ବଦଳିଲେ ୯ ଓଏଏସ୍‌ ଅଫିସର

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟ ସରକାର ଶନିବାର ୯ ଓଏଏସ୍‌ ଅଫିସରଙ୍କ ବଦଳି କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ହୋଇଛି। ଏହି ଅନୁଯାୟୀ, ବରିଷ୍ଠ ଓଏଏସ୍‌ ମନୋରଞ୍ଜନ ମଲ୍ଲିକଙ୍କୁ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସେ ସେଠାରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଥିଲେ। ସେହିପରି କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଶ୍ରୀଧର ନାୟକଙ୍କୁ ରାଜ୍ୟ ସୂଚନା କମିଶନ ସଚିବ ଭାବେ ବଦଳି କରାଯାଇଥିବାବେଳେ ଢେଙ୍କାନାଳ ଅତିରିକ୍ତ ଜିଲାପାଳ ଶଶାଙ୍କ ଶେଖର ଦାଶଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି।

ଓଟିଡିସି ଜେନେରାଲ ମ୍ୟାନେଜର ଶାନ୍ତନୁ କୁମାର ମହାନ୍ତିଙ୍କୁ ଭଦ୍ରକ ଅତିରିକ୍ତ ଜିଲାପାଳ, ଧରିତ୍ରୀ ମିଶ୍ରଙ୍କୁ ଆଚାର୍ଯ୍ୟ ହରିହର ପୋଷ୍ଟ ଗ୍ରାଜୁଏଟ କ୍ୟାନସର ଇନଷ୍ଟିଚ୍ୟୁଟ୍‌ର ପ୍ରଶାସନିକ ଅଫିସର ଓ ଭୁବନେଶ୍ୱର ବିଡିଓ ରମେଶ ଚନ୍ଦ୍ର ସେଠୀଙ୍କୁ ଢେଙ୍କାନାଳ ଅତିରିକ୍ତ ଜିଲାପାଳ ଭାବେ ବଦଳି କରାଯାଇଛି।

ସେହିପରି ବାଇତୁରା ଦୀପଙ୍କୁ ଅନୁଗୋଳ ଉପଜିଲାପାଳ ଓ ସରୋଜ କୁମାର ବେହେରାଙ୍କୁ ସ୍ବାସ୍ଥ୍ୟ ବିଭାଗର ଉପସଚିବ ଭାବେ ବଦଳି କରାଯାଇଛି। ଅନୁଗୋଳ ଡିଆରଡିଏ ପିଡି (ପ୍ରଶାସନ) ସୁଶାନ୍ତ କୁମାର ପତିଙ୍କୁ ପାଲଲହଡ଼ା ଉପଜିଲାପାଳ ଭାବେ ବଦଳି କରାଯାଇଛି।

ଦୀର୍ଘବର୍ଷ ଧରି ପ୍ରସ୍ତାବିତ ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟକୁ କାର୍ଯ୍ୟକ୍ଷମ କରିବା ପାଇଁ ରାଜ୍ୟ ସରକାର ଆଜି ଓଏଏସ୍‌ ଅଧିକାରୀ ସରୋଜ କୁମାର ବେହେରାଙ୍କୁ ପ୍ରଶାସନିକ ଅଫିସର ଭାବେ ନିଯୁକ୍ତି ଦେଇଛନ୍ତି। ୨୦୦୫ରୁ ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ ସ୍ଥାପନ ପାଇଁ ପ୍ରସ୍ତାବ ରହିଥିବାବେଳେ ଗତବର୍ଷ ସେପ୍ଟେମ୍ବରରେ ଏହାକୁ ବିଧାନସଭାର ଅନୁମୋଦନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri