ଲଘୁ ଖଣିଜ ଚୋରାଚାଲାଣ ରୋକିବାକୁ ଗୁରୁତ୍ୱ

ଜଗତ୍‌ସିଂହପୁର ଅଫିସ, ୨୭।୪: ଜଗତ୍‌ସିଂହପୁର ଜିଲାର ରାଜସ୍ବ ସମୀକ୍ଷା ବୈଠକ ମଙ୍ଗଳବାର ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟଜିତ୍‌ ସାହୁ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ସେ ଖାରି ପାଣିରେ ମାଛ ଚାଷ ସମ୍ବନ୍ଧୀୟ ଲିଜ ଉପରେ ଗୁରୁତ୍ତ୍ୱାରୋପ କରିଥିଲେ। ଜିଲା କମିଟି ଦ୍ୱାରା ଅନୁମୋଦିତ ହୋଇଥିବା ମାତ୍ର କାର୍ଯ୍ୟକାରୀ ହୋଇ ନ ଥିବା ଲିଜକୁ ଅଗ୍ରାଧିକାର ଭିତ୍ତିରେ କରିବାକୁ ସେ ତହସିଲଦାରମାନଙ୍କୁ କହିଥିଲେ। ତହସିଲ ଓ ନିବନ୍ଧନ କାର୍ଯ୍ୟାଳୟକୁ ଆସୁଥିବା ଅଭିଯୋଗ ଶୁଣାଣି କରି ଏହା ଉପରେ ତ୍ୱରିତ ନ୍ୟାୟୋଚିତ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଅଧିକାରୀମାନଙ୍କୁ ନିଜ କାର୍ଯ୍ୟାଳୟରେ ଅଧିକ ସ୍ବଚ୍ଛତା ଆଣିବାକୁ ପରାମର୍ଶ ଦେଇଥିଲେ। ବାଲିକୁଦା, ଜଗତସିଂହପୁର ଓ ଏରସମା ତହସିଲଦାରଙ୍କୁ ସାତ ଦିନ ମଧ୍ୟରେ ସମସ୍ତ ଦାଖଲ ଖାରଜ ମାମଲା ସମ୍ପୂର୍ଣ୍ଣ କରି ଠିକ ସମୟରେ ପଟ୍ଟା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।
ଜଗତ୍‌ସିଂହପୁର, ନାଉଗାଁ ଓ ତିର୍ତ୍ତୋଲ ତହସିଲଦାରଙ୍କୁ ଜୁନ ୩୦ ମଧ୍ୟରେ ଏ ସମ୍ବନ୍ଧିତ ସମସ୍ତ ବନ୍ଦୋବସ୍ତ ମାମଲାର ଫଇସଲା କରିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ। ଜିଲାରେ ୩୦ ଲଘୁ ଖଣିଜ ଉତ୍ସରୁ ମାତ୍ର ୨ଟି ଲଘୁ ଖଣିଜ ଉତ୍ସ କାର୍ଯ୍ୟକ୍ଷମ ହୋଇଛି, ଅବଶିଷ୍ଟକୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ସେ କହିଥିଲେ। ତିର୍ତ୍ତୋଲ, ନାଉଗାଁ ଓ ବିରିଡି ତହସିଲଦାରଙ୍କୁ ସେମାନଙ୍କ ତହସିଲର ଅଧିକ ଲଘୁ ଖଣିଜ ଉତ୍ସକୁ କାର୍ଯ୍ୟକ୍ଷମ କରିବାକୁ କୁହାଯାଇଥିଲା। ଲଘୁ ଖଣିଜ ସମ୍ପଦରୁ ରାଜସ୍ବ ଆଦାୟ ଉପରେ ଗୁରୁତ୍ୱାରୋପ ହୋଇଥିଲା। ଏସବୁ ଖଣିଜର ଚୋରା ଚାଲାଣ ସମୟରେ ଚଢ଼ାଉ ବେଳେ ଅଧିକାରୀମାନଙ୍କୁ ସୁରକ୍ଷା ଦେବାକୁ ବୈଠକରେ ସ୍ଥିର କରାଯାଇଥିଲା। ତହସିଲଦାରମାନଙ୍କୁ ପୋଲିସ ସହ ଭଲ ସମନ୍ବୟ ରକ୍ଷା କରିବାକୁ କୁହାଯାଇଥିଲା। କୌଣସି ସରକାରୀ ପ୍ରକଳ୍ପ ଯଥା ରେଳବାଇ, ଜାତୀୟ ରାଜପଥ ଓ ଜଳସେଚନ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣରେ ବିଳମ୍ବ ନ କରିବାକୁ ନିଷ୍ପତ୍ତି ହୋଇଥିଲା । ପାରାଦୀପ ଚଣ୍ଡିଖୋଲ ଅର୍ଥନୈତିକ କରିଡର ନିମନ୍ତେ ତ୍ୱରିତ ଜମି ଅଧିଗ୍ରହଣ ପାଇଁ ସାହୁ ନିର୍ଦ୍ଦେଶ ଦେଇଥିଲେ। ସମସ୍ତ ସରକାରୀ ପ୍ରକଳ୍ପରେ ଜମି ଅଧିଗ୍ରହଣ କରି ଦାଖଲଖାରଜ ମାମଲାରେ ପଟ୍ଟା ସଂଶୋଧନ କରି ଜମି ହସ୍ତାନ୍ତରଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ୫ ଉଚ୍ଚ ବିଦ୍ୟାଳୟକୁ ଏପ୍ରିଲ ୩୦ ସୁଦ୍ଧା ସଂଶୋଧିତ ଜମି ପଟ୍ଟା ଦେବାକୁ ତହସିଲଦାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲ। ଏତଦ୍‌ବ୍ୟତୀତ ସମସ୍ତ ସରକାରୀ ଶିକ୍ଷାନୁଷ୍ଠାନମାନଙ୍କୁ ଏପ୍ରିଲ ୩୦ ସୁଦ୍ଧା ଅତିରିକ୍ତ ଜିଲାପାଳଙ୍କ ସ୍ବତନ୍ତ୍ର ତତ୍ତ୍ୱାବଧାନରେ ଜମି ପଟ୍ଟା ଯୋଗାଇଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ନୂତନ ରାଜସ୍ବ ନିରୀକ୍ଷକଙ୍କ ବାସଭବନ ତଥା କାର୍ଯ୍ୟାଳୟ ନିର୍ମାଣ ପାଇଁ ଜାଗା ଚିହ୍ନଟ କରିବାକୁ କୁହାଯାଇଥିଲା। ମୂଲ୍ୟବାନ ସରକାରୀ ଜମିକୁ ସୁରକ୍ଷା ଓ ସଂରକ୍ଷଣ କରିବାକୁ ସାହୁ ନିର୍ଦ୍ଦେଶ ଦେଇଥିଲେ। ଏହିପରି ନିୟମିତ ସମୀକ୍ଷା ବୈଠକ କରାଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରାଥମିକତା ଉପରେ ଗୁରୁତ୍ୱାରୋପ କରି ବିଭିନ୍ନ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ସେ କହିଥିଲେ। ଅନ୍ୟମାମାନଙ୍କ ମଧ୍ୟରେ ଏହି ଆଭାସୀ ବୈଠକରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ, ବିଭାଗର ବହୁ ବରିଷ୍ଠ ଅଧିକାରୀ, ଆଇଜିଆର, ଭୂ ଅଭିଲେଖ ଓ ସର୍ବେକ୍ଷଣ ସଂସ୍ଥାର ନିର୍ଦ୍ଦେଶକ,ଏନ୍‌ଆଇସିର ବରିଷ୍ଠ ଅଧିକାରୀ, ଜିଲାପାଳ, ଅତିରିକ୍ତ ଜିଲାପାଳ, ଉପଜିଲାପାଳ ଓ ଅନ୍ୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri