ଟ୍ରକ୍‌କୁ ପିଟିଲା ଚୋରା ଡିଜେଲ୍‌ ବୋଝେଇ ବୋଲେରୋ

ଝାରସୁଗୁଡ଼ା ଅଫିସ୍‌,୨୬।୪: ଝାରସୁଗୁଡା ଜିଲା କୋଲାବିରା ଥାନା ଅଧୀନ ୪୯ନମ୍ବର ଜାତୀୟ ରାଜପଥ ସିରିଆପାଲି ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ ଚୋରା ଡିଜେଲ ବୋଝେଇ ବୋଲେରୋ ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା। ଏଥିରେ ବୋଲେରୋ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିହାର ମୁଜାଫରପୁର ଅଞ୍ଚଳର ମହମ୍ମଦ ମୁବାରକ ଆନ୍‌ସରୀ(୨୪)। ସେ ପରିବାର ସହ ବିଟିଏମ୍‌ ବାଇପାସ୍‌ ନିକଟରେ ରହୁଥିଲେ।

ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ କୋଲାବିରା ଥାନା ପୋଲିସ ଏକ ମାମଲା (ନଂ.୫୮/୨୨) ରୁଜୁ କରିଛି। ପୋଲିସ ଦୁର୍ଘଟଣାଗ୍ରସ୍ତ ଓଆର୍‌ ୧୬ସି ୫୦୩୩ ବୋଲେରୋ, ଓଡି ୦୯ ଏନ୍‌ ୨୨୮୪ନମ୍ବର ଟ୍ରକ୍‌କୁ ମଧ୍ୟ ଜବତ କରିଛି। ଏହା ସହିତ ଦୁର୍ଘଟଣାଗ୍ରସ୍ତ ବୋଲେରୋରେ ବୋଝେଇ ହୋଇଥିବା ୩ ଜାର୍କିନ ଡିଜେଲ୍‌କୁ ପୋଲିସ ଜବତ କରିଛି। ଡିଜେଲ ଚୋରି ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହ କରି ପୋଲିସ ଆଉ ଏକ ବୋଲେରୋ ସହିତ ଚାଳକଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି  । ଦୁର୍ଘଟଣାଗ୍ରସ୍ତ ବୋଲେରୋ ଗାଡି କୋଲାବିରାରୁ ଝାରସୁଗୁଡା ଯାଉଥିଲା। ସିରିଆପାଲି ଛକ ନିକଟରେ ଭାରସାମ୍ୟ ହରାଇ ଆଗରୁ ଆସୁଥିବା ଟ୍ରକ୍‌କୁ ଧକ୍କା ଦେଇଥିଲା। ଫଳରେ ବୋଲେରୋ ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri