ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ତ୍ରୀଙ୍କୁ କ୍ଷମା ମାଗିଲେ ବୋଲର୍‌

ମୁମ୍ବାଇ,୨୮।୪: ଆଇପିଏଲ ୨୦୨୨ର ୪୦ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଏକ ରୋମାଞ୍ଚକର ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ୫ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ କ୍ୟାପଟେନ ହାର୍ଦ୍ଦିକ ପାଣ୍ଡ୍ୟା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପାଣ୍ଡ୍ୟା ବ୍ୟାଟିଂରେ ବିଶେଷ କିଛି କରି ପାରି ନ ଥିଲେ। ସେ ବ୍ୟାଟିଂ କରୁଥିବାବେଳେ ତାଙ୍କ କାନ୍ଧରେ ବଲ ବାଜି ଯାଇଥିଲା। ଏହା ଦେଖି ଷ୍ଟାଡିୟମରେ ଉପସ୍ଥିତ ଥିବା ତାଙ୍କ ସ୍ତ୍ରୀ ନତାଶା ଷ୍ଟାନକୋଭିକ ଚିନ୍ତା ବ୍ୟକ୍ତ କରିଥିଲେ।
ହାର୍ଦ୍ଦିକ ପାଣ୍ଡ୍ୟା ଉମ୍‌ରାନ ମଲିକଙ୍କ ବଲରେ ଏକ ବଡ ସଟ ମାରିବାକୁ ଚାହୁଁଥିଲେ, କିନ୍ତୁ ବଲ ତାଙ୍କ କାନ୍ଧରେ ବାଜିଥିଲା। ସେ ଯନ୍ତ୍ରଣାରେ ହାତ ଏପଟ ସେପଟ କରୁଥିବାର ଦେଖାଯାଇଥିଲା। ସଙ୍ଗେ ସଙ୍ଗେ ପଡ଼ଆରେ ଫିଜିଓ ମଧ୍ୟ ପହଞ୍ଚିଥିଲେ। ଏହା ଦେଖି ତାଙ୍କ ନତାଶା ଷ୍ଟାନକୋଭିକ ଚିନ୍ତାରେ ପଡିଯାଇଥିଲେ। ଏବେ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟା ଏକ ବଡ଼ ଇନିଂସ ଖେଳିପାରି ନ ଥିଲେ। ସେ ମାତ୍ର ୧୦ ରନରେ ଉମ୍‌ରାନ୍‌ଙ୍କ ବଲ୍‌ରେ ଆଉଟ୍‌ ହୋଇଥିଲେ। ମ୍ୟାଚ୍‌ ପରେ ଉମରାନ୍‌ ନତାଶାଙ୍କୁ ହାତଯୋଡି କ୍ଷମା ମାଗିଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟା ଉମ୍‌ରାନଙ୍କୁ ପଛରୁ ଧରିଛନ୍ତି, ସେ ଷ୍ଟାଣ୍ଡ୍‌ରେ ଥିବା ନତାଶାଙ୍କୁ ଦେଖି ହାତ ଯୋଡୁଥିବାର ଫଟୋ ୱିସଡେନ ଇଣ୍ଡିଆର ଅଫିସିଆଲ ଟୁଇଟର୍‌ରେ ଶେୟାର କରାଯାଇଛି।
ଏହି ଫଟୋ ଶେୟାର କରି କ୍ୟାପସନ ଲେଖାଯାଇଛି, ‘ସରି ସିନିୟର!’। ଏହି ଫଟୋ ଦେଖି ଜଣେ ପ୍ରଶଂସକ ଲେଖିଛନ୍ତି ଯେ ଷ୍ଟାଡିୟମରେ ଉପସ୍ଥିତ ଥିବା ନତାଶାଙ୍କୁ ଉମରାନ କ୍ଷମା ମାଗୁଛନ୍ତି।

https://twitter.com/JamesTyler_99/status/1519362459865206784


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri