ଦୈନିକ ସଂକ୍ରମଣ ନେଇ ଚିନ୍ତାରେ ସରକାର…

ନୂଆଦିଲ୍ଲୀ, ୩୦।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାର ଟପିଛି। ଏହା ୩ ହଜାର ୬୮୮ରେ ପହଞ୍ଚିଛି।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୫୦ ରହିଛି। ଏହି ସମୟରେ ସକ୍ରିୟ ମାମଲା ୧୮ ହଜାର ଟପିଛି। ଏହା ୧୮ ହଜାର ୬୮୪ ରହିଛି। ସେହିପରି ୨୪ ଘଣ୍ଟାରେ ୨ ହଜାର ୭୫୫ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୩ ହଜାର ୮୦୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୭୫ ହଜାର ୮୬୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୩୩ ହଜାର ୩୭୭ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ ୧,୬୦୭ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୬୨୪ ଜଣ, କେରଳରେ ୪୧୨ ଜଣ, ଉତ୍ତରପ୍ରଦେଶରେ ୨୯୩ ଜଣ, ମହାରାଷ୍ଟ୍ରରେ ୧୪୮ ଜଣ କର୍ନାଟକରେ ୧୩୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୮ କୋଟି ୯୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୪୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୧ କୋଟି ୧୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri