ଗୁପ୍ତଧନ ପାଇବା ଆଶାରେ ବାପାଙ୍କୁ ବଳି ଉଦ୍ୟମ

ଭବାନୀପାଟଣା,୩୦।୪(ସ୍ବ.ପ୍ର): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଧୀନ କଲମପୁର ବେଲପଡ଼ାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୁପ୍ତଧନ ପାଇବା ଆଶାରେ ପୁଅ ନିଜ ବାପାଙ୍କୁ ବଳିଦେବାକୁ ଉଦ୍ୟମ କରିଥିଲେ। ଖବର ପାଇ ପୋଲିସ ପହଞ୍ଚି ବାପାଙ୍କୁ ଉଦ୍ଧାର ବେଳେ ଲହୁଲୁହାଣ ହେବାକୁ ପଡିଛି।

ମିଳିଥିବା ସୂଚନା ମୁତାବକ, ବେଲପଡ଼ାର ବଳଦେବ ଭୋଇଙ୍କ ପୁଅ ଲିଙ୍ଗରାଜ ଭୋଇ କିଛି ବର୍ଷ ତଳେ ମାନସିକ ରୋଗରେ ଆକ୍ରାନ୍ତ ହୋଇଥିଲେ। ପରିବାର ଲୋକେ ତାଙ୍କୁ ଚିକିତ୍ସା କରାଇଥିଲେ ମଧ୍ୟ ସେ ସମ୍ପୂର୍ଣ୍ଣ ଆରୋଗ୍ୟ ହୋଇପାରି ନ ଥିଲେ। ଏଭଳି ସ୍ଥିତିରେ ଲିଙ୍ଗରାଜ ରାଜପୁର ଗ୍ରାମର ଜଣେ ସାଧକଙ୍କ ସହ ମିଶିଥିଲେ। ଗୁପ୍ତଧନ ପାଇବା ଆଶାରେ ଲିଙ୍ଗରାଜ ସାଧକଙ୍କ ଉପସ୍ଥିତିରେ ଶନିବାର ତାଙ୍କ ବାପାଙ୍କୁ ଘରେ ନୂଆ ଲୁଗା ପିନ୍ଧାଇ ବେକରେ ଫୁଲମାଳ ପକାଇ ବଳି
ଦେବାକୁ ଉଦ୍ୟମ କରୁଥିଲେ।

କୌଣସି ସୂତ୍ରରୁ ଖବର ପାଇ ସ୍ଥାନୀୟ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ବଳଦେବଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲା। ହେଲେ ଲିଙ୍ଗରାଜ ଏକ ମାରଣାସ୍ତ୍ରରେ ପୋଲିସ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲେ। ଫଳରେ ଗ୍ରାମରଖି ଗଙ୍ଗାରାମ ବାଗ ଆହତ ହୋଇଛନ୍ତି। ଜୟପାଟଣା ଏସ୍‌ଆଇ ବିନୟ ବାରାଲ, ଏସ୍‌.ଏନ୍‌. ପାତ୍ର, ନୀତି ଚତୁର୍ବେଦୀ, କଲମପୁର ଫାଣ୍ଡି ଅଧିକାରୀ ବିପିନ କିଶୋର ଝରିଆ, ଚକାଡୋଳା ବାଗଙ୍କ ସହ ପୋଲିସ କର୍ମଚାରୀ ପହଞ୍ଚି ବଳଦେବଙ୍କୁ ଉଦ୍ଧାର କରିଥିଲେ। ଦୀର୍ଘ ସମୟର କସରତ ପରେ ପୋଲିସ ଅଭିଯୁକ୍ତ ଲିଙ୍ଗରାଜ ଏବଂ ସାଧକଙ୍କୁ ଧରି ଜୟପାଟଣା ଥାନାକୁ ନେଇଥିଲା। ବଳଦେବଙ୍କୁ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଉଛି। ପୋଲିସ ଏକ ମାମଲା ରୁଜୁ କରି ସାଧକ ଏବଂ ଲିଙ୍ଗରାଜଙ୍କୁ
ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୬।୫: ଟିକେଟ୍‌ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କଲେ ଭକ୍ତ ଦାସ

କେସିଙ୍ଗା,୬।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ୯ ପଞ୍ଚାୟତରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭକ୍ତ ଚରଣ ଦାସ ଜନସମ୍ପର୍କ ପଦଯାତ୍ରା କରିବା ସହ ନିର୍ବାଚନୀ...

ମାଉସୀଙ୍କ ହାତରେ ପ୍ରସ୍ତୁତ ପୋଡ଼ ପିଠା ଖାଇ ମନ୍ଦିର ଫେରିଲେ ମା’ଠାକୁରାଣୀ

ଦାରିଙ୍ଗବାଡ଼ି,୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚାଲିଥିବା ମା’ଠାକୁରାଣୀଙ୍କ ଯାତ୍ରାର ପୂର୍ଣ୍ଣାହୁତି ହୋଇଯାଇଛି। ରବିବାର ମା’ଙ୍କ ଘଟ ପରିକ୍ରମାର ଶେଷ ଦିବସ ରହିଥିବା ବେଳେ ମା’ଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri