ଓକିଲଙ୍କ ପାଇଁ ପେନ୍‌ସନ ଦାବି

ଜଗତ୍‌ସିଂହପୁର ଅଫିସ, ୩୦ା୪: ଓକିଲମାନେ କାର୍ଯ୍ୟକ୍ଷମ ଥିବା ପର୍ଯ୍ୟନ୍ତ ମହକିଲଙ୍କଠାରୁ ପ୍ରାପ୍ୟ ପାଆନ୍ତି। କିନ୍ତୁ ଅବସର କିମ୍ବା ଅକ୍ଷମ ଆଦି ହୋଇଗଲେ ସେମାନଙ୍କ ରୋଜଗାର ମାଧ୍ୟମ ଏକପ୍ରକାର ବନ୍ଦ ହୋଇଯାଏ। ତେଣୁ ଓକିଲମାନଙ୍କ ପାଇଁ ସରକାର ପେନ୍‌ସନ ବ୍ୟବସ୍ଥା ଲାଗୁ କରନ୍ତୁ। ଜଗତ୍‌ସିଂହପୁର ଜଲା ଅଧିବକ୍ତା ପରିଷଦ ପକ୍ଷରୁ ମଧୁ ଜୟନ୍ତୀ ପାଳନ ଅବସରରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖାଉଟି ଅଦାଲତର ଅଧ୍ୟକ୍ଷ ପ୍ରଭାସ କୁମାର ପାଢୀ ଏଭଳି ଦାବି କରିଛନ୍ତି। ପରିଷଦ ସଭାପତି ସୁବାସ ଚନ୍ଦ୍ର ମହାନ୍ତିଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ଓକିଲ ସଂଘ ସଭାପତି ପ୍ରମୋଦ କୁମାର ସ୍ବାଇଁ, ସମ୍ପାଦକ ନଳିନୀ ରଞ୍ଜନ ମହାପାତ୍ର, ଖାଉଟି ଅଦାଲତ ସଭ୍ୟ ମଧୁସ୍ମିତା ସ୍ବାଇଁ, ଜିଲା ଓକିଲ ସଂଘ ପ୍ରାକ୍ତନ ସଭାପତି ଗଗନ ଦାଶ, ରାଜକିଶୋର ବେହେରା, ଯୁଧିଷ୍ଠିର ମିଶ୍ର ପ୍ରମୁଖ ଯୋଗଦେଇଥିଲେ। ଏହି ସମୟରେ ପରିଷଦ ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଯଥା ବିବେକାନନ୍ଦ ନାୟକ, ଦେବପ୍ରୀତ ଦାସ, ରଞ୍ଜିତ କୁମାର ବେହେରା, ପର୍ଶୁରାମ ରାଉତ, ପ୍ରଦୀପ୍ତ କୁମାର ବିହାରୀ, ସତ୍ୟବ୍ରତ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଲିଙ୍ଗରାଜ ମହାନ୍ତିଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ସଭାରେ ସାରଦା ପ୍ରସାଦ ଦାସ ସ୍ବାଗତ ଭାଷଣ ଓ ଶେଷରେ ପରିଷଦ ସମ୍ପାଦକ ସଂଗ୍ରାମ କିଶୋର ନାୟକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଦେବେଶ

ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଅଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ

କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି।...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri