ଅବହେଳାକୁ ନେଇ ଉଦ୍‌ବେଗ

ବାରିପଦା ଅଫିସ, ୩୦।୪

ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାବାସୀଙ୍କୁ ମୌଳିକ ସୁବିଧା ଯୋଗାଇ ଦେବାକୁ ନେଇ ସରକାରୀ ସ୍ତରରେ ବିଭିନ୍ନ ଯୋଜନା ପ୍ରଣୟନ କରାଯାଉଛି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଗମନାଗମନ, ପାନୀୟଜଳ, ସ୍ବାସ୍ଥ୍ୟ ଓ ଶିକ୍ଷା ଦିଗରେ ମୟୂରଭଞ୍ଜ ଜିଲାପ୍ରଶାସନ ଅବହେଳା କରୁଥିବା ନେଇ ୫ମ ଜିଲା ଉନ୍ନୟନ ସମନ୍ବୟ ଓ କାର୍ଯ୍ୟକାରୀ କମିଟି(ଦିଶା) ବୈଠକରେ ଉଦ୍‌ବେଗ ପ୍ରକାଶ ପାଇଛି। ବିଭାଗୀୟ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରୁ ନ ଥିବା ଓ ସେମାନଙ୍କ ନିଷ୍କ୍ରିୟତା ପାଇଁ ଏପରି ପରିସ୍ଥିତି ଉପୁଜି ଥିବା ଅଭିଯୋଗ ହୋଇଛି। ଏନେଇ କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଅଧିକାରୀମାନଙ୍କୁ ତାଗିଦ୍‌ କରିଛନ୍ତି ା
ଶୁକ୍ରବାର ବାରିପଦାସ୍ଥିତ ମୁର୍ଗାବାଡ଼ି ପ୍ରୟାସ ହଲରେ ଅନୁଷ୍ଠିତ ବୈଠକରେ କେନ୍ଦ୍ରମନ୍ତ୍ରୀ ଟୁଡୁ ଅଧ୍ୟକ୍ଷତା କରିଥିଲେ। ଜିଲାପରିଷଦ ଅଧ୍ୟକ୍ଷା ଭାରତୀ ହଁାସଦା, ବାରିପଦା ବିଧାୟକ ପ୍ରକାଶ ସୋରେନ, ବଡ଼ସାହି ବିଧାୟକ ସନାତନ ବିଜୁଳି, ସାରସକଣା ବିଧାୟକ ଡା.ବୁଢ଼ାନ ମୁର୍ମୁ, ଉଦଳା ବିଧାୟକ ଭାସ୍କର ମଢ଼େଇ ଓ ପିଡି ଡିଆରଡିଏ ପି.ଅନ୍ବେଷା ରେଡ୍ଡି ପ୍ରମୁଖ ଉପସ୍ଥିତ ଥିଲେ ା ଜିଲାରେ ଉପୁଜିଥିବା ବିଭିନ୍ନ ସମସ୍ୟା ମଧ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପାନୀୟଜଳ, ଗମନାଗମନ, ଏମଜିଏନ୍‌ଆର୍‌ଇଜିଏ ଯୋଜନା ଗୁଡିକର ସମୀକ୍ଷା କରାଯାଇଥିଲା। ଗତବର୍ଷ ଅତିରିକ୍ତ ଆବାସ ଗୃହ ପାଇଁ ୧ଲକ୍ଷ ୬୪ହଜାର ଗୃହ ଆବଶ୍ୟକତା ଥିବା ବେଳେ ୧ଲକ୍ଷ ୪୭ହଜାର ୪୯୪ଟି ଘର ପାଇଁ ଅର୍ଥ ମଞ୍ଜୁର ହେବାରେ ବିଳମ୍ବ ହୋଇଛି। ସେଥି ମଧ୍ୟରୁ ୧ଲକ୍ଷ ୪୬ହଜାର ପ୍ରକୃତ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି। ଅଧିକ ୫୦ହଜାର ଆବାସ ଗୃହର ଆବଶ୍ୟକତା ରହିଥିବା ବେଳେ ଆବେଦନକାରୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଆବାସ ଗୃହ ନିର୍ମାଣ ନିମନ୍ତେ ଆବଶ୍ୟକ ସରଞ୍ଜାମ ଗୁଡ଼ିକର ଅହେତୁକ ଦର ବୃଦ୍ଧି ହୋଇଥିବାରୁ ଅଧିକ ଅର୍ଥ ମଞ୍ଜୁର କରିବା ପାଇଁ ବାରିପଦା ପୌରାଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତି ଦାବି କରିଥିଲେ। ସେହିପରି ସୀମାନ୍ତରେ ଥିବା ଗ୍ରାମ ଗୁଡ଼ିକରେ ରାସ୍ତା ଓ ପାନୀୟ ଜଳ ସମସ୍ୟା ସମ୍ପର୍କରେ ଯଶିପୁର ବିଧାୟକ ଗଣେଶରାମ ସିଂଖଣ୍ଟିିଆ କହିିଥିଲେ। ଅଦ୍ୟାବଧି ଶିମିଳିପାଳ ସଂଲଗ୍ନ ୨୨ଟି ଗ୍ରାମକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇ ନ ଥିବାରୁ ଅଞ୍ଚଳବାସୀ ଅନ୍ଧାରରେ ରହି ଆସୁଛନ୍ତି। ସେହିପରି ବିଭିନ୍ନ ସ୍ଥାନରେ ବିନା ସଂଯୋଗରେ ବିଦ୍ୟୁତ୍‌ ବିଲ ଆସୁଥିବା ନେଇ ବିଭାଗୀୟ ଅଧିକାରୀଙ୍କୁ ଜଣାଯାଇଛି। ଗ୍ରୀଷ୍ମ ପ୍ରବାହକୁ ନେଇ ବିଭିନ୍ନ ସ୍ଥାନରେ ଦେଖାଦେଇଥିବା ଜଳକଷ୍ଟ ଦୂର କରିବାକୁ ତ୍ୱରିତ ପଦକ୍ଷେପ ଗ୍ରହଣ ଲାଗି ବୈଠକରେ ଅଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଛି ଗଛକଟା: ଉଦ୍‌ବେଗ ପ୍ରକାଶ କଲେ ପରିବେଶବିତ୍‌

ବାରିପଦା,୨୦ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ହଜାର ଗଛ କଟାଯାଉଛି। ଏହାକୁ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri