ବର୍ଷା ଜଳ ଅଟକାଇବ ‘ବ୍ରିଜ୍‌-କମ୍‌-ଓ୍ବାଟର ଓୟାର’

ଭୁବନେଶ୍ୱର,୩ା୫(ବ୍ୟୁରୋ):ପୋଲ-ତଥା-ଜଳଧାରକ (ବ୍ରିଜ୍‌-କମ୍‌-ୱାଟର ଓୟାର) ନିର୍ମାଣ କୌଶଳକୁ ସବୁ ଜିଲାରେ ବ୍ୟାପକ ଭାବେ ପ୍ରୟୋଗ କରାଯିବ। ପୂର୍ବରୁ ପରୀକ୍ଷାମୂଳକ ଭାବେ ଏପରି ନିର୍ମାଣ କରାଯାଇଥିଲା। ଫଳାଫଳକୁ ଅନୁଧ୍ୟାନ କରି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ୍‌ ମୋଡ୍‌ରେ ଅନୁଷ୍ଠିତ ବୈଠକରେ ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ଉକ୍ତ ବୈଷୟିକ କୌଶଳର କାର୍ଯ୍ୟାନ୍ବୟନ ସମ୍ବନ୍ଧିତ ପ୍ରଶାସନିକ ଓ ଆର୍ଥିକ ବିଷୟ ଆଲୋଚନା ନିମନ୍ତେ ତଥ୍ୟ ଉପସ୍ଥାପନ କରିଛନ୍ତି।
ଏହି ପଦ୍ଧତିରେ ୧ରୁ ୧.୫ ମିଟର ଉଚ୍ଚତା ପର୍ଯ୍ୟନ୍ତ ବୋହିଯାଉଥିବା ବର୍ଷାଜଳକୁ ରଖିହୁଏ। ମୁଖ୍ୟ ଶାସନ ସଚିବ କହିଛନ୍ତି, ସ୍ବଳ୍ପ-ଖର୍ଚ୍ଚ ଭିତ୍ତିକ ଏହିସବୁ ନିର୍ମାଣର ବହୁମୁଖୀ ସୁଫଳ ରହିଛି। ୧ରୁ ୨ କି.ମି. ଦୀର୍ଘ ପର୍ଯ୍ୟନ୍ତ ନଦୀଶଯ୍ୟାରେ ଜଳ ପତ୍ତନ ଅଧିକ ରହିଥାଏ। ଏହା ଭୂତଳ ଜଳ ପ୍ରତିପୂରଣରେ ସହାୟକ ହୁଏ। ସଞ୍ଚିତ ଜଳକୁ କୃଷି, ପାନୀୟ ଜଳ ପ୍ରକଳ୍ପ ଆଦି ପାଇଁ ବ୍ୟବହାର କରିହୁଏ। ଜମିର ଆର୍ଦ୍ରତା ମଧ୍ୟ ବଢ଼ିଥାଏ। ଏ ପ୍ରକାର ନିର୍ମାଣ ନିମନ୍ତେ ଯୋଗ୍ୟ ସମସ୍ତ ଗ୍ରାମ୍ୟ ଉନ୍ନୟନ ରାସ୍ତା ଓ ପୂର୍ତ୍ତବିଭାଗ ରାସ୍ତାରେ ଥିବା ପୋଲଗୁଡ଼ିକୁ ଚିହ୍ନଟ କରିବା ପାଇଁ ମୁଖ୍ୟ ଶାସନ ସଚିବ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଏହି କାର୍ଯ୍ୟ ସାରିବାକୁ ଏକ ୩-ବର୍ଷିଆ କାର୍ଯ୍ୟ-ଯୋଜନା ପ୍ରସ୍ତୁତି ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୩ ବର୍ଷ ମଧ୍ୟରେ ପ୍ରାୟ ୧୦୦୦ଟି ଜଳ-ଧାରକ ନିର୍ମାଣ ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ କହିଛନ୍ତି, ପରୀକ୍ଷାମୂଳକ ଭିତ୍ତିରେ ରାଜ୍ୟର ବିଭିନ୍ନ ଜିଲାରୁ ୪୯ଟି ନିର୍ମାଣ ହାତକୁ ନିଆଯାଇଥିଲା। ଏଥିମଧ୍ୟରୁ ୧୨ଟିର ନିର୍ମାଣ ପୂର୍ଣ୍ଣାଙ୍ଗ ହୋଇଛି। ଅବଶିଷ୍ଟ ୩୭ ଜଳଧାରକ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ତ୍ତ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ତଥା ସର୍ବୋଚ୍ଚ ଯନ୍ତ୍ରୀ ମନୋରଞ୍ଜନ ମିଶ୍ର କହିଛନ୍ତି, ଢେଙ୍କାନାଳ, କଳାହାଣ୍ଡି, ମୟୂରଭଞ୍ଜ ଓ ଭଦ୍ରକ ଜିଲାର ବିଭିନ୍ନ ନଦୀ ଓ ନାଳ ଉପରେ ଥିବା ହାଇ ଲେଭେଲ୍‌ ପୋଲ ତଳେ ଏପରି ୧୨ଟି ୱାଟର-ଓୟାର ନିର୍ମାଣ କରାଯାଇଛି। ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଗଞ୍ଜାମ, କେନ୍ଦୁଝର, କଳାହାଣ୍ଡି, ବଲାଙ୍ଗୀର ଏବଂ ସୁନ୍ଦରଗଡ଼ ଆଦି ଜିଲାରେ ଅବଶିଷ୍ଟ ୩୭ଟି ୱାଟର-ଓୟାର ନିର୍ମାଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri