ଅନୁଭବଙ୍କୁ ହତ୍ୟା ଧମକ: ୧୦ ଲକ୍ଷ ଟଙ୍କା ନ ଦେଲେ ମାରିଦେବୁ

କଟକ ଅଫିସ୍‌,୧ା୫- କେନ୍ଦ୍ରାପଡା ଲୋକ ସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କୁ ହତ୍ୟା ଧମକ ମିଳିଛି। ୧୦ ଲକ୍ଷ ଟଙ୍କା ନ ଦେଲେ ମାରିଦେବାକୁ ହ୍ବାଟ୍‌ସଆପ୍‌ରେ ମେସେଜ କରି ଧମକ ଦିଆଯାଇଛି। ଏନେଇ ଅନୁଭବ ମଙ୍ଗଳବାର ପୁରୀଘାଟ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା (ନଂ.୯୧/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ସୋମବାର ରାତି ୯ଟାରେ ଏକ ଅଜଣା ନମ୍ବରରୁ ଅନୁଭବଙ୍କ ହ୍ବାଟ୍‌ସଆପ୍‌କୁ ଏହି ମେସେଜ ଆସିଥିଲା। ତେବେ ଅନୁଭବଙ୍କ କହିବାନୁଯାୟୀ, କେହି ଚୁଗୁଲି କରିଥିବେ ବୋଲି ପ୍ରଥମେ ଭାବିଥିଲି। ପରେ ଏହା ସତ୍ୟ ବୋଲି ଜାଣିବାରୁ ଏନେଇ ଥାନାରେ ଅଭିଯୋଗ କରିଛି। କେହି ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ପ୍ରରୋଚନାରେ ଉକ୍ତ ଦୃର୍ବୃର୍ତ୍ତ ଜଣକ ଏଭଳି ଧମକ ଦେଇଥିବେ ବୋଲି ସେ ସନ୍ଦେହ କରୁଥିବା କହିଛନ୍ତି।  ଏନେଇ ପୋଲିସ କମିଶନର ସତ୍ୟଜିତ ମହାନ୍ତିଙ୍କୁ ଜଣାଇବା ସହ ଜୀବନ ପ୍ରତି ବିପଦ ଥିବାରୁ  ତାଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ସେ ନିବେଦନ କରିଥିବା କହିଛନ୍ତି। ପୁରୀଘାଟ ଥାନା ଅଧିକାରୀ ରଶ୍ମି ରଞ୍ଜନ ସାହୁ କହିଛନ୍ତି, ଅଭିଯୋଗ ଆଧାରରେ ଏକ ମାମଲା ରୁଜୁ କରି ଆମେ ତଦନ୍ତ ଆରମ୍ଭ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର ,୧୯।୧୨: ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ...

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri