ଜବରଦଖଲ ସହରକୁ ସଙ୍କୁଚିତ କରୁଛି

କେନ୍ଦ୍ରାପଡ଼ା ଅଫିସ,୨୬ା୪:କେନ୍ଦ୍ରାପଡ଼ା ପୌରାଞ୍ଚଳ ମାତ୍ର ୧୪ଟି ଗାଁକୁ ନେଇ ୧୫୩ ବର୍ଷ ପୂର୍ବେ ଗଠନ ହୋଇଥିଲା। କ୍ରମବର୍ଦ୍ଧିଷ୍ଣୁ ରାଜ୍ୟର ଏହି ସର୍ବପୁରାତନ ପୌରାଞ୍ଚଳ ଇତିମଧ୍ୟରେ ବିକଶିତ ହୋଇଛି। ତେବେ କୌଣସି ମାଷ୍ଟର ପ୍ଲାନ୍‌ ନ ଥିବାରୁ ପ୍ରକଳ୍ପଗୁଡ଼ିକର ଉପଯୋଗିତା ରହୁନାହିଁ। ମନମୁଖି ପ୍ରକଳ୍ପ ନିର୍ମାଣ ଓ ଜବରଦଖଲ ସହରକୁ ସଙ୍କୁଚିତ କରୁଛି। ଜଳ ନିଷ୍କାସନ ଏକ ସମସ୍ୟା ଭାବେ ଉଭା ହୋଇଛି। ସେହିପରି ଐତିହ୍ୟ ସଂରକ୍ଷଣ ପାଇଁ ଏକ ମ୍ୟୁଜିୟମ ସ୍ଥାପନ କରାଯିବାକୁ ଦାବି ହୋଇଛି।
ଏ ସମ୍ପର୍କରେ ସହରର ଚିତ୍ତରଞ୍ଜନ ସାହୁ, ମନୋଜ କୁମାର ସିଂହ, ବିଜୟ କୁମାର ମଣ୍ଡଳ, ଅସିତ କୁମାର ମହାପାତ୍ର, କ୍ଷିତୀଶ କୁମାର ସିଂହ ପ୍ରମୁଖ କହିଛନ୍ତି, ଏହି ଜିଲାରେ ବିଶ୍ୱବାସୀଙ୍କ ଆକର୍ଷଣ ଜାତୀୟ ଉଦ୍ୟାନ ଭିତରକନିକା ଅଛି। ସେହିପରି ରାଜ୍ୟର ଏକମାତ୍ର ଜିଓ ଟ୍ୟୁବ୍‌ୱାଲ, ହୁକିଟୋଲାଠାରୁ ଆରମ୍ଭକରି ସହର ମଧ୍ୟରେ ଶ୍ରୀବଳଦେବଜୀଉଙ୍କ ମନ୍ଦିର ଅଛି। ପ୍ରଚାର ପ୍ରସାର ପରେ ଆଗାମୀ ଦିନରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବ। କେନ୍ଦ୍ରାପଡ଼ା ସହର ଏହାର ମଧ୍ୟସ୍ଥଳରେ ଥିବା ବେଳେ ସହରବାସୀଙ୍କ ସଂଖ୍ୟା ଇତିମଧ୍ୟରେ ପ୍ରାୟ ୮୦ ହଜାର ହୋଇଛି। ଆଗାମୀ ଦିନରେ ସହରର ପରିସୀମା ବୃଦ୍ଧିର ପ୍ରସ୍ତାବ ରହିଛି। କୌଣସି ଅଞ୍ଚଳର ବିକାଶ ପାଇଁ ଚିନ୍ତା କଲେ ଆଗାମୀ ୫୦ ବର୍ଷର ସମ୍ଭାବନା ଏଥିରେ ସାମିଲ ଥାଏ। ଏହାକୁ ଦୃଷ୍ଟିରେ ରଖି ରାସ୍ତାଠାରୁ ଜଳ ନିଷ୍କାସନ, ରାତ୍ରିକାଳୀନ ରହଣିଠାରୁ ଭେଣ୍ଡିଂ ଜୋନ୍‌ର ଅବସ୍ଥିତି ପ୍ରତି ସଚେତନ ହେବାକୁ ପଡ଼ିବ। ତେବେ ଗତ ୨୨ ବର୍ଷ ପୂର୍ବେ ପ୍ରତିଷ୍ଠିତ ଆଞ୍ଚଳିକ ଉନ୍ନୟନ ଟ୍ରଷ୍ଟ କାର୍ଯ୍ୟାଳୟ ଏକ ସାଇନବୋର୍ଡ ମଧ୍ୟରେ ରହିଛି। ପ୍ରକଳ୍ପର ଅନୁମୋଦନ ସମ୍ପର୍କରେ କୌଣସି ଅନୁଧ୍ୟାନ କରାଯାଉନାହିଁ। ଜିଲାର ବ୍ୟସ୍ତବହୁଳ ତିନିମୁହାଣୀ ଛକ ଏବେ ଟ୍ରାଫିକ ସମସ୍ୟା ଲାଗି ରହୁଛି। କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ସହ ସହର ମଧ୍ୟକୁ ଏହା ସଂଯୋଗସ୍ଥଳ। ଛକକୁ ଅଧିକ ପ୍ରଶସ୍ତ ଓ ଯାତାୟାତ ପାଇଁ ଏହାର ସମ୍ପ୍ରସାରଣ ଜରୁରୀ ହୋଇପଡ଼ିଛି। ଏଥିପାଇଁ ନିକଟରେ ଥିବା ଚଟିପୋଲଠାରୁ ନୂତନ ରାସ୍ତା ନିର୍ମାଣାଧୀନ ଅଛି। ତେବେ ତିନିମୁହାଣୀ ଛକରେ ଏକାଧିକ ପ୍ରକଳ୍ପ ଟ୍ରାଫିକ ସମସ୍ୟାକୁ ଉତ୍କଟ କରିଛି। ଏଠାରେ କିଛିଦିନ ହେବ ଗାନ୍ଧୀ ସ୍ମୃତି ନାମରେ ଏକ ପିଣ୍ଡି ନିର୍ମାଣ ହୋଇଛି। ସେହିପରି ଶୌଚାଳୟ ଓ ଆଇ ଲଭ୍‌ କେନ୍ଦ୍ରାପଡ଼ା ପ୍ରତୀକ ରହିଥିବାରୁ ରାସ୍ତା ଉପରେ ବାଇକ୍‌ଠାରୁ ଅଟୋର ଭିଡ଼ ଜମୁଛି। ସହରର ପ୍ରବେଶ ପଥରେ ଭେଣ୍ଡିଂ ଜୋନ୍‌ ପାଇଁ ବ୍ୟବସ୍ଥା ହୋଇଛି। ଏହାସହ ଏଠାରେ ଥିବା ଗେଟ୍‌ର ପ୍ରାସଙ୍ଗିକତା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛ। ତିନିମୁହାଣୀ ଛକ ନିକଟରେ ଥିବା ଇଣ୍ଡଷ୍ଟ୍ରିଆଲ ଏରିଆରେ ଭେଣ୍ଡିଂ ଜୋନ୍‌ଠାରୁ ଆରମ୍ଭ କରି ଶୌଚାଳୟ, ଗାନ୍ଧୀ ସ୍ମୃତିପୀଠ, ଐତିହ୍ୟ ମ୍ୟୁଜିୟମ ଆଦି ହୋଇପାରିଥାନ୍ତା। ଫଳରେ ଆଗାମୀ ଦିନରେ ସହରର ଯାତାୟାତ ସହ ସୌନ୍ଦର୍ଯ୍ୟ ପ୍ରଦାନ କ୍ଷେତ୍ରରେ ଏହାର ଭାଗୀଦାରି ରହିଥାନ୍ତା। ଜିଲାର କୃଷି ପରି ପର୍ଯ୍ୟଟନ ଶିଳ୍ପ ଆର୍ଥିକ ଉନ୍ନତି ଆଣିପାରିବ। ଏଥିସହ ନିକଟରେ ଆଖଡ଼ାଶାଳି ବନ୍ଦର, ଷ୍ଟିଲ୍‌ ଇଣ୍ଡଷ୍ଟ୍ରି ପ୍ରତିଷ୍ଠା ହେବ ବୋଲି ରାଜ୍ୟ ସରକାର ଜିଲାବାସୀଙ୍କୁ ସ୍ବପ୍ନ ଦେଖାଇଛନ୍ତି। ଏସବୁରେ ସହରର ଭୂମିକା କମ୍‌ ନୁହେଁ। ସହର ମଧ୍ୟରେ ଥିବା ଯାତ୍ରୀନିବାସ, ରାତ୍ରି ରହଣିସ୍ଥଳ, କଲ୍ୟାଣ ମଣ୍ଡପ, ଇଚ୍ଛାପୁରରେ ଥିବା ପର୍ଯ୍ୟଟନ ବିଭାଗର ନିବାସର ଉପଯୋଗିତା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଆଗାମୀ ଦିନରେ ଜିଲା ବାହାର ଲୋକଙ୍କୁ ରହିବା ସମସ୍ୟା ସୃଷ୍ଟି କରିବ। ଜିଲାରେ ବିକ୍ଷିପ୍ତ ଭାବେ ଥିବା ଐତିହ୍ୟ ସ୍ମାରକୀ ପାଇଁ ମ୍ୟୁଜିୟମ ଆବଶ୍ୟକ। ସେହିପରି ଜବରଦଖଲ ମୁକ୍ତ ନ ହେଲେ ସହର ମଧ୍ୟରୁ ଜଳ ନିଷ୍କାସନ ବ୍ୟବସ୍ଥା ହୋଇପାରିବନାହିଁ ବୋଲି ସେମାନେ ମତ ଦେଇଛନ୍ତି। ଏ ସମ୍ପର୍କରେ ପୌରାଧ୍ୟକ୍ଷା ସରିତା ସାହୁଙ୍କୁ ପଚାରିବାରେ ପ୍ରକଳ୍ପର ଅବସ୍ଥିତି ଓ ସମସ୍ୟା ସମ୍ପର୍କରେ ସମୀକ୍ଷା ହେବ। ଏକ ସୁନ୍ଦର ସହର ଗଠନ ପାଇଁ ପ୍ରୟାସ ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ...

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

କଣ୍ଟେନରରେ ଲାଗିଲା ଭୟଙ୍କର ନିଆଁ: ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ

କଟକ, ୩୦।୦୪ (କାର୍ତ୍ତିକ ସାହୁ): ଜଗତପୁର ଥାନା ଅନ୍ତର୍ଗତ ନଜରପୁରଠାରେ ଥିବା ଶ୍ରମିକ ମାନଙ୍କର ରହିବା ପାଇଁ ଛ’ଟି କଣ୍ଟେନରରେ ସୋମବାର ବିଳମ୍ବିତ ରାତି ପ୍ରାୟ...

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଆଁ ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଆଁର ତାତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri