ଏପଟେ ଡ଼ହଡ଼ହ ଖରା, ସେପଟେ ୧୪ ଦିନ ହେଲା ବନ୍ଦ ପଡିଛି ଜଳ ପ୍ରକଳ୍ପ

ଅମରପାଲି,୧ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ଗ୍ରାମରେ ଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଗତ ୧୪ଦିନ ହେଲା ଅଚଳ ହୋଇ ପଡିଛି। ବାରମ୍ବାର ଅଭିଯୋଗ କଲେ ମଧ୍ୟ ମରାମତି କରାଯାଉ ନାହିଁ। ତେଣୁ ଏବେ ଗ୍ରାମରେ ଦେଖାଦେଇଛି ଉତ୍କଟ ପାନୀୟ ଜଳ ସମସ୍ୟା।

ଦୁଇୱାର୍ଡ ବିଶିଷ୍ଟ ବହଳପଦର ଗ୍ରାମର ଲୋକସଂଖ୍ୟା ପ୍ରାୟ ୨ ହଜାର। ଗ୍ରାମରେ ଥିବା ନଳକୂପଗୁଡିକରୁ ଆବଶ୍ୟକ ପାଣି ବାହାରୁ ନାହିଁ। ସଚଳ ଥିବା ନଳକୂପ ନିକଟରେ ପାଣି ବାଲଟିଏ ପାଇଁ ଲାଗୁଛି ଲମ୍ବା ଲାଇନ। ଯେଉଁ କେତୋଟିରୁ ପାଣି ବାହାରୁଛି ତାହା ଫ୍ଲୋରାଇଡ ଯୁକ୍ତ। ଫଳରେ ଲୋକେ ପାନୀୟ ଜଳଠୁ ଆରମ୍ଭ କରି ସ୍ନାନ ଶୌଚ ପାଇଁ ଗ୍ରାମର ପୋଖରୀ ଉପରେ ନିର୍ଭର କରୁଛନ୍ତି। ଗ୍ରାମରେ ଥିବା ଜଳଯୋଗାଣ ପ୍ରକଳ୍ପର ଟାଙ୍କି ଅଛି। ଟାଙ୍କିରୁ ପାଇପ ଯୋଗେ ଷ୍ଟାଣ୍ଡପୋଷ୍ଟକୁ ଜଳ ଯୋଗାଣ ହେଉଥିଲା। ହେଲେ ୧୪ ଦିନ ତଳେ ଗ୍ରାମର ଗଣ୍ଡ ସାହିରେ ଥିବା ସୋଲାର ପକଳ୍ପ ଅଚଳ ହେବାରୁ ପ୍ରକଳ୍ପ ଅଚଳ ହୋଇପଡିଛି। ପ୍ରକଳ୍ପ ଅଚଳ ପରେ ଗ୍ରାମବାସୀ ସ୍ଥାନୀୟ ଜନପ୍ରତିନିଧି ଏବଂ ବିଭାଗୀୟ ଅଧିକାରୀଙ୍କୁ ଜଣାଇଲେ ମଧ୍ୟ କେହି ଶୁଣୁ ନ ଥିବା ଅଭିଯୋଗ ହୋଇଛି।

ସୂଚନା ଅନୁସାରେ ପ୍ରକଳ୍ପର ସବୁ ଠିକ୍‌ ଥିଲେ ମଧ୍ୟ ଟ୍ରାନ୍ସଫର୍ମରରେ ଫ୍ୟୁଜ ରହୁ ନ ଥିବାରୁ ଜଳ ଯୋଗାଣ ହୋଇ ପାରୁନାହିଁ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟ ଦେଇ ଜିଲାପାଳ ଜଳ ପ୍ରକଳ୍ପଗୁଡିକୁ ତୁରନ୍ତ ମରାମତି କରି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁଁ ତାହା କାର୍ଯ୍ୟକାରୀ ହୋଇପାରୁ ନାହିଁ। ତୁରନ୍ତ ପ୍ରକଳ୍ପ ମରାମତି କରା ନ ଗଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବାକୁ ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏନେଇ ବିଡିଓ ମୋତିଲାଲ ସୁଲିଆଙ୍କୁ ପଚାରିବାରୁ ଖୁବ୍‌ଶୀଘ୍ର ପ୍ରକଳ୍ପ ମରାମତି କରି କାର୍ଯ୍ୟକ୍ଷମ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri