ଅକ୍ଷୟ ତୃତୀୟା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ,କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୩।୫(ବ୍ୟୁରୋ): ମଙ୍ଗଳବାର ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ‘ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀମାନଙ୍କ ଅକ୍ଷିମୁଠି ଅନୁକୂଳ ଶୁଭଙ୍କର ହେଉ। ଏହି ଅବସରରେ ଚାଷୀ ଭାଇଭଉଣୀଙ୍କ ସୁଖ ଓ ସମୃଦ୍ଧିମୟ ଜୀବନ କାମନା କରୁଛି’।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଚାଷୀ ଭଉଣୀ-ଭାଇଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଟୁଇଟ୍‌ କରି ଶୁଭେଚ୍ଛା ଜଣାଇ ସେ ଲେଖିଛନ୍ତି, କୃଷିଭିତ୍ତିକ ପର୍ବ ପବିତ୍ର ‘ଅକ୍ଷୟ ତୃତୀୟା’ ଅବସରରେ ମୋର ସବୁ ଚାଷୀ ଭାଇ ଭଉଣୀଙ୍କୁ ଅଭିନନ୍ଦନ । ଆଜିର ଶୁଭ ଦିନରେ ଚାଷୀମାନେ ଅକ୍ଷିମୁଠି ଅନୁକୂଳ କରି ଚାଷ କାର୍ଯ୍ୟ ଆରମ୍ଭ କରନ୍ତି । ଆମର ଚାଷୀ ଭାଇମାନେ ଆମ ଦେଶର ଅର୍ଥନୀତିର ମେରୁଦଣ୍ଡ । ସମସ୍ତଙ୍କ ମଙ୍ଗଳ ଓ ଉନ୍ନତି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା ।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri