ଜିଲାପାଳଙ୍କ କାର୍ଯ୍ୟାଳୟରୁ ଆସିଛି କହି ଠକିନେଲେ ୧୦ ହଜାର

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): ଜିଲାପାଳଙ୍କ କାର୍ଯ୍ୟାଳୟରୁ ଆସିଛି। ୧୯୯୯ ମହାବାତ୍ୟାରେ ହୋଇଥିବା କ୍ଷୟକ୍ଷତି ଟଙ୍କା ମିଳିବ କହି ଜଣେ ବୃଦ୍ଧଙ୍କଠାରୁ ୧୦ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି।

ଅଭିଯୋଗ ମୁତାବକ, ଗତ ଶନିବାର ପୂର୍ବାହ୍ନରେ ଏକ ବାଇକ୍‌ରେ ଜଣେ ଯୁବକ ଗଞ୍ଜାମ ଥାନା ଅଧୀନ ଦାମୋଦରପୁର ଗ୍ରାମ ଗୁରେନ୍ଦ୍ର ବେହେରା(୭୪)ଙ୍କ ଘରକୁ ଆସିଥିଲେ। ସେ ଜିଲାପାଳଙ୍କ କାର୍ଯ୍ୟାଳୟରୁ ଆସିଥିବା ଗୁରେନ୍ଦ୍ରଙ୍କୁ କହି ବିଶ୍ୱାସ ଜନ୍ମାଇଥିଲେ। ପରେ ସେ ଗୁରେନ୍ଦ୍ରଙ୍କୁ ବାତ୍ୟା ସହାୟତା ୩ ଲକ୍ଷ ୫୦ ହଜାର ଟଙ୍କା ଆସିଥିବା କହିଥିଲେ। ଏପରି କି ଯୁବକ ଜଣକ ୨୫ ହଜାର ୫ ଶହ ଟଙ୍କା ଦେଲେ ଷ୍ଟେଟ୍‌ ବ୍ୟାଙ୍କରୁ ଚେକ୍‌ ଆଣି ଦେବେ ବୋଲି କହିଥିଲେ। ହେଲେ ଗୁରେନ୍ଦ୍ର ଏତେ ଟଙ୍କା ପାଖରେ ନ ଥିବା କହିଥିଲେ। ଯୁବକ ଜଣକ ପାଖରେ ଯାହା ଅଛି ଦେବାକୁ କହିଥିଲେ। ଏନେଇ ଗୁରେନ୍ଦ୍ର ୧୦ ହଜାର ଟଙ୍କା ଯୁବକଙ୍କୁ ଦେଇଥିଲେ। ପରବର୍ତ୍ତୀ ସମୟରେ ଯୁବକ ଜଣକ ଗୁରେନ୍ଦ୍ରଙ୍କୁ ବାଇକ୍‌ରେ ବସାଇ ଗଞ୍ଜାମ ନେଇଥିଲେ। ସାନବଜାର ନିକଟରେ ଗୁରେନ୍ଦ୍ରଙ୍କୁ ଛାଡ଼ି ବ୍ୟାଙ୍କରୁ ଆସୁଥିବା କହିଥିଲେ। ହେଲେ ଯୁବକ ଜଣକ ଆଉ ଆସି ନ ଥିଲେ। ଠକେଇର ଶିକାର ହୋଇଥିବା ନେଇ ଗୁରେନ୍ଦ୍ର ଅଭିଯୋଗ କରିଛନ୍ତି। ଏପରି କି ସେ ଥାନାରେ ଅଭିଯୋଗ କରିବେ ବୋଲି କହିଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri