ମାଟ୍ରିକ ପରୀକ୍ଷା ଦ୍ୱିତୀୟ ସିଟିଂ ସମୟ ବଦଳିଲା

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମାଟ୍ରିକ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ରେଗୁଲାର ପିଲାଙ୍କ ପରୀକ୍ଷା ପୂର୍ବ ନିର୍ଦ୍ଧାରିତ ସମୟରେ ହେବାକୁ ଥିବା ବେଳେ ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ସେକେଣ୍ଡ ସିଟିଂରେ ହେବାକୁ ଥିବା ମଧ୍ୟମା ଏବଂ ଓପନ ସ୍କୁଲ ପରୀକ୍ଷାକୁ ଫାଷ୍ଟ ସିଟିଂକୁ ପରିବର୍ତ୍ତନ କରାଯାଇଛି। ଫଳରେ ମେ’ ୭ରେ ଶେଷ ହେବାକୁ ଥିବା ମାଟ୍ରିକ ପରୀକ୍ଷା ମେ’ ୧୦ରେ ଶେଷ ହେବ ।

ମଧ୍ୟମାର ଦୁଇଟି ଏବଂ ଓପନ ସ୍କୁଲର ୩ଟି ପରୀକ୍ଷା ସମୟ ବଦଳା ଯାଇଥିବା ବୋର୍ଡ ସଭାପତି ରାମାଶିଷ ହାଜରା ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି। ଦ୍ବିତୀୟ ସିଟିଂରେ ହେବାକୁ ଥିବା ମଧ୍ୟମାର ଦୁଇଟି ପରୀକ୍ଷା ସାମାଜିକ ବିଜ୍ଞାନ ଓ ଇଂରାଜୀ ମେ’ ୯ ଓ ୧୦ରେ କରାଯିବ । ଓପନ ସ୍କୁଲର ୩ଟି ପରୀକ୍ଷାର ସମୟ ବଦଳାଯାଇଛି । ମେ’ ୮ରେ ହୋମସାଇନ୍ସ ପ୍ରାକ୍ଟିକାଲ ଓ ମେ’ ୯ରେ ହୋମସାଇନ୍ସ ଥିଓରି ପରୀକ୍ଷା ହେବ । ୧୦ ମେ’ରେ ପେଣ୍ଟିଂ ଥିଓରି ପରୀକ୍ଷା କରାଯିବ।

ବୋର୍ଡ ସୂଚନା ଅନୁଯାୟୀ, ୩୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୫,୭୧,୯୦୯ ହାଇସ୍କୁଲ ପିଲା ପରୀକ୍ଷା ଦେବେ। ମଧ୍ୟମା ଏବଂ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ୍‌ ୫ ଲକ୍ଷ ୮୫ ହଜାର ୭୩୦ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେବେ। ପ୍ରଶ୍ନ ସୁରକ୍ଷିତ ରଖିବା ଓ ପରୀକ୍ଷା ଦିନ ପରୀକ୍ଷାକେନ୍ଦ୍ରକୁ ପଶ୍ନପତ୍ର ପଠାଇବା ନିମେନ୍ତ ମୋଟ୍‌ ୩୧୫ ନୋଡାଲ ସେଣ୍ଟର କରାଯାଇଛି। ଯାହା ଭିତରୁ ୨୧ଟି ନୋଡାଲ ସେଣ୍ଟର କରାଯାଇଛି। ୬୫ଟି ଫ୍ଲାଇଂ ସ୍କ୍ବାଡ ପରୀକ୍ଷା ଉପରେ ନଜର ରଖିବାକୁ ମୁତୟନ ହେବେ ବୋଲି  ବୋର୍ଡ ସଭାପତି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri