୯ରେ ସମ୍ଭାବ୍ୟ ବାତ୍ୟା

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଡରାଇବା ଆରମ୍ଭ କଲାଣି। ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖରେ ଆସନ୍ତା ମେ’ ୫ରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୯ ତାରିଖ ବେଳକୁ ବାତ୍ୟା ରୂପ ଧାରଣ କରିପାରେ। ଏହାର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିଲୋମିଟର ହୋଇପାରେ ବୋଲି ଅନୁମାନ କରାଯାଇଛି। ବାତ୍ୟାର ଗତି ଯଦି ଉତ୍ତର ପଶ୍ଚିମ ଦିଗକୁ ରହିବ ତେବେ ତାହା ଗଞ୍ଜାମ କିମ୍ବା ପୁରୀ ଉପକୂଳ ଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ନଚେତ୍‌ ବାତ୍ୟା ଆନ୍ଧ୍ର ଉପକୂଳ, ପଶ୍ଚିମବଙ୍ଗର ସୁନ୍ଦରବନ କିମ୍ବା ବାଂଲାଦେଶ ଆଡ଼କୁ ମୁହାଁଇପାରେ ବୋଲି ପୂର୍ବାନୁମାନ କରାଯାଇଛି। ହେଲେ ଉପକୂଳ ଓଡ଼ିଶାରେ ବାତ୍ୟାର ପ୍ରଭାବ ଅନୁଭୂତ ହୋଇପାରେ। ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ତେବେ ସମ୍ଭାବ୍ୟ ବାତ୍ୟାର ରୂପରେଖ କିପରି ହେବ ଓ ଏହା କେଉଁ ଆଡ଼କୁ ଗତି କରିବ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ। ଆସନ୍ତା ୨/୩ ଦିନ ମଧ୍ୟରେ ଏ ନେଇ ସୂଚନା ଦିଆଯିବ ବୋଲି କୁହାଯାଇଛି। ଜଳବାୟୁ ପରିବର୍ତ୍ତନ ଯୋଗୁ ଗତ କିଛି ବର୍ଷ ହେବ ମେ’ ମାସରେ ସୃଷ୍ଟି ହେଉଥିବା ବାତ୍ୟା ଓଡ଼ିଶା ମୁହଁା ହେଉଛି। ୨୦୧୯ ମେ’ ୩ରେ ଫନୀ ବାତ୍ୟା ପୁରୀ ଉପକୂଳ ଦେଇ ଅତିକ୍ରମ କରିଥିଲା। ଏହାର ବେଗ ୨୦୦ କିଲୋମିଟରକୁ ଟପି ଯାଇଥିଲା। ଏହାଦ୍ୱାରା ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କଟକ ଆଦି ଜିଲାରେ ତାଣ୍ଡବ ରଚିଥିଲା। ୧୪ ଜିଲା ଏହା ଦ୍ୱାରା ପ୍ରଭାବିତ ହୋଇଥିଲା। ଏହାପରେ ୨୦୨୦ ମେ’ ୨୦ରେ ଅମ୍ଫନ ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିଥିଲା। ଏହାର ପ୍ରଭାବରେ ୧୦ଟି ଜିଲାର ୪୪.୪୫ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲେ। ତେବେ ଚଳିତ ବର୍ଷ ଆଉ ଏକ ବାତ୍ୟା ବଙ୍ଗୋପସାଗରରେ ଦାନା ବାନ୍ଧୁଛି।
ଅନ୍ୟପକ୍ଷରେ ଗତ କିଛିଦିନ ହେବ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପାରଦ ୪୫ ଡିଗ୍ରୀକୁ ଛୁଇଁଲାଣି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୪୫ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଅନ୍ୟ ୨୫ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରହିଥିବା ବେଳେ ୯ ସ୍ଥାନରେ ପାରଦ ୪୩ ଡିଗ୍ରୀ ଏବଂ ୫ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଅନୁଗୋଳରେ ସର୍ବାଧିକ ୪୪.୭ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବାବେଳେ ଦେବଗଡ଼ ୪୪.୬, ତାଳଚେର ୪୪.୫, ବଲାଙ୍ଗୀର ୪୪, ଝାରସୁଗୁଡ଼ା ୪୩.୪, ଟିିଟିଲାଗଡ଼ ୪୩.୮, ସୋନପୁର ୪୩.୬, କଟକ ୪୦.୧, ଭୁବନେଶ୍ୱର ୪୦.୨, କେନ୍ଦୁଝର ୪୨, ସମ୍ବଲପୁର ୪୨.୮, ହୀରାକୁଦ ୪୨.୪, ଭବାନୀପାଟଣା ୪୨.୬, ଫୁଲବାଣୀ ୪୧.୬, ରାୟଗଡ଼ା ୪୧,୨, ଭଦ୍ରକ ୪୧, ଯାଜପୁର ୪୧.୨, ଢେଙ୍କାନାଳ ୪୨.୮, ବରଗଡ଼ ୪୨.୫, ନୂଆପଡ଼ା ୪୧.୫, କେନ୍ଦ୍ରାପଡ଼ା ୪୦.୨, ନୟାଗଡ଼ ୪୧.୫ ଏବଂ ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଶନିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୧ ତାରିଖରୁ ଉପକୂଳ ଓଡ଼ିଶାରେ ପାଗରେ ପରିବର୍ତ୍ତନ ହେବ। ଉତ୍ତର ଓଡ଼ିଶା ଜିଲା, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା ଏବଂ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ମାଆ ବଞ୍ଚି ଥାଉ ଥାଉ ଜାଲ ମୃତ୍ୟୁ ପ୍ରମାଣପତ୍ର ବାହାର କରି ସବୁ ହଡ଼ପ କଲେ ପୁଅ, ଏମିତି ଖୋଲିଲା ରାଜ୍‌

କୋଲକାତା,୧୪।୧୨: ପଶ୍ଚିମବଙ୍ଗର ହାଓଡ଼ାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ପୁଅ ତାଙ୍କ ଜୀବିତ ମାଆଙ୍କ ନାମରେ ମୃତ୍ୟୁ ପ୍ରମାଣପତ୍ର ଜାଲ କରି ବ୍ୟାଙ୍କରୁ...

ଇସ୍ରାଏଲ ଆକ୍ରମଣରେ ହମାସର ଟପ୍‌ କମାଣ୍ଡର ନିହତ, ଡ୍ରୋନ ସାହାଯ୍ୟରେ କାରକୁ କଲା ଟାର୍ଗେଟ

ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri