କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜମି ଚିହ୍ନଟ

ବଇଣ୍ଡା/ ମାଧପୁର,୨୮।୪(ଡି.ଏନ.ଏ.):  ଅନୁଗୋଳ ଜିଲା ଆଠମଲ୍ଲିକଠାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବ। ଏ ନେଇ ୪ ଜଣିଆ କେନ୍ଦ୍ରୀୟ ପ୍ରତିନିଧି ଦଳ ବୁଧବାର ଆଠମଲ୍ଲିକ ଗସ୍ତରେ ଆସି ଟାଙ୍ଗିଆନିଶା ଅଞ୍ଚଳରେ ଏକ ଜମି ଚିହ୍ନଟ କରିଛନ୍ତି। ପ୍ରତିନିଧି ଦଳ ଆଠମଲ୍ଲିକ ମହାବିଦ୍ୟାଳୟଠାରେ ଅସ୍ଥାୟୀ ଶ୍ରେଣୀ ଗୃହ ଯାଞ୍ଚ କରିବା ପରେ ପାନୀୟ ଜଳ, ଶୌଚାଳୟ ବ୍ୟବସ୍ଥା ଆଦି ବୁଲି ଦେଖିଥିଲେ। ପରେ ଆଠମଲ୍ଲିକ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ସେଠାରେ ଅଞ୍ଚଳବାସୀ, ପ୍ରଶାସନିକ ଅଧିକାରୀମାନଙ୍କୁ ନେଇ ଏକ ବୈଠକ କରିଥିଲେ। କେନ୍ଦ୍ରୀୟ ବିଦ୍ୟାଳୟର ସହକାରୀ କମିଶନର ଏ. ଜ୍ୟୋତିକୁମାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଅନୁଗୋଳ କେନ୍ଦ୍ରୀୟ ବିଦ୍ୟାଳୟ (କ)ର ଅଧ୍ୟକ୍ଷ ଦୀପେଶ କୁମାର ବାରିକ, କଟକ କେନ୍ଦ୍ରୀୟ ବିଦ୍ୟାଳୟ(ଗ)ର ଅଧ୍ୟକ୍ଷ ଅନନ୍ତ କୁମାର ସିଠ, କେନ୍ଦ୍ରୀୟ ଲୋକ ନିର୍ମାଣ ବିଭାଗ କନିଷ୍ଠଯନ୍ତ୍ରୀ ରଞ୍ଜନ କୁମାର ବେହେରା, ସହକାରୀ ଜିଲାପାଳ କୁଳମଣି ଦଳେଇ, ରାଜସ୍ବ ପରିଦର୍ଶକ ଦଣ୍ଡଧର ସିଂ, ରାଜସ୍ବ ନିରୀକ୍ଷକ ସୋନାଲିକା ସାହୁ, ଆଠମଲ୍ଲିକ ମହାବିଦ୍ୟାଳୟର ଅଧ୍ୟକ୍ଷ ଆଦିତ୍ୟ ସାହୁ, ଏନ୍‌ଏସି ଅଧ୍ୟକ୍ଷା ଆଶା କୁମାରୀ ସାହୁ ପ୍ରମୁଖ ଉପସ୍ଥିତ ରହି ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏନ୍‌ଏସି ନିର୍ବାହୀ ଅଧିକାରୀ କାଦମ୍ବିନୀ ଜେନା, ସମ୍ବଲପୁର ଏମ୍‌ପିଙ୍କ ପ୍ରତିନିଧି ପରେଶ ଦେଓ, ଆଠମଲ୍ଲିକ ବିକାଶ ମଞ୍ଚର ଆବାହକ ଇଂ. ଆଭାସ କୁମାର କ୍ଷେତୀ, ଭାଜପା ନେତା ଶ୍ରୀମନ୍ତ ପାଣିଗ୍ରାହୀ ଉପସ୍ଥିତ ଥିଲେ। ପୂର୍ବରୁ ଆଠମଲ୍ଲିକ ବିକାଶ ମଞ୍ଚ ପକ୍ଷରୁ ବାମୁରଠାରେ ଅକ୍ଟୋବର ୨ ତାରିଖରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri