ସୋନପୁର ସବୁଠୁୁ ଉତ୍ତପ୍ତ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ବୁଧବାର ୨୪ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ରେକର୍ଡ କରାଯାଇଛି। ସେଥିରୁ ୪ଟି ସହରର ତାପମାତ୍ରା ୪୪ ଡିଗ୍ରୀ ସେଲ୍‌ସିୟସ ବା ତା’ ଉପରେ ରହିଛି। ସୋନପୁରରେ ସର୍ବାଧିକ ୪୪.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଅନୁଗୋଳରେ (୪୪.୧ଂ), ଝାରସୁଗୁଡ଼ା (୪୪ଂ) ଓ ବଲାଙ୍ଗିରରେ (୪୪ଂ) ରହିଛି। ସେହିପରି ସମ୍ବଲପୁରରେ ତାପମାତ୍ରା ୪୩.୮ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସୁନ୍ଦରଗଡ଼ରେ ୪୩.୫ଂ, ହୀରାକୁଦରେ ୪୩.୧ଂ, ଟିଟିଲାଗଡ଼ରେ ୪୩.୨ଂ, ଦେବଗଡ଼ରେ ୪୩ଂ, ବରଗଡ଼ ୪୩.୪ଂ ଓ ବୌଦ୍ଧରେ ୪୩.୫ଂ ତାପମାତ୍ରା ରେକର୍ଡ କରାଯାଇଛି।

ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, କିଛି ଜିଲାରେ ହିଟ୍‌ ୱେଭ ଆସନ୍ତା ୨୯ତାରିଖ ପର୍ଯ୍ୟନ୍ତ ଜାରି ରହିବ । ପଶ୍ଚିମ ଓଡ଼ିଶାର ଅନ୍ୟ କେତେକ ଜିଲାରେ ଏହି ହିଟ ୱେଭ ୩୦ତାରିଖ ପର୍ଯ୍ୟନ୍ତ ଲାଗି ରହିବ । ଏଥିଯୋଗୁ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଅତି ଜରୁରୀ ନଥିଲେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ବିଶେଷକରି ଛୋଟ ପିଲା, ବୟସ୍କ ଲୋକ ଓ ଅସୁସ୍ଥ ଲୋକମାନଙ୍କୁ ଘରୁ ନବାହାରିକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri