗ୍ରାମ ଶ୍ମଶାନରେ ଅନ୍ତିମ ସଂସ୍କାର କରାଯାଇଛି। ଦେଶର କୋଣ ଅନୁକୋଣରେ ବିଭିନ୍ନ ବିଭାଗରେ ଗାଁର ୬୦ରୁ ଅଧିକ ଯୁବକ ଯବାନ ଭାବରେ କାର୍ଯ୍ୟ କରୁଥିବା ବେଳେ ଏଭଳି ଦୁଃଖଦ ଘଟଣାକୁ ନେଇ ଗାଁରେ ଶୋକାକୁଳ ପରିବେଶ ସାଙ୍ଗକୁ କାନ୍ଦ ବୋବାଳିରେ ଫାଟି ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri