Posted inଗଜପତି

ଅବ୍ୟବସ୍ଥାରେ ନଳାଘାଟ ବିଦ୍ୟାଳୟ

ପାରଳାଖେମୁଣ୍ଡି,୨୮।୪(ଡି.ଏନ୍‌.ଏ.):  ମୋହନା ବ୍ଲକର ବିଭିନ୍ନ ବିଦ୍ୟାଳୟ ଗୁଡିକ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଏପରିକି ଅନେକ ବିଦ୍ୟାଳୟ ରହିଛି ଯେଉଁଠିକି ବିଦ୍ୟୁତ୍‌ ବଲ ଓହଳିଛି ତାର ବିଛା ଯାଇଛି କିନ୍ତୁ ବିଦ୍ୟୁତ୍‌ ସଂଯୋଗ ହୋଇନି । ଶୌଚାଳୟ ଅଛି ହେଲେ କବାଟ ନାହିଁ । କେଉଁ ବିଦ୍ୟାଳୟରେ ପାଚେରୀ ନଥିବା ବେଳେ ଶ୍ରେଣୀ ଗୃହର ଅଭାବତା ସାଙ୍ଗକୁ ଶିକ୍ଷୟିତ୍ରୀ ଶିକ୍ଷକ ମଧ୍ୟ ଅଭାବ। ଗଜପତି ଜିଲା ମୋହନା ବ୍ଲକର ନଳାଘାଟ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିଲା ସଂଖ୍ୟା ରହିଛି ୧୪୭ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ରହିଥିବା ବେଳେ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି ୪ ଜଣ। ଶ୍ରେଣୀ ଗୃହ ଅଭାବରୁ ୩ଟି ଗୃହରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ବସାଇ ପାଠ ପଢା ଯାଉଛି। ଯାହା ଦ୍ୱାରା ଛାତ୍ରଛାତ୍ରୀଙ୍କୁ ପାଠ ପଢିବାରେ ବାଧା ସୃଷ୍ଟି ହେଉଛି । ଖାଲି ସେତିକି ନୁହେଁ ଶୌଚାଳୟ ରହିଛି ଭଗ୍ନ ଅବସ୍ଥାରେ । କବାଟ ନଥିବାରୁ ଶୌଚ ଯିବାରେ ଅସୁବିଧା ହେଉଛି । ବିଦ୍ୟୁତ୍‌ ସଂଯୋଗ ନଥିବାରୁ ପିଲାମାନେ ଖରା ଦିନେ ବହୁ କଷ୍ଟରେ ପାଠ ପଢୁଛନ୍ତି। ପାଚେରୀ ନଥିବାରୁ କୋଣସି ଗଛ ଲଗାଇଲେ ମଧ୍ୟ ରହୁନାହିଁ। ଗାଈ ଗୋରୁ ନଷ୍ଟ କରି ଦେଉଥିବା ଶିକ୍ଷକମାନେ କହିଛନ୍ତି । ଏ ସମ୍ପର୍କରେ ବହୁବାର ପ୍ରଶାସନକୁ ଅଭିଯୋଗ ଜଣାଇଥିଲେ ମଧ୍ୟ କୌଣସୀ ସଫଳ ମିଳୁ ନ ଥିବା କହିଛନ୍ତି ଅଭିବାକ ମାନେ। ତେଣୁ ରାଜ୍ୟ ସରକାର ତୁରନ୍ତ ଏହିପ୍ରତି ଦୃଷ୍ଟି ଦେଲେ ପିଲାଙ୍କ ପାଠ ପଢାରେ ଉନ୍ନତି ହେବ ବୋଲି ଗ୍ରାମବାସୀ ପ୍ରଶାସନକୁ ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri