ଶ୍ରମିକଙ୍କ ମଜୁରି ବଢ଼ିଲା

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଶ୍ରମିକ ଦିବସ ପୂର୍ବରୁ ଶ୍ରମିକମାନଙ୍କ ପାଇଁ ଖୁସି ଖବର।  ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ, ଅତି କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରି ବଢ଼ିଛି। ୮୯ଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା ସମସ୍ତ ଶ୍ରମିକଙ୍କ ସର୍ବନିମ୍ନ ଦୈନିକ ମଜୁରି ବୃଦ୍ଧି କରାଯାଇଛି । ଏନେଇ ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସମସ୍ତ ଶ୍ରମିକଙ୍କ ମଜୁରି ୧୧ ଟଙ୍କା ଲେଖାଏ ବୃଦ୍ଧି ହୋଇଛି। ଏହା ପିଛିଲା ଭାବେ ଏପ୍ରିଲ ୧ ପହିଲା ୨୦୨୨ରୁ ଲାଗୁ ହେବ ବୋଲି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।

ପୂର୍ବରୁ ଅଣକୁଶଳୀ ଶ୍ରମିକମାନେ ୩୧୫ ଟଙ୍କା ପାରିଶ୍ରମିକ ପାଉଥିଲେ। ଏବେ ସେମାନଙ୍କୁ ୩୨୬ ଟଙ୍କା ମିଳିବ। ସେହିପରି ଅର୍ଦ୍ଧକୁଶଳୀ ଶ୍ରମିକଙ୍କୁ ୩୫୫ ଟଙ୍କା ପରିବର୍ତ୍ତେ ୩୬୬ ଟଙ୍କା ମିଳିବ। କୁଶଳୀ ଶ୍ରମିକ ପୂର୍ବରୁ ୪୦୫ ଟଙ୍କା ପାଉଥିବା ବେଳେ ଏଣିକି ସେମାନଙ୍କୁ ୪୧୬ ଟଙ୍କା ମଜୁରି ମିଳିବ। ସେହିଭଳି ଅତି କୁଶଳୀ ଶ୍ରମିକଙ୍କୁ ୪୬୫ ଟଙ୍କା ବଦଳରେ ୪୭୬ ଟଙ୍କା ଦୈନିକ ମଜୁରି ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ...

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

ଘସିପୁରାରୁ ଲଢିବେ ସୌମ୍ୟ! କହିଲେ ଏହି ଦଳ ଦେଇଛି ଅଫର…

ଭୁବନେଶ୍ୱର,୩୦।୪: ନିର୍ବାଚନ ଲଢିବା ନେଇ ବଡ଼ ସଙ୍କେତ ଦେଲେ ସୌମ୍ୟରଞ୍ଜନ ପଟ୍ଟନାୟକ। ୨ଦିନ ପୂର୍ବରୁ ନିର୍ବାଚନ ଲଢିବେନି ବୋଲି କହିଥିଲେ ସୌମ୍ୟ। ସେ କହିଥିଲେ, ‘ମୋର...

ପୋଲିସ-ମାଓବାଦୀ ଗୁଳି ବିନିମୟ: ଦୁଇ ମହିଳାଙ୍କ ସମେତ ୭ ମାଓବାଦୀ ମୃତ

ମାଲକାନଗିରି,୩୦।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମହିଳାଙ୍କ ସହ ୭ ମାଓବାଦୀଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri