କଟକ, ଭୁବନେଶ୍ୱରରେ ଛେଚିଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ରାଜ୍ୟରେ ଗତ କିଛି ଦିନ ହେବ ଗ୍ରୀଷ୍ମ ପ୍ରବାହ ଯୋଗୁ ଲୋକେ ହନ୍ତସନ୍ତ ହେଉଥିଲେ। ତତଲା ହାୱା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଥିଲା। ଏଭଳି ସମୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ମଙ୍ଗଳବାର କାଳବୈଶାଖୀଜନିତ ଝଡ଼ବର୍ଷା ପରିବେଶକୁ ଥଣ୍ଡା କରିଥିବାରୁ ଲୋକେ ଆଶ୍ୱସ୍ତି ଅନୁଭବ କରିଛନ୍ତି। ସନ୍ଧ୍ୟାରେ ହଠାତ୍‌ କଳାହାଣ୍ଡିଆ ମେଘ ଘୋଟି ଆସିଲା। ଚାହୁଁ ଚାହୁଁ ବିଜୁଳି ଘଡ଼ଘଡ଼ି ସହ ତୁହାକୁ ତୁହା ବର୍ଷା ଛେଚିଥିଲା। ପବନ, ବର୍ଷା ଯୋଗୁ କେତେକ ସ୍ଥାନରେ ଗଛ ଡାଳ ମଧ୍ୟ ଭାଙ୍ଗି ପଡ଼ିଛି। ବଜ୍ରପାତରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ରାଜଧାନୀ ସମେତ କଟକ, ଖୋର୍ଦ୍ଧା, ଜଗତ୍‌ସିଂହପୁର, ଢେଙ୍କାନାଳ, ଅନୁଗୋଳ, ଭଦ୍ରକ, ଯାଜପୁର, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର ଆଦି ଜିଲାରେ କାଳବୈଶାଖୀଜନିତ ବର୍ଷା ହୋଇଯାଇଛି। କେତେକ ସ୍ଥାନରେ ୫୦ ମିଲିମିଟରରୁ ଊର୍ଦ୍ଧ୍ୱ ବର୍ଷା ହୋଇଥିବା ସୂଚନା ମିଳିଛି। ଆସନ୍ତା ୭ ତାରିଖ ଯାଏ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।
ଭୁବନେଶ୍ୱର ଓ କଟକରେ ରାତି ୮ଟାରୁ ବର୍ଷା ଆରମ୍ଭ ହୋଇ ପ୍ରାୟ ୨ ଘଣ୍ଟା ଚାଲିଥିଲା। ରାସ୍ତାଘାଟରେ ଯାଉଥିବା ଲୋକମାନେ ଯିଏ ଯେଉଁଠି ପାରିଲେ ମୁଣ୍ଡ ଗୁଞ୍ଜି ରହି ଯାଇଥିଲେ। ତେବେ ସହରରେ ଘଣ୍ଟାଏ ଯାଏ ଝଡ଼ର ପ୍ରଭାବ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ...

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri