ବିବାଦୀୟ ଡିଏଫ୍‌ଓଙ୍କ ବଦଳି: ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁରେ ଛନ୍ଦି ହୋଇଥିଲା ନାଁ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁରେ ଛନ୍ଦି ହୋଇଥିବା ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ବଦଳି ହୋଇଛି। ସୌମ୍ୟଙ୍କ ମୃତ୍ୟୁକୁ ନେଇ ରାଜ୍ୟବ୍ୟାପୀ ହୋ-ହାଲ୍ଲା ସତ୍ତ୍ୱେ ବେହେରାଙ୍କୁ ବଦଳି କରାଯାଇ ନ ଥିଲା।
ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ପାରଳାଖେମୁଣ୍ଡି ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ଅନୁଗୋଳସ୍ଥିତ ଓ ଫରେଷ୍ଟ ରେଞ୍ଜର୍ସ କଲେଜ (ଓଏଫଆରସି)ର ଇନଚାର୍ଜ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ସେହିପରି ବାରିପଦାସ୍ଥିତ ଆରସିସିଏଫ୍‌ ଏମ୍‌. ୟୋଗାନନ୍ଦଙ୍କୁ ଅନୁଗୋଳସ୍ଥିତ ଆରସିସିଏଫ ଭାବେ ବଦଳି କରାଯାଇଥିବାବେଳେ ଅନୁଗୋଳର ଓଏଫଆରସି ଇନଚାର୍ଜ ନିର୍ଦ୍ଦେଶକ ଟି ଅଶୋକ କୁମାରଙ୍କୁ ବାରିପଦା ଆରସିସିଏଫ ଭାବେ ବଦଳି ହୋଇଛି ।
ସେହିପରି ବ୍ରହ୍ମପୁର ଡିଏଫଓ ଅମ୍ଲାନ ନାୟକଙ୍କୁ ପାରଳାଖେମୁଣ୍ଡି ଡିଭିଜନର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି ।
ସୂଚନାଯୋଗ୍ୟ, ଗତବର୍ଷ ଏସିଏଫ୍‌ ସୌମ୍ୟରଞ୍ଜନଙ୍କର ତାଙ୍କ ପାରଳାଖେମୁଣ୍ଡିସ୍ଥିତ ସରକାରୀ ବାସଭବନରେ ମୃତ୍ୟୁ ହୋଇଥିଲା । ଏହ ଆତ୍ମହତ୍ୟା ନୁହେଁ ବରଂ ହତ୍ୟା ବୋଲି ସୌମ୍ୟରଞ୍ଜନଙ୍କ ପରିବାର ଲୋକେ ଦାବି କରିବା ସହ ସୌମ୍ୟଙ୍କ ସ୍ତ୍ରୀ ବିଦ୍ୟାଭାରତୀ ଓ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ । କ୍ରାଇମବ୍ରାଞ୍ଚ ଏହି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri